Posted inଜାତୀୟ

ଓ୍ବାଇଏସ୍‌ ଜଗନମୋହନ ରେଡ୍ଡୀ ବିଧାୟକ ଦଳର ନେତା ନିର୍ବାଚିତ

ଅମରାବତୀ,୨୫ା୫: ଓ୍ବାଇଏସ୍‌ଆର୍‌ କଂଗ୍ରେସ ସଭାପତି (YSRCP) ୱାଇଏସ୍‌ ଜଗନ ମୋହନ ରେଡ୍ଡୀ ଶନିବାର ସର୍ବସମ୍ମତିକ୍ରମେ ଆନ୍ଧ୍ରପ୍ରଦେଶ ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହୋଇଛନ୍ତି। ତାଡ଼େପଲ୍ଲୀସ୍ଥିତ ଦଳୀୟ ରାଜ୍ୟ ଶାଖା କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ବୈଠକରେ ଦଳର ବରିଷ୍ଠ ନେତା ବୋତ୍ସା ସତ୍ୟନାରାୟଣ ବିଧାୟକ ଦଳର ନେତା ଭାବେ ଜଗନମୋହନ ରେଡ୍ଡୀଙ୍କ ନାମ ପ୍ରସ୍ତାବ ଦେଇଥିଲେ। ତେବେ ସର୍ବସମ୍ମତି କ୍ରମେ ଦଳର ନବ ନିର୍ବାଚିତ ସମସ୍ତ ବିଧାୟକ ତାଙ୍କୁ ନେତା ଭାବେ ନିର୍ବାଚିତ କରିଛନ୍ତି। ଆନ୍ଧ୍ରପ୍ରଦେଶ ବିିଧାନସଭା ନିର୍ବାଚନରେ ୧୭୫ ସିଟ୍‌ରୁ ଜଗନମୋହନଙ୍କ ଦଳ ୧୫୧ଟି ସିଟ୍‌ ଦଖଲ କରିଛି। ଦଳର ବିଧାୟକମାନଙ୍କ ତାଲିକା ଦାଖଲ ପରେ ସରକାର ଗଠନ ପାଇଁ ସେ ଦାବି ଉପସ୍ଥାପନ କରିବେ। ପ୍ରକାଶ ଯେ, ଓ୍ବାଇଏସ୍‌ଆର କଂଗ୍ରେସ ଅଧ୍ୟକ୍ଷ ଓ୍ବାଇଏସ୍‌ ଜଗନମୋହନ ରେଡ୍ଡୀ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ରାଜଶେଖର ରେଡ୍ଡୀଙ୍କ ପୁଅ।


Enter your email to get our daily news in your inbox.

All Right Reserved By Dharitri.Com

ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟଙ୍କୁ ସପ୍ରିମକୋର୍ଟରୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୪: ସୋମବାର (ଏପ୍ରିଲ ୨୯, ୨୦୨୪) ସୁପ୍ରିମକୋର୍ଟ ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟ କେ ଅନ୍ନାମଲାଇଙ୍କୁ ଆଶ୍ୱସ୍ତି ପ୍ରଦାନ କରଛନ୍ତି। କୋର୍ଟ କହିଛନ୍ତି...

ମୁଁ କଂଗ୍ରେସର ଉଦ୍ଦେଶ୍ୟ ପୂରଣ ହେବାକୁ ଦେବି ନାହିଁ: କର୍ନାଟକରେ ଗର୍ଜିଲେ ମୋଦି

ବେଙ୍ଗାଲୁରୁ,୨୯।୪: ସଂରକ୍ଷଣ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। କର୍ନାଟକରେ ଏକ ରାଲିକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ...

ପୁଣିଥରେ ଠପ ହେଲା ଏକ୍ସ, ୫ ଦିନରେ ଦୁଇଥର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୪: ପୂର୍ବରୁ ଟୁଇଟର ଭାବରେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୁଣିଥରେ ବନ୍ଦ ହେବାର ଖବର ଆସିଛି। ବ୍ୟବହାରକାରୀମାନେ ଲଗାତାର ସୋସିଆଲ ମିଡିଆରେ ଅଭିଯୋଗ...

ଟ୍ରାଫିକ ବ୍ୟବସ୍ଥା ସମ୍ଭାଳିଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୨୯।୪: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉତ୍ତରପ୍ରଦେଶର ଲକ୍ଷ୍ନୌ ଆସନରୁ ଭାଜପା ପ୍ରାର୍ଥୀ ଭାବରେ ପୁନଃ ମନୋନୀତ ହୋଇଛନ୍ତି। ସୋମବାର ସେ ଏଠାରୁ ପ୍ରାର୍ଥିପତ୍ର ଦାଖଲ...

ଫସିଗଲେ କହ୍ନେୟା କୁମାର, ଉଦିତ ରାଜ

ନୂଆଦିଲ୍ଲୀ,୨୯।୪: କହ୍ନେୟା କୁମାର ଏବଂ ଉଦିତ ରାଜଙ୍କୁ ଲୋକ ସଭା ପ୍ରାର୍ଥୀ କରାଯିବା ପରେ ଦିଲ୍ଲୀ କଂଗ୍ରେସରେ ଯେଉଁ ଆଲୋଡ଼ନ ସୃଷ୍ଟି ହୋଇଛି, ତାହା ଏପର୍ଯ୍ୟନ୍ତ...

କଂଗ୍ରେସକୁ ବଡ ଝଟ୍‌କା, ନାମାଙ୍କନ ଫେରାଇ ନେଲେ ପ୍ରାର୍ଥୀ

ଇନ୍ଦୋର,୨୯।୪: ଲୋକ ସଭା ନିର୍ବାଚନ ପୂର୍ବରୁ ଇନ୍ଦୋରରେ କଂଗ୍ରେସକୁ ବଡ ଝଟ୍‌କା ଲାଗିଛି। କଂଗ୍ରେସ ପ୍ରାର୍ଥୀ ଅକ୍ଷୟ କାନ୍ତି ବାମ ଆଜି ଦଳକୁ ଚକିତ କରି...

ମମତା ସରକାରଙ୍କୁ ସୁପ୍ରିମକୋର୍ଟରୁ ଲାଗିଲା ବଡ ଝଟ୍‌କା

ନୂଆଦିଲ୍ଲୀ,୨୯।୪: ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାର ସନ୍ଦେଶଖାଲି ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ କୌଣସି ଆଶ୍ୱସ୍ତି ପାଇନାହାଁନ୍ତି। ଏହି ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ସନ୍ଦେଶଖାଲି...

ଜମ୍ମୁ-କଶ୍ମୀରରେ ତୁଷାରପାତ

ଶ୍ରୀନଗର,୨୯ା୪: ଏପ୍ରିଲର ଶେଷ ଦିନରେ ଜମ୍ମୁ-କଶ୍ମୀରରେ ପାଣିପାଗ ଧାରା ବଦଳିଛି। ଗୁରେଜ, ମଛିଲ, ରାଜଦାନ ସମେତ ରାଜ୍ୟର ଅନେକ ପାହାଡ଼ିଆ ଅଞ୍ଚଳରେ ତୁଷାରପାତ ହୋଇଛି। ଏଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri