Posted inଖେଳ

ଓ୍ବିନ୍‌ଷ୍ଟନ ସାଲେମ୍‌ ଓପନ୍‌ : ହୁର୍‌କାଜଙ୍କୁ ପ୍ରଥମ ଏଟିପି ଟାଇଟଲ

ଲସ ଏଞ୍ଜେଲ୍ସ, ୨୫।୮(ଏଏଫ୍‌ପି)- ପୋଲାଣ୍ଡ ତରାକା ଟେନିସ ଖେଳାଳି ହୁବର୍ଟ ହୁର୍‌କାଜ ଏଠାରେ ଖେଳଯାଇଥିବା ଓ୍ବିନ୍‌ଷ୍ଟନ ସାଲେମ ଓପନ୍‌ ଟେନିସ୍‌ ଟୁର୍ନାମେଣ୍ଟରେ ଚାମ୍ପିୟନ ହୋଇଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ହୁରକାଜ୍‌ ଟପ୍‌ ସିଡ ମାନ୍ୟତା ପାଇଥିବା ଫ୍ରାନ୍ସର ବେନୋଇଟ୍‌ ପାଇରେଙ୍କୁ ୬-୩, ୩-୬, ୬-୩ ସେଟରେ ପରାସ୍ତ କରି ବିପର୍ଯ୍ୟୟ ଘଟାଇବା ସହ କ୍ୟାରିୟରର ପ୍ରଥମ ଏଟିପି ଟାଇଟଲ ହାସଲ କରିଛନ୍ତି। ୧୯୮୨ ପରେ ପୋଲାଣ୍ଡର ପ୍ରଥମ ଖେଳାଳିଭାବେ ୨୨ ବର୍ଷୀୟ ହୁର୍‌କାଜ କୌଣସି ଟୁର ସିଙ୍ଗଲ୍ସ ଇଭେଣ୍ଟରେ ଟାଇଟଲ ହାସଲ କରିଛନ୍ତି। ଶେଷଥର ପାଇଁ ପୂର୍ବତନ ପୋଲାଣ୍ଡ ଟେନିସ୍‌ ଖେଳାଳି ଓ୍ବଜଟେକ ଫିବାକ ୧୯୮୨ରେ ଡବ୍ଲ୍ୟୁସିଟି ଚିକାଗୋ ଟାଇଟଲ ହାସଲ କରିଥଲେ। ଏଥିସହ ୨୦୧୯ରେ ହୁରକାଜ ୧୪ତମ ନବାଗତ ଖେଳାଳି ଭାବେ କୌଣସି ଏଟିପି ଟୁର ଟାଇଟଲ ହାସଲ କରିଛନ୍ତି। ଫାଇନାଲରେ ବିଜୟୀ ହେବା ପୂର୍ବରୁ ହୁରକାଜ ପୂର୍ବରୁ ଟୁର୍ନାମେଣ୍ଟରେ ୧୬ତମ ସିଡ ଫେଲିସିଆନୋ ଲୋପେଜ, ଦଶମ ସିଡ ଫ୍ରାନ୍‌ସେସ୍‌ ଟିଆଫୋ ଓ ଦ୍ୱିତୀୟ ସିଡ ଡେନିସ୍‌ ଶାପୋଭାଲୋଭଙ୍କୁ ପରାସ୍ତ କରିଥିଲେ। ଏଟିପି ଟୁର ଇଭେଣ୍ଟ ଟାଇଟଲ ଜିତିଥିବାରୁ ହୁରକାଜ ଖୁସି ଜାହିର କରିଛନ୍ତି। ଏହି ସପ୍ତାହ ମୋ ପାଇଁ ଭାଗ୍ୟଶାଳୀ ସାବ୍ୟସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri