Posted inଖେଳ

ଓ୍ବାର୍ନରଙ୍କ ରେକର୍ଡ

ନଟିଂହାମ, ୨୨।୬- ଆଇସିସି ବିଶ୍ୱକପ୍‌ରେ ଗୁରୁବାର ଅନୁଷ୍ଠିତ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୪୮ ରନରେ ବାଂଲାଦେଶକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଓପନର ବ୍ୟାଟ୍ସମ୍ୟାନ ଡେଭିଡ୍‌ ଓ୍ବାର୍ନର ୧୪୭ ବଲରୁ ୧୬୬ ରନର ମାରାଥନ ଇନିଂସ ଖେଳି ଅଷ୍ଟ୍ରେଲିଆ ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ଶତକ ସହ ଓ୍ବାର୍ନର ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ବିଶ୍ୱକପ୍‌ ଇତିହାସରେ ଗୋଟିଏ ଇନିଂସରେ ୨ଥର ଦେଶଶହରୁ ଊର୍ଦ୍ଧ୍ୱ ରନ ସଂଗ୍ରହ କରିବାର କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ଏଥିପୂର୍ବରୁ ସେ ୨୦୧୫ ବିଶ୍ୱକପ୍‌ରେ ଆଫଗାନିସ୍ତାନ ବିପକ୍ଷରେ ୧୬୪ ବଲରୁ ୧୭୮ ରନର ଶତକୀୟ ଇନିଂସ ଖେଳିଥିଲେ। ସେହିଭଳି ଏହି ଇନିଂସ ଅବସରରେ ଉସମାନ ଖ୍ବାଜା (୮୯ ରନ)ଙ୍କ ସହ ଓ୍ବାର୍ନର ଦ୍ୱିତୀୟ ଉଇକେଟ୍‌ ଯୋଡ଼ିରେ ୧୪୨ ବଲରୁ ୧୯୨ ରନର ଭାଗୀଦାରି କରିଥିଲେ। ବାଂଲାଦେଶ ବିପକ୍ଷ କୌଣସି ଦିନିକିଆ ମ୍ୟାଚ୍‌ର ଯେ କୌଣସି ଉଇକେଟ୍‌ରେ ଅଷ୍ଟ୍ରେଲିଆ ପାଇଁ ଏହା ସର୍ବଶ୍ରେଷ୍ଠ ଭାଗୀଦାରି ସାବ୍ୟସ୍ତ ହୋଇଛି। ଏହି ଦୁଇଦେଶ ମଧ୍ୟରେ ମୋଟ୍‌ ଉପରେ ୨୨ ଦିନିକିଆ ମ୍ୟାଚ୍‌ ଖେଳାଯାଇଥିବାବେଳେ ଶେଷ ୮ ବର୍ଷ ମଧ୍ୟରେ ଏହା ୪ର୍ଥ ମ୍ୟାଚ୍‌ ଥିଲା। ପୂର୍ବରୁ ୨୦୧୭ ଚାମ୍ପିୟନ୍ସ ଟ୍ରଫି ଓ ୨୦୧୫ ବିଶ୍ୱକପ୍‌ରେ ଉଭୟ ଦଳ ପରସ୍ପରକୁ ଭେଟିଥିଲେ ମଧ୍ୟ ଖରାପ ପାଗ ଯୋଗୁ ମ୍ୟାଚ୍‌ ବାତିଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ

ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri