Posted inଖେଳ

ଓ୍ବାର୍ନର, ସ୍ମିଥ୍‌ଙ୍କୁ ଦର୍ଶକଙ୍କ ଥଟ୍ଟା ପରିହାସ

ସାଉଥାମ୍ପଟନ (ୟୁକେ), ୨୬ା୫ (ପି.ଟି.)- ବିଶ୍ୱକପ୍‌ ପୂର୍ବରୁ ଶନିବାର ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ଏକ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଡେଭିଡ ଓ୍ବାର୍ନର ଏବଂ ଷ୍ଟିଭ ସ୍ମିଥ୍‌ଙ୍କୁ ଦର୍ଶକଙ୍କଠାରୁ ଥଟ୍ଟାର ପରିହାସର ସମ୍ମୁଖୀନ ହେବାକୁ ପଡ଼ିଛି। ଦକ୍ଷିଣ ଆଫ୍ରିକାରେ ଏକ ଟେଷ୍ଟ ମ୍ୟାଚବେଳେ ବଲ୍‌ ଟ୍ୟାମ୍ପରିଂ ସ୍କାଣ୍ଡାଲରେ ସମ୍ପୃକ୍ତିକୁ ଏକ ବର୍ଷ ଧରି ବାସନ୍ଦ ଦଣ୍ଡ ଭୋଗିବା ପରେ ଚଳିତ ମାସ ପ୍ରାରମ୍ଭରେ ଓ୍ବାର୍ନର ଓ ସ୍ମିଥ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଉଭୟଙ୍କ ବାସନ୍ଦ ଦଣ୍ଡ ମିଆଦ ମାର୍ଚ୍ଚ ୨୯ରେ ଶେଷ ହୋଇଛି। ଓ୍ବାର୍ମଅପ୍‌ ମ୍ୟାଚରେ ଟସ୍‌ ହାରି ଅଷ୍ଟ୍ରେଲିଆକୁ ପ୍ରଥମେ ବ୍ୟାଟିଂ କରିବାକୁ ପଡ଼ିଥିଲା। ଓପନିଂ ବ୍ୟାଟ୍ସମ୍ୟାନ ଓ୍ବାର୍ନର ଅଧିନାୟକ ଆରୋନ ଫିଞ୍ଚ୍‌ଙ୍କ ସହିତ ପ୍ରଥମେ ବ୍ୟାଟିଂ କରିବାକୁ ଆସୁଥିବାବେଳେ ଦର୍ଶକଙ୍କ ଆଡୁ ନାନା ଟାହୁଲି ଟାପରା ଶୁଣିବାକୁ ମିଳିଥିଲା। ”ଗେଟ୍‌ ଅଫ୍‌ ଓ୍ବାର୍ନର ୟୁ ଚିଟ୍‌’ ବୋଲି ଜଣେ ଦର୍ଶକ କହୁଥିବା ଶୁଣିବାକୁ ମିଳିଥିଲା। ଓ୍ବାର୍ନର ୪୩ ରନ କରି ଆଉଟ ହୋଇଥିଲେ। ୧୭ତମ ଓଭରରେ ଅଷ୍ଟ୍ରେଲିଆ ୨ ଉଇକେଟ ବିନିମୟରେ ୮୨ ରନ କରିଥିବାବେଳେ ସ୍ମିଥ୍‌ ଯେତେବେଳେ ବ୍ୟାଟିଂ କରିବାକୁ ଆସିଲେ, ସେତେବେଳେ ଦର୍ଶକଙ୍କଠାରୁ ଅଧିକ ଟିପ୍ପଣୀ ଶୁଣିବାକୁ ମିଳିଥିଲା। ସ୍ମିଥ୍‌ ବ୍ୟାଟିଂ କରିବାକୁ ଆସୁଥିବାବେଳେ କେତେଜଣ ତାଙ୍କୁ ”ଚିଟ୍‌,ଚିଟ୍‌, ଚିଟ୍‌“ ବୋଲି କହିଥିଲେ। ତେବେ ସେ ସମୟରେ ଜଣେ ଅଷ୍ଟ୍ରେଲୀୟ ସମର୍ଥକ ”ଗେଟ୍‌ ‘ଏମ୍‌ ଷ୍ଟିଭ୍‌!“ ବୋଲି କହି ସ୍ମିଥ୍‌ଙ୍କୁ ଉତ୍ସାହିତ କରିବାକୁ ଚେଷ୍ଟା କରୁଥିବା ଲକ୍ଷ୍ୟ କରାଯାଇଥିଲା। କିନ୍ତୁ ସ୍ମିଥ୍‌ ଅର୍ଦ୍ଧ ଶତକ ହାସଲ କରିବା ମାତ୍ରେ ତାଙ୍କ ପ୍ରତି ଆକ୍ଷେପମୂଳକ ଟିପ୍ପଣୀ କମ୍‌ ଶୁଣାଯାଇଥିଲା ଏବଂ ବ୍ୟାଟିଂ ପାଇଁ ସାବାସୀ ଶୁଣିବାକୁ ମିଳିଥିଲା। ମ୍ୟାଚରେ ଟପ୍‌ ସ୍କୋର ସ୍ମିଥ୍‌ ୧୦୨ ବଲ୍‌ରେ ୧୧୬ ରନ ସଂଗ୍ରହ କରିଥିବାବେଳେ ଅଷ୍ଟ୍ରେଲିଆ ନିର୍ଦ୍ଧାରିତ ୫୦ ଓଭରରେ ୯ ଉଇକେଟ ବିନିମୟରେ ୨୯୭ ରନ କରିଥିଲା। ଇଂଲଣ୍ଡ ଗତ ବୁଧବାର ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଅନ୍‌ଅଫିସିଆଲ ମ୍ୟାଚ ଖେଳିଥିଲା। ସେଦିନ ଷ୍ଟାଡିୟମରେ ମାତ୍ର ୩୦ଜଣ ଦର୍ଶକ ଉପସ୍ଥିତ ଥିଲେ। ମାତ୍ର ଶନିବାର ଅଷ୍ଟ୍ରେଲିଆ ବିପକ୍ଷ ଓ୍ବାର୍ମଅପ୍‌ ମ୍ୟାଚ ଦେଖିବାଲାଗି ବହୁ ସଂଖ୍ୟାରେ ଦର୍ଶକ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri