ଓ୍ବେଟ୍‌ ଲିଫ୍ଟିଙ୍ଗ କରିବାକୁ ଭଲଲାଗେ

ସୁରମୟୀ ମହାପାତ୍ର। ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରୀର ଜଣେ ଜଣାଶୁଣା ନାୟିକା। ରିଅଲିଟି ଶୋ ‘ମୁଁ ବି ହିରୋଇନ୍‌ ହେବି’ ସିଜନ୍‌-୨ର ବିଜେତା ସୁରମୟୀ ପ୍ରଥମେ ‘ଭଲପାଏ ତତେ ୧୦୦ରୁ ୧୦୦’ ଫିଲ୍ମ ଜରିଆରେ ଓଡ଼ିଆ ସିନେ ଜଗତରେ ପାଦ ଥାପିଥିଲେ। ଏହାପରେ ସେ ୭ଟି ଫିଲ୍ମରେ ଅଭିନୟ କରି ଦର୍ଶକଙ୍କ ଭଲପାଇବା ସାଉଁଟି ପାରିଛନ୍ତି। ତେବେ ବ୍ୟସ୍ତତା ଜୀବନରେ ନିଜକୁ କିଭଳି ଫିଟ୍‌ ରଖାଯାଇପାରିବ ସେଥିପ୍ରତି ସେ ସବୁବେଳେ ବ୍ୟାୟାମ ଉପରେ ଗୁରୁତ୍ୱ ଦିଅନ୍ତି।

ନୃତ୍ୟପ୍ରିୟ ନାୟିକା ସୁରମୟୀ ସକାଳୁ ଉଠିଲେ ପ୍ରଥମେ ମ୍ୟୁଜିକ୍‌ ବିଟ୍‌ରେ ଏକ୍ସରସାଇଜ୍‌ କରନ୍ତି। ଏହାପରେ ସେ ଲେମ୍ବୁ ଓ ମହୁ ମିଶା ଏକ କପ୍‌ ଉଷୁମ ପାଣି ପିଇଥାନ୍ତି। ପରେ ଦୁଇଟି କଦଳୀ ଓ ଗୋଟିଏ ସେଓ ଖାଆନ୍ତି ଓ ଜିମ୍‌କୁ ଯାଇଥାନ୍ତି। ଯଦି ଫିଲ୍ମ ଶୁଟ୍‌ ଚାଲିଥାଏ ତେବେ ଜିମ୍‌ରେ କାର୍ଡିଓ ଏକ୍ସରସାଇଜ୍‌ କରିଥାନ୍ତି। ଅନ୍ୟ ସମୟରେ ଓ୍ବେଟ୍‌ ଲିଫ୍ଟିଙ୍ଗ ଏକ୍ସରସାଇଜ୍‌ କରିବାକୁ ପ୍ରିଫର କରନ୍ତି। ଓ୍ବେଟ୍‌ ଲିଫ୍ଟିଂ ଏକ୍ସରସାଇଜ୍‌ ଦ୍ୱାରା ଶରୀରକୁ ଶକ୍ତି ମିଳିଥାଏ ବୋଲି ମନେ କରନ୍ତି ସୁରମୟୀ। ସେ ବ୍ରେକ୍‌ଫାଷ୍ଟରେ ବିନା ତେଲଯୁକ୍ତ ଓ ଲଞ୍ଚରେ ଘରୋଇ ଖାଦ୍ୟ ଖାଆନ୍ତି। ସନ୍ଧ୍ୟାରେ ୪ରୁ ୫ କିଲୋମିଟର ଚାଲିବାକୁ ଯାଆନ୍ତି। ଫେରିବା ପରେ ଅନ୍ୟାନ୍ୟ କାମ ସାରି ସନ୍ଧ୍ୟା ସାଢ଼େ ୭ଟା ସୁଦ୍ଧା ସେ ଡିନର କରିଥାନ୍ତି। ଦିନକୁ ଯଦିଓ ଅଧିକ ପାଣି ପିଇ ପାରନ୍ତି ନାହିଁ, ତଥାପି ବିଭିନ୍ନ ହେଲ୍‌ଦି ଡ୍ରିଙ୍କ୍ସ ପିଇଥାନ୍ତି।
ଜଣେ କଳାକାର ପାଇଁ ନୁହେଁ, ସମସ୍ତଙ୍କ ପାଇଁ ଫିଟ୍‌ନେସର୍‌ ଗୁରୁତ୍ୱ ରହିଛି। ସେଥିପାଇଁ ସମସ୍ତେ ବିଭିନ୍ନ ପ୍ରକାର ଏକ୍ସରସାଇଜ୍‌ କରିବା ଉଚିତ ବୋଲି ସୁରମୟୀ କୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri