Posted inଖେଳ

ଓ୍ବାର୍ନର, ଫିଞ୍ଚ୍‌ଙ୍କ ଶତକ: ଅଷ୍ଟ୍ରେଲିଆ ୧୦ ଉଇକେଟରେ ବିଜୟୀ

ମୁମ୍ବାଇ, ୧୪।୧- ସ୍ଥାନୀୟ ଓ୍ବାଙ୍ଖେଡେ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ବିପକ୍ଷରେ ଦମ୍‌ଦାର ବିଜୟ ହାସଲ କରିଛି ଅଷ୍ଟ୍ରେଲିଆ। ଓପନର ଡେଭିଡ ଓ୍ବାର୍ନର ଓ ଅଧିନାୟକ ଆରନ ଫିଞ୍ଚ୍‌ଙ୍କ ଅପରାଜିତ ଶତକ ବଳରେ ଅଷ୍ଟ୍ରେଲିଆ ୧୦ ଉଇକେଟରେ ଭାରତକୁ ପରାସ୍ତ କରିଛି। ନିକଟ ଅତୀତରେ ଭାରତର ଏହା ସବୁଠାରୁ ନିକୃଷ୍ଟ ବୋଲିଂ ପ୍ରଦର୍ଶନ ଏବଂ ବୃହତ୍‌ ପରାଜୟ। ଭାରତ ପକ୍ଷରୁ ଧାର୍ଯ୍ୟ ୨୫୬ ରନର ବିଜୟ ଲକ୍ଷ୍ୟର ପିଛା କରି ଅଷ୍ଟ୍ରେଲିଆ କୌଣସି ଉଇକେଟ ନ ହରାଇ ମାତ୍ର ୩୭.୪ ଓଭରରେ ୨୫୮ ରନ ସଂଗ୍ରହ କରି ନେଇଥିଲା। ବିସ୍ଫୋରକ ଓପନର ଓ୍ବାର୍ନର ୧୧୨ ବଲ୍‌ରୁ ୧୭ ଚୌକା ଓ ୩ ଛକା ସହାୟତାରେ ୧୨୮ ଓ ଫିଞ୍ଚ୍‌ ୧୧୪ ବଲ୍‌ରୁ ୧୩ ଚୌକା ଓ ୨ ଛକା ସହ ୧୧୦ ରନରେ ଅପରାଜିତ ରହିଥିଲେ। ଏହି ଦୁଇ ବ୍ୟାଟ୍ସମ୍ୟାନଙ୍କ ନିକଟରେ ଭାରତୀୟ ବୋଲିଂ ଅତ୍ୟନ୍ତ ମାମୁଲି ସାବ୍ୟସ୍ତ ହୋଇଥିଲା। ୫ ଜଣ ଯାକ ବୋଲର ମହଙ୍ଗା ସାବ୍ୟସ୍ତ ହୋଇଥିଲେ। ଏହି ବିଜୟ ସହ ୩ ମ୍ୟାଚ ବିଶିଷ୍ଟ ସିରିଜରେ ଅଷ୍ଟ୍ରେଲିଆ ୧-୦ରେ ଅଗ୍ରଣୀଲାଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ନୀରୋଗ ସ୍ବାସ୍ଥ୍ୟ ପାଇଁ ହୋମିଓପାଥି

ହୋମିଓପାଥି ଚିକିତ୍ସାର ଜନକ ଭାବେ ବିବେଚିତ ଡା. ସାମୁଏଲ ହ୍ୟାନିମାନ ୧୭୯୬ ଏପ୍ରିଲ ୧୦ ରେ ଜନ୍ମଗ୍ରହଣ କରିଥିଲେ। ସେହି ବିଶିଷ୍ଟ ଡାକ୍ତରଙ୍କ ଜନ୍ମଦିନ ଅବସରରେ ପ୍ରତିବର୍ଷ…

ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେନି ପୋଲିସ ବାବୁ, ତଥ୍ୟ ମାଗିଲେ ସରକାର

ଭୁବନେଶ୍ବର,୧୦।୪: ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ନୂଆ ବିଜ୍ଞପ୍ତି ଜାରି ହୋଇଛି। ଏଣିକି ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେ ନାହିଁ ପୋଲିସ । ସେହିପରି…

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…

୩୦୦ ଲୋକଙ୍କ ମୃତ୍ୟୁ ପରେ ଏବେ ହେବ ଆଲୋଚନା! ଲେବାନନ ଉପରେ ଆକ୍ରମଣ ମଧ୍ୟରେ ଇସ୍ରାଏଲର ୟୁ-ଟର୍ଣ୍ଣ

ନୂଆଦିଲ୍ଲୀ,୧୦।୪: ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣର କିଛି ଦିନ ପରେ, ଦୁଇ ଦେଶ ମଧ୍ୟରେ ଆଲୋଚନା ପାଇଁ ପ୍ରସ୍ତୁତି ଚାଲିଛି। ଏହା ଉଲ୍ଲେଖନୀୟ ଯେ ଯୁଦ୍ଧବିରତି ଘୋଷଣା…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri