Posted inଖେଳ

ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ଦଳ ଘୋଷିତଧାଓ୍ବନ, ଶାହଙ୍କ ପ୍ରତ୍ୟାବର୍ତ୍ତନ : ଚହର ନୂଆ ମୁହଁ, ୩ ଫର୍ମାଟରେ ନେତୃତ୍ୱ ବଜାୟ ରଖିଲେ କୋହଲି

ମୁମ୍ବାଇ,୨୧।୭(ପି.ଟି.)- ଆଗାମୀ ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ୩ଟି ଯାକ ଫର୍ମାଟ ଲାଗି ଭାରତୀୟ ଦଳ ଘୋଷଣା କରାଯାଇଛି। ମୁଖ୍ୟ ଚୟନକର୍ତ୍ତା ଏମ୍‌.ଏସ୍‌.କେ. ପ୍ରସାଦଙ୍କ ଅଧ୍ୟକ୍ଷତାରେ ରବିବାର ବୈଠକରେ ବସି ଚୟନ କମିଟି ଏହି ଦଳ ଘୋଷଣା କରିଛି। ସିନିୟର ଓପନର ଶିଖର ଧାଓ୍ବନ ଆଘାତ ସମସ୍ୟାରୁ ମୁକୁଳି ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ବଲ୍‌ ବାଜିବା କାରଣରୁ ବୁଢ଼ା ଆଙ୍ଗୁଠିରେ ସେ ଆଘାତ ପାଇଥିଲେ। ଫଳରେ ସେ ବିଶ୍ୱକପ୍‌ ଅଧାରୁ ଦଳରୁ ବାଦ୍‌ ପଡିଥିଲେ। ଯୁବ ଲେଗ୍‌ ସ୍ପିନର ରାହୁଲ ଚହର ଏକମାତ୍ର ନୂଆ ମୁହଁ ଭାବେ ଟି୨୦ ଦଳରେ ସ୍ଥାନ ପାଇଛନ୍ତି। ବିରାଟ କୋହଲି ପୂର୍ବପରି ୩ଟି ଫର୍ମାଟରେ ଦଳରେ ନେତୃତ୍ୱ ନେବେ। ଅଭିଜ୍ଞ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀ ପାରମିଲିଟାରୀ ରେଜିମେଣ୍ଟରେ କାର୍ଯ୍ୟ କାରିବା ପାଇଁ ଦୁଇ ମାସ କ୍ରିକେଟରୁ ଦୂରେଇ ରହିବେ ବୋଲି ଘୋଷଣା କରିଥିଲେ। ଫଳରେ ତାଙ୍କ ନାମକୁ ଚୟନକର୍ତ୍ତା ବିଚାରକୁ ନେଇ ନ ଥିଲେ।
ସେହିପରି ଅଭିଜ୍ଞ ଉଇଇକେଟକିପର ରିଦ୍ଧିମାନ ଶାହ ଟେଷ୍ଟ ଦଳକୁ ଫେରିଛନ୍ତି। ୨୦୧୮ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଅବସରରେ ସେ ଆହତ ହୋଇଥିଲେ ଓ ତାଙ୍କ କାନ୍ଧରେ ଆସ୍ତ୍ରୋପଚାର କରାଯାଇଥିଲା। ଏବେ ସେ ସୁସ୍ଥ ହୋଇ ଦଳକୁ ପ୍ର଼୍ୟାବର୍ତ୍ତନ କରିଛନ୍ତି। ଶେଷଥର ପାଇଁ ଶାହ ୨୦୧୮ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟେଷ୍ଟ ଖେଳିଥିଲେ।
ରାଜସ୍ଥାନ ଲେଗ୍‌ ସ୍ପିନର ଚହର ଗତ ଆଇପିଏଲ୍‌ ଓ ଘରୋଇ ସେସନରେ ଆକର୍ଷଣୀୟ ପ୍ରଦର୍ଶନ କରି ଚୟନକର୍ତ୍ତାଙ୍କ ଆସ୍ଥାଭାଜନ ହୋଇ ଟି୨୦ ଦଳରେ ସ୍ଥାନ ପାଇଛନ୍ତି। ସେ ଦୀପକ ଚହରଙ୍କ ସମ୍ପର୍କୀୟ ଭାଇ। ଦୀପକ ମଧ୍ୟ ଟି୨୦ ଦଳରେ ସ୍ଥାନ ପାଇଛନ୍ତି। ବିଶ୍ୱକପ୍‌ ଦଳରୁ କେବଳ ଦୀନେଶ କର୍ତ୍ତିକ ବାଦ୍‌ ପଡିଛନ୍ତି। ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଓ ତାରକା ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରାଙ୍କୁ ବିଶ୍ରାମ ଦିଆଯାଇଛି। କାର୍ଯ୍ୟଭାର କମାଇବା ପାଇଁ ଏପରି ନିଷ୍ପତ୍ତି ନିଆଯାଇଛି। ତେବେ ବୁମ୍‌ରା ଟେଷ୍ଟ ଦଳରେ ସ୍ଥାନ ବଜାୟ ରଖିଛନ୍ତି। ବିଶ୍ୱକପ୍‌ରେ ଦମ୍‌ଦାର ପ୍ରଦର୍ଶନ କରି ୫ଟି ଶତକ ହାସଲ କରିଥିବା ରୋହିଶ ଶର୍ମାଙ୍କୁ ଟେଷ୍ଟ ଦଳରେ ସାମିଲ କରାଯାଇଛି।
ଅଗଷ୍ଟ ୩ ତାରିଖରୁ ଭାରତ ତା’ର ଓ୍ବେଷ୍ଟଇଣ୍ଡିଜ ଗସ୍ତ ଆରମ୍ଭ କରିବ। ଏହି ଗସ୍ତରେ ଭାରତ ପ୍ରଥମ ୩ଟି ଟି୨୦, ୩ଟି ଦିନିକିଆ ଓ ୨ଟି ଟେଷ୍ଟ ମ୍ୟାଚ୍‌ ଖେଳିବ। ଗତ ବିଶ୍ୱକପ୍‌ ସେମିଫାଇାନଲରେ ନ୍ୟୁଜିଲାଣ୍ଡଠାରୁ ୧୮ ରନରେ ପରାସ୍ତ ହୋଇ ବିଦାୟ ନେବା ପରେ ଭାରତ ପ୍ରଥମ ସିରିଜ ଖେଳିବାକୁ ଯାଉଛି। ହେଡ୍‌ କୋଚ୍‌ ରବି ଶାସ୍ତ୍ରୀଙ୍କ ସମେତ ଏବେକାର କୋଚିଂ ଷ୍ଟାଫ୍‌ର କାର୍ଯ୍ୟକାଳ ବୃଦ୍ଧି କରାଯାଇଛି। ଓ୍ବେଷ୍ଟଇଣ୍ଡିଜ ଗସ୍ତ ସମେତ ଦକ୍ଷିଣ ଆଫ୍ରିକା ଘରୋଇ ସିରିଜ ପର୍ଯ୍ୟନ୍ତ କୋଚିଂ ଷ୍ଟାଫ୍‌ ଦାୟିତ୍ୱରେ ରହିବ।

ଟି୨୦ ଦଳ: ବିରାଟ କୋହଲି (ଅଧିନାୟକ), ରୋହିତ ଶର୍ମା, ଶିଖର ଧାଓ୍ବନ, ଲେକେଶ ରାହୁଲ, ଶ୍ରେୟାସ ଆୟର, ମନୀଷ ପାଣ୍ଡେ, ରିଷଭ ପନ୍ତ (ଉଇକେଟକିପର), କ୍ରୁନାଲ ପାଣ୍ଡ୍ୟା, ରବୀନ୍ଦ୍ର ଜାଡେଜା, ଓ୍ବାଶିଂଟନ ସୁନ୍ଦର, ରାହୁଲ ଚହର, ଭୁବନେଶ୍ୱର କୁମାର, ଖଲିଲ ଅହମ୍ମଦ, ଦୀପକ ଚହର ଓ ନବଦୀପ ସଇନି।
ଦିନିକିଆ ଦଳ: ବିରାଟ କୋହଲି (ଅଧିନାୟକ), ରୋହିତ ଶର୍ମା, ଶିଖର ଧାଓ୍ବନ, ଲୋକଶେ ରାହୁଲ, ଶ୍ରେୟାସ ଆୟର, ମନୀଷ ପାଣ୍ଡେ, ରିଷଭ ପନ୍ତ (ଉଇକେଟକିପର), ରବୀନ୍ଦ୍ର ଜାଡେଜା, କୁଲଦୀପ ଯାଦବ, ୟୁଜବେନ୍ଦ୍ର ଚହଲ, କେଦାର ଯାଦବ, ମହମ୍ମଦ ସାମି, ଭୁବନେଶ୍ୱର କୁମାର, ଖଲିଲ ଅହମ୍ମଦ ଓ ନବଦୀପ ସଇନି।
ଟେଷ୍ଟ ଦଳ: ବିରାଟ କୋହଲି (ଅଧିନାୟକ), ଅଜିଙ୍କ୍ୟ ରାହାନେ (ଉପ- ଅଧିନାୟକ), ମୟଙ୍କ ଅଗ୍ରଓ୍ବାଲ, ଲୋକେଶ ରାହୁଲ, ଚେତେଶ୍ୱର ପୂଜାରା, ହନୁମା ବିହାରୀ, ରୋହିତ ଶର୍ମା, ରିଷଭ ପନ୍ତ (ଉଇକେଟକିପର), ରିଦ୍ଧିମାନ ଶାହ (ଉଇକେଟକିପର), ରବିଚନ୍ଦ୍ରନ ଅଶ୍ୱିନ, ରବୀନ୍ଦ୍ର ଜାଡେଜା, କୁଲଦୀପ ଯାଦବ, ଇଶାନ୍ତ ଶର୍ମା, ମହମ୍ମଦ ସାମି, ଯଶପ୍ରୀତ ବୁମରା ଓ ଉମେଶ ଯାଦବ।


Enter your email to get our daily news in your inbox.

All Right Reserved By Dharitri.Com

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ପରଲୋକରେ ଷ୍ଟାଚ୍ୟୁ ଅଫ ୟୁନିଟିର ନିର୍ମାତା: ଖେଳିଗଲା ଶୋକର ଲହରୀ

ନୋଏଡା,୧୮।୧୨: ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ଦେହାନ୍ତ ହୋଇଛି। ସେ ପ୍ରାୟ ୧୦୦ ବର୍ଷ ବୟସରେ ନୋଏଡାର ସେକ୍ଟର ୧୯ସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!

୨୦୨୬ ବର୍ଷ ପାଖେଇ ଆସୁଛି, ଏବଂ ଏହି ନୂତନ ବର୍ଷରେ ହେଉଥିବା ଗ୍ରହ ପରିବର୍ତ୍ତନ କିଛି ରାଶି ପାଇଁ ବିଶେଷ ସୌଭାଗ୍ୟ ଆଣିବ ବୋଲି କହିଛନ୍ତି...

୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା

ନୂଆଦିଲ୍ଲୀ,୧୮।୧୨: IPL ୨୦୨୬ ମିନି ନିଲାମ ପରେ, ସମସ୍ତ ୧୦ଟି ଦଳର ଦଳ ଚୂଡ଼ାନ୍ତ ହୋଇଛି। ଏହି ସମୟରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)...

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ବର୍ଷର ଉପହାର: ଜାନୁଆରୀ ୧ରୁ ସାରା ଦେଶରେ…

ନୂଆଦିଲ୍ଲୀ,୧୮।୧୨: ନୂତନ ବର୍ଷ ୨୦୨୬ ସାରା ଦେଶର ଲକ୍ଷ ଲକ୍ଷ ଗ୍ୟାସ ଗ୍ରାହକଙ୍କୁ ଖୁସି କରିବ ବୋଲି ଖୁସିର ଖବର ଆଣିଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ...

ନୂଆବର୍ଷରେ ଶନିଙ୍କ ସିଧା ଚଳନରେ ବଦଳିଯିବ ଭାଗ୍ୟ; ଏହି ୩ ରାଶିଙ୍କର ବାଜିବ ଲଟେରୀ, ବଢିଚାଲିବ ସମ୍ପତ୍ତି!

ନଅଟି ଗ୍ରହ ମଧ୍ୟରେ ଶନିକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ ବୋଲି ବିବେଚନା କରାଯାଏ। ଶନି ସବୁଠାରୁ ଧୀର ଗତିରେ ଗତି କରନ୍ତି, ପ୍ରତି ଅଢ଼େଇ ବର୍ଷରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri