Posted inଜାତୀୟ

ଓ୍ବାଶିଂଟନ ପୋଷ୍ଟ ବିରୋଧରେ କଶ୍ମୀରୀ ପଣ୍ଡିତଙ୍କ ବିକ୍ଷୋଭ

ଓ୍ବାଶିଂଟନ,୯ା୯(ପି.ଟି.): ଆମେରିକା ଗଣମାଧ୍ୟମ ଓ୍ବାଶିଂଟନ ପୋଷ୍ଟ ଜମ୍ମୁ-କଶ୍ମୀର ସମ୍ପର୍କରେ ଏକପାଖିଆ ଖବର ଛାପୁଥିବାରୁ ଏହାର ପ୍ରତିବାଦରେ କଶ୍ମୀରୀ ପଣ୍ଡିତମାନେ ଶନିବାର ଏହାର କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଗ୍ଲୋବାଲ କଶ୍ମୀରୀ ପଣ୍ଡିତ ଡାଏସପୋରା ପକ୍ଷରୁ ଏହି ବିକ୍ଷୋଭର ଆୟୋଜନ କରାଯାଇଥିଲା। ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ଭାରତ ସରକାର ଉଚ୍ଛେଦ କରିବା ପରେ ଆମେରିକାର ଏହି ଖବରକାଗଜ କ୍ରମାଗତ ଭାବେ ଏକପାଖିଆ ଏବଂ ପକ୍ଷପାତମୂଳକ ଖବର ପ୍ରସାରଣ କରିଆସୁଥିବା ସେମାନେ ଅଭିଯୋଗ କରିଥିଲେ। ଏଭଳି ଖବର ଛାପିବା ଦ୍ୱାରା କଶ୍ମୀର ଆଇନଶୃଙ୍ଖଳା ପରିସ୍ଥିତିରେ ଉନ୍ନତି ଆସିବ ନାହିଁ ବୋଲି ସେମାନେ ସ୍ମାରକପତ୍ରରେ ଉଲ୍ଲେଖ କରିଛନ୍ତି। ତେବେ ଅଭିଯୋଗକୁ ଓ୍ବାଶିଂଟନ ପୋଷ୍ଟ ପକ୍ଷରୁ ଖଣ୍ଡନ କରାଯାଇଛି। ସେମାନେ ଛାପିଥିବା ଖବର ସମ୍ପୂର୍ଣ୍ଣ ସତ୍ୟ ଓ ଠିକ୍‌ ବୋଲି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri