ଓ୍ବାଟର୍‌ ସ୍ପୋର୍ଟସର ବିକାଶ ପାଇଁ ପ୍ରୟାସ

ଭୁବନେଶ୍ୱର,୧୧।୭(ବ୍ୟୁରୋ) : ରାଜ୍ୟରେ ଓ୍ବାଟର୍‌ ସ୍ପୋର୍ଟସ ତଥା ଲିଜର୍‌ ଓ ରିକ୍ରିଏଶନ୍‌ ଟୁରିଜିମ୍‌ର ବ୍ୟାପକତା ପାଇଁ ପଦକ୍ଷେପ ନେଇଛି ରାଜ୍ୟ ପର୍ଯ୍ୟଟନ ବିଭାଗ। ସ୍ପୋର୍ଟସ ଟୁରିଜିମ୍‌ ପରେ ଏବେ ଓଡ଼ିଶାରେ ଓ୍ବାଟର୍‌ ସ୍ପୋର୍ଟସ ଟୁରିଜିମ୍‌ର ପ୍ରଚାର ପ୍ରସାର ପାଇଁ ପ୍ରାରମ୍ଭିକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିପାଇଁ ରାଜ୍ୟ ବାହାରୁ ୧୮ଟି ଘରୋଇ ସଂସ୍ଥା ଆସି ଭିତରକନିକା ଓ ଚିଲିକା ହ୍ରଦ ପରିଦର୍ଶନ କରିଛନ୍ତି। ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆୟୋଜିତ ଏକ ୩ଦିନିଆ ଫ୍ୟାମ୍‌ ଟ୍ରିପ୍‌ରେ ଗୋଆ, କେରଳ, ମହାରାଷ୍ଟ୍ର, ତେଲେଙ୍ଗାନା, ପଶ୍ଚିମବଙ୍ଗ ଏବଂ ଓଡ଼ିଶାକୁ ମିଶାଇ ୬ଟି ରାଜ୍ୟର ୨୬ଜଣ ପ୍ରତିନିଧି ଯୋଗଦେଇଥିଲେ। କେରଳ ଢାଞ୍ଚାରେ ଭିତରକନିକା ଜାତୀୟ ଉଦ୍ୟାନରେ ପର୍ଯ୍ୟଟକଙ୍କ ପାଇଁ ଲକ୍‌ଜରୀ ହାଉସ୍‌ ବୋଟ୍‌ ବ୍ୟବସ୍ଥା, ଚିଲିକାରେ ବିଭିନ୍ନ ପ୍ରକାର ଓ୍ବାଟର ସ୍ପୋର୍ଟସ ବା ମନୋରଞ୍ଜନଧର୍ମୀ ଜଳକ୍ରୀଡା ଓ ରିକ୍ରିଏଶନ୍‌ ପ୍ରୋଜେକ୍ଟ ପାଇଁ ପୁଞ୍ଜି ବିନିଯୋଗ ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ଫ୍ୟାମ୍‌ ଟ୍ରିପ୍‌ର ଆୟୋଜନ କରାଯାଇଥିଲା। ୪୮୨ କିଲୋମିଟର ସୁଦୀର୍ଘ ବେଳାଭୂମି ସହ ଏକାଧିକ ହ୍ରଦ ଓ ନଦୀ ଓଡ଼ିଶାରେ ରହିଛି। ଏଠାରେ ଜଳକ୍ରୀଡାର ବିକାଶ କରାଯାଇ ପାରିଲେ ବହୁସଂଖ୍ୟାରେ ପର୍ଯ୍ୟଟକ ଓଡ଼ିଶାକୁ ଆସିବେ ବୋଲି ପର୍ଯ୍ୟଯନ ବିଭାଗ ସଚିବ ବିଶାଲ ଦେବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri