Posted inଖେଳ

ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସ:୨୦୦ ମିଟରରେ ଦୂତୀ ୫ମ

ଭୁବନେଶ୍ୱର, ୧୨।୭(କ୍ରୀଡ଼ା ପ୍ରତିନିଧି)-ଇଟାଲିର ନାପୋଲିଠାରେ ଚାଲିଥିବା ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସର ମହିଳା ୨୦୦ ମିଟର ଇଭେଣ୍ଟରେ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ୫ମ ସ୍ଥାନରେ ରହିଛନ୍ତି। ବୁଧବାର ହିଟ୍‌ରେ ୨୪.୦୮ ଓ ଗୁରୁବାର ସେମିଫାଇନାଲରେ ୨୩.୨୪ ସେକେଣ୍ଡ ସମୟ ନେଇଥିବା ଦୂତୀ ଫାଇନାଲରେ ୨୩.୩୦ ସେକେଣ୍ଡ ସମୟ ନେଇ ପଦକରୁ ଦୂରରେ ରହିଛନ୍ତି। ବେଲାରୁଷର କ୍ରିଷ୍ଟ୍‌ସ ସିମାନୋସ୍କାୟା ୨୩.୦୦, ଜର୍ମାନୀର ଜେସିକା ବିନାକା ଓ୍ବେସୋଲି ୨୩.୦୫ ଓ ଲିସା କ୍ୱାୟି ୨୩.୧୧ ସେକେଣ୍ଡ ସମୟ ନେଇ ଯଥାକ୍ରମେ ସ୍ବର୍ଣ୍ଣ, ରୌପ୍ୟ ଓ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଲାଟିଭିଆର ଗୁଣ୍ଟା ଭାଇକୁଲି ୨୩.୧୨ ସେକେଣ୍ଡ ନେଇ ଦୂତୀଙ୍କ ଉପରକୁ ୪ର୍ଥ ସ୍ଥାନରେ ରହି ପ୍ରତିଯୋଗିତା ଶେଷ କରିଛନ୍ତି। ପ୍ରକାଶ ଯୋଗ୍ୟ ଯେ, ପ୍ରତିଯୋଗିତାର ୧୦୦ ମିଟରରେ ଦୂତୀ ୧୧.୩୨ ସେକେଣ୍ଡ ସମୟ ନେଇ ପ୍ରଥମ ଭାରତୀୟ ଟ୍ରାକ୍‌ ଆଣ୍ଡ ଫିଲ୍ଡ ଆଥଲେଟ୍‌ଭାବେ ସ୍ବର୍ଣ୍ଣ ପଦକ ହାସଲ କରି ଇତିହାସ ରଚିଥିଲେ। କିଟ୍‌ ବିଶ୍ୱବିଦ୍ୟାଳୟର ଛାତ୍ରୀ ଭାବେ ସେ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରି ବଡ଼ ସଫଳତା ପାଇଥିଲେ। ଓଡ଼ିଶାର ଏକମାତ୍ର ପ୍ରତିଯୋଗୀଭାବେ ସେ ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସରେ ଭାଗ ନେଇଥିଲେ। କିଟ୍‌ ବିଶ୍ୱବିଦ୍ୟାଳୟର କ୍ରୀଡ଼ା ନିର୍ଦ୍ଦେଶକ ଗଗନେନ୍ଦୁ ଦାଶ ଡେପୁଟି ଚିଫ୍‌ ଡି’ ମିଶନ, ସହକାରୀ କ୍ରୀଡ଼ା ନିର୍ଦ୍ଦେଶକ ରୁଦ୍ରକେଶ ଜେନା ଅଫିସିଆଲ ଏବଂ ଆଥଲେଟିକ୍ସ ସଞ୍ଜୟ ଗଡ଼ନାୟକ କୋଚ୍‌ଭାବେ ଇଟାଲି ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ରିକେଟର ହେବେ ଅବରାମ! ଦେଖାଇଲେ ପ୍ରଥମ ଝଲକ

ନୂଆଦିଲ୍ଲୀ,୨୯।୪: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୪ ର ୪୭ ତମ ମ୍ୟାଚ ରେ ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବ । ଏହି ମ୍ୟାଚ କୋଲକାତାର ଇଡେନ...

ଆଇପିଏଲ୍‌ ମଝିରେ ଆମେରିକା ଯିବ ଭାରତୀୟ ଟିମ୍‌!

ନୂଆଦିଲ୍ଲୀ,୨୯।୪: ଆଇପିଏଲ ୨୦୨୪ ପରେ ଟି-୨୦ ବିଶ୍ୱକପ ଆରମ୍ଭ ହେବ। ଆଇପିଏଲର ଫାଇନାଲ ମେ ୨୬ ଖେଳାଯିବ। ଏହାର ୫ ଦିନ ପରେ ଅର୍ଥାତ୍‌ ଜୁନ୍‌...

ଏହି ଦିନ ହୋଇପାରେ ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ,୨୯।୪: ଜୁନ ୧ ରୁ ଟି-୨୦ ବିଶ୍ୱକପ ଆରମ୍ଭ ହେବାକୁ ଯାଉଛି। ଟି-୨୦ ବିଶ୍ୱକପ ୨୦୨୪ ପାଇଁ ଦଳ ଘୋଷଣା କରିଥିବା ନ୍ୟୁଜିଲାଣ୍ଡ ହେଉଛି ପ୍ରଥମ...

ଏବି ଡି ଭିଲିୟର୍ସଙ୍କ ‘ମହାରେକର୍ଡ’ ଭାଙ୍ଗିଲେ କୋହଲି

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ର ୪୫ତମ ମ୍ୟାଚରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ବିରାଟ କୋହଲି ଏକ ଚମତ୍କାର ଇନିଂସ ଖେଳିଥିଲେ। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ପୂର୍ବତନ ଅଧିନାୟକ...

୨ କୁନି ଶିଶୁ କଲେ ଟି-୨୦ ବିଶ୍ୱକପ୍‌ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ସମସ୍ତେ ହେଲେ ଆଶ୍ଚର୍ଯ୍ୟ, ଦେଖନ୍ତୁ ଭିଡିଓ

ଅକଲାଣ୍ଡ,୨୦।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଦ୍ୱାରା ଧାର୍ଯ୍ୟ ସମୟସୀମା ପୂର୍ବରୁ ଦୁଇ ଦିନ ପୂର୍ବରୁ ନ୍ୟୁଜିଲାଣ୍ଡ କ୍ରିକେଟ ବୋର୍ଡ ଟି-୨୦ ବିଶ୍ୱକପ ୨୦୨୪ ପାଇଁ...

ଭଲ ଥିଲା ମୁଁ ଛକା ମାରି ନ ଥିଲି: କାହିଁକି ଏମିତି କହିଲେ କୋହଲି

ବେଙ୍ଗାଲୁରୁ,୨୯।୪: ଆଇପିଏଲ ୨୦୨୪ର ୪୫ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଗୁଜରାଟ ଟାଇଟାନ୍ସକୁ ୯ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ଆରସିବି ପାଇଁ ମଧ୍ୟ...

ଅରେଞ୍ଜ-ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ଆକର୍ଷଣୀୟ: କାହା ପାଖରେ ଏବେ କ୍ୟାପ୍‌ ଜାଣନ୍ତୁ

ଚେନ୍ନାଇ,୨୯।୪: ଆଇପିଏଲ ୨୦୨୪ର ୪୬ତମ ମ୍ୟାଚ ପରେ ଅରେଞ୍ଜ କ୍ୟାପ୍‌ ରେସ୍‌ ମଧ୍ୟ ଆକର୍ଷଣୀୟ ହୋଇପଡିଛି। ୪୬ତମ ମ୍ୟାଚରେ ଋତୁରାଜ ଗାଇକ୍ୱାଡ ୯୮ ରନର ଇନିଂସ...

ଚେନ୍ନାଇ ସୁପର କିଙ୍ଗ୍ସର ବିଜୟ ପରେ ପଏଣ୍ଟ ଟେବୁଲ୍‌ରେ ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛନ୍ତି

ଚେନ୍ନାଇ,୨୯।୪: ଆଇପିଏଲ ୨୦୨୪ର ୪୬ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିଲା। ଚେନ୍ନାଇର ଘରୋଇ ଗ୍ରାଉଣ୍ଡ ଏମ ଚିଦାମ୍ବରମ ଷ୍ଟାଡିୟମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri