Posted inଖେଳ

ଓ୍ବେଷ୍ଟଇଣ୍ଡିଜ ଗସ୍ତରୁ ଓହରିଲେ ଧୋନୀ

ନୂଆଦିଲ୍ଲୀ,୨୦।୭- ପୂର୍ବତନ ଭାରତୀୟ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଶନିବାର ଓ୍ବେଷ୍ଟଇଣ୍ଡିଜ ସିରିଜରୁ ଓହରିଯାଇଛନ୍ତି। ଇଣ୍ଡିଜ ଗସ୍ତ ଲାଗି ଭାରତୀୟ ଦଳ ଘୋଷଣା ହେବାର ଗୋଟିଏ ଦିନ ପୂର୍ବରୁ ଭେଟେରାନ ଉଇକେଟ କିପର ଏଭଳି ନିଷ୍ପତ୍ତି ନେଇଛନ୍ତି। ଏହାଦ୍ୱାରା ତାଙ୍କ ଅବସର ନେଇ ଚାଲିଥିବା ଆଲୋଚନାରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ବିଶ୍ୱକପ୍‌ ସେମିଫାଇନାଲରୁ ଭାରତୀୟ ଦଳ ବିଦାୟନେବା ପରେ ସେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବେ ବୋଲି ଆଶା କରାଯାଉଥିଲା। ଧୋନୀ ଦୁଇମାସ ପାଇଁ ବିଶ୍ରାମ ନେବାକୁ ଚାହୁଁଛନ୍ତି। ଏହି ସମୟରେ ସେ ପାରାମିଲିଟାରିର ପାରାଚ୍ୟୁଟ୍‌ ରେଜିମେଣ୍ଟରେ ଲ୍ୟୁଟ୍‌ନାଣ୍ଟ ଭାବେ କାର୍ଯ୍ୟ କରିବେ। ଏ ସମ୍ପର୍କରେ ବିସିସିଆଇ ଅଫିସିଆଲ କହିଛନ୍ତି, ଧୋନୀ କ୍ରିକେଟରୁ ଏବେ ଅବସର ନେଉନାହାନ୍ତି ବୋଲି ଆମେ ସ୍ପଷ୍ଟ କରୁଛୁ। ପାରାମିଲିଟାରିରେ କାର୍ଯ୍ୟ କରିବା ଲାଗି ସେ ଦୁଇ ମାସ ପାଇଁ କ୍ରିକେଟରୁ ବିରତି ନେଇଛନ୍ତି। ଏଥିନେଇ ବହୁ ପୂର୍ବରୁ ଯୋଜନା କରିଥିଲେ। ଆମେ ତାଙ୍କ ନିଷ୍ପତ୍ତି ସମ୍ପର୍କରେ ଭାରତୀୟ ଅଧିନାୟକ ବିରାଟ କୋହଲି, ଚୟନ କମିଟି ମୁଖ୍ୟ ଏମ୍‌ଏସ୍‌କେ ପ୍ରସାଦଙ୍କୁ ଜଣାଇଦେବୁ ବୋଲି ବିସିସିଆଇର ଜଣେ ସିନିୟର କର୍ମକର୍ତ୍ତା କହିଛନ୍ତି। ୩୮ ବର୍ଷୀୟ କ୍ରିକେଟର ଅବସର ନେବାକୁ ମନା କରିବା ପରେ ଚୟନ କମିଟି ଉପରେ ସବୁ କିଛି ନିର୍ଭର କରୁଛି। ଧୋନୀଙ୍କ ଓହରିବା ଯୋଗୁ ରିଷଭ ପନ୍ତ ସମସ୍ତ ଫର୍ମାଟ୍‌ରେ ଭାରତୀୟ ଦଳର ଉଇକେଟ କିପର ଲାଗି ପ୍ରଥମ ବିକଳ୍ପ ହେବା ନିଶ୍ଚିତ। ରିଦ୍ଧିମାନ ଶାହ ଟେଷ୍ଟରେ ଅତିରିକ୍ତ ଉଇକେଟ କିପର ଭାବେ ସ୍ଥାନ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ଅଭିଭାଙ୍କ ସମ୍ପତ୍ତି କେତେ? ଏମିତି କରନ୍ତି ମୋଟା ଅଙ୍କର ରୋଜଗାର

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରମୁଖ ରାଜନୈତିକ ପରିବାର ମଧ୍ୟରୁ ଗୋଟିଏ ଗାନ୍ଧୀ-ଭଦ୍ରା ପରିବାର ଖୁବ ଶୀଘ୍ର ବିବାହ ଘୋଷଣା କରିବାକୁ ଯାଉଛନ୍ତି। ପ୍ରସ୍ତୁତି ଚାଲିଛି, ଏବଂ ବିବାହ...

ଶିଶୁୁତ୍ରକୁ ଜନ୍ମ ଦେଇ ଆଖିବୁଜିଦେଲେ ମା’: ହସ୍ପିଟାଲରେ ତାଲାମାରି ଚମ୍ପଟ ମାରିଲେ…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁରର ମେଡିକାଲ ଛକ ନିକଟରେ ଏକ ଘରୋଇ ମେଡିକାଲ ସାମ୍ନାରେ ପ୍ରସବ ପାଇଁ ଆସିଥିବା ପ୍ରସୂତିଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା...

କେମିତି ରହିବ ୨୦୨୬ରେ ଶନିଙ୍କ ଚାଲି? ଏସବୁ ରାଶି ରହିବେ ସତର୍କ, ଖରାପ ଟାଇମ୍‌ ଆରମ୍ଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ କର୍ମର ଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ। ତାଙ୍କୁ ନଅଟି ଗ୍ରହ ମଧ୍ୟରେ...

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri