ଓ୍ବାର୍ଡସଭ୍ୟଙ୍କୁ ଭୁଜାଲିରେ ହାଣି ହତ୍ୟା

ଛେଣ୍ଡିପଦା/ବନ୍ତଳା, ୩୦।୯ (ସ୍ବ.ପ୍ର./ଡି.ଏନ.ଏ.) ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଅନ୍ତୁଳିଆ ଗ୍ରାମରେ ରବିବାର ଏକ ହତ୍ୟାକାଣ୍ଡ ଘଟିଛି। ସାତକୋଶିଆ ଭାଜପା ମଣ୍ଡଳ ଅନୁସୂଚିତ ଜାତି ଓ ଜନଜାତି ମୋର୍ଚ୍ଚା ସଭାପତି ତଥା ଅନ୍ତୁଳିଆ ପଞ୍ଚାୟତ ୭ନଂ. ୱାର୍ଡର ୱାର୍ଡମେମ୍ବର ଜଗବନ୍ଧୁ ବେହେରା(୬୦)ଙ୍କୁ ସେହି ଗ୍ରାମର ସଦାନନ୍ଦ ଗଡ଼ନାଏକ (୫୦) ଭୁଜାଲିରେ ଆକ୍ରମଣ କରି ହତ୍ୟା କରିଥିବା ଥାନାରେ ଅଭିଯୋଗ ହୋଇଛି। ଜଗବନ୍ଧୁଙ୍କ ପରିବାର ପକ୍ଷରୁ ହୋଇଥିବା ଅଭିଯୋଗ ମୁତାବକ, ଜଗବନ୍ଧୁ ଓ ସଦାନନ୍ଦଙ୍କ ଘର ମଧ୍ୟରେ ପୂର୍ବରୁ ଜମିବାଡ଼ିକୁ ନେଇ ବିବାଦ ଲାଗି ରହିଥିଲା। ରାତି ପ୍ରାୟ ସାଢେ ୮ଟାରେ ଜଗବନ୍ଧୁ ଗାଁ ଛକରେ ଛିଡା ହୋଇଥିବାବେଳେ ହଠାତ ସଦାନନ୍ଦ ଭୁଜାଲିରେ ତାଙ୍କୁ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ହିଁ ଜଗବନ୍ଧୁଙ୍କ ମୃତ୍ୟୁ ଘଟିଥିଲା। ଏହା ପରେ ସଦାନନ୍ଦ ସେଠାରୁ ଫେରାର ହୋଇଯାଇଛନ୍ତି। ଥାନା ଅଧିକାରୀ ବିକ୍ରମ ବିହାରୀ ଜୟପୁରିଆ, ଏଏସ୍‌ଆଇ ଶ୍ରୀ ସାମଲ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛନ୍ତି। ଅଭିଯୁକ୍ତଙ୍କୁ ଧରିବା ପାଇଁ ଚଢାଉ ଜାରି ରହିଛି। ଏ ସଂକ୍ରାନ୍ତରେ ଥାନାରେ ନଂ. ୫୦/୧୯ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

ରାଉତିଆ ସମାଜକୁ ଅନୁସୂଚିତ ଜନଜାତି ମାନ୍ୟତା ଦାବି ତେଜିଲା

କୁତ୍ରା,୩୧ା୫(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗଝରିଆ ଗ୍ରାମରେ ରବିବାର ଅଖିଳ ଭାରତୀୟ ରାଉତିଆ ସମାଜର ଏକ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri