Posted inଖେଳ

ଓ୍ବେଷ୍ଟଇଣ୍ଡିଜ ଟି୨୦ ଦଳକୁ ଫେରିଲେ ବ୍ରାଭୋ

ସେଣ୍ଟ ଜଜର୍‌ସ,୧୩ା୧ (ଏଏଫ୍‌ପି)- ଚଳିତ ମାସର ପରବର୍ତ୍ତୀ ଭାଗରେ ହେବାକୁ ଥିବା ଆୟର୍ଲାଣ୍ଡ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଲାଗି ଘୋଷିତ ୧୩ ଜଣିଆ ଓ୍ବେଷ୍ଟଇଣ୍ଡିଜ ଦଳରେ ଦକ୍ଷ ଅଲରାଉଣ୍ଡର ଡ୍ବେନ ବ୍ରାଭୋଙ୍କୁ ସାମିଲ କରାଯାଇଛି। ଦୀର୍ଘ ୩ ବର୍ଷର ବ୍ୟବଧାନ ପରେ ସେ ଜାତୀୟ ଦଳକୁ ଫେରିଛନ୍ତି। ସେ ଅନ୍ତିମ ଥର ୨୦୧୬ ଟି୨୦ ବିଶ୍ୱକପ୍‌ରେ ଜାତୀୟ ଦଳ ପାଇଁ ପ୍ରତିନିଧିତ୍ୱ କରିଥିଲେ। ଚଳିତବର୍ଷ ଅକ୍ଟୋବର ଓ ନଭେମ୍ବରରେ ଅଷ୍ଟ୍ରେଲିଆରେ ହେବାକୁ ଥିବା ବିଶ୍ୱକପ୍‌କୁ ଦୃଷ୍ଟି ରଖି ଏହି ଦଳ ଚୟନ କରାଯାଇଛି। ଡେଥ ବୋଲିଂ ୟୁନିଟ୍‌କୁ ଶକ୍ତିଶାଳୀ କରିବା ପାଇଁ ବ୍ରାଭୋ ଦଳରେ ସାମିଲ କରାଯାଇଛି। ଉକ୍ତ ବିଭାଗରେ ଆମକୁ ଉନ୍ନତି କରିବାର ଅଛି। ଆଉ ଏହି ବିଭାଗରେ ବ୍ରାଭୋଙ୍କ ରେକର୍ଡ ଖୁବ୍‌ ଭଲ ଓ ତାଙ୍କ ନିକଟରେ ଅଭିଜ୍ଞତା ମଧ୍ୟ ରହିଛି ବୋଲି ଓ୍ବେଷ୍ଟଇଣ୍ଡିଜର ମୁଖ୍ୟ ଚୟନକର୍ତ୍ତା ରୋଜର ହାର୍ପର କହିଛନ୍ତି। ସେ ୬୬ଟି ଅନ୍ତର୍ଜାତୀୟ ଟି୨୦ ମ୍ୟାଚ୍‌ରେ ୫୨ ଉଇକେଟ ନେବା ସହ ୧୧୪୨ ରନ୍‌ କରିଛନ୍ତି। ତାଙ୍କ ପୂରା କ୍ୟାରିୟରର ବିବାଦରେ ଘେରି ହୋଇ ରହିଥିଲେ। ମୋଟ ୪୦ ଟେଷ୍ଟର ଅନ୍ତିମ ଥର ୨୦୧୦ ଓ ୨୦୧୪ରେ ଅନ୍ତିମ ଦିନିକିଆ ଖେଳିଥିଲେ। ତାଙ୍କ ବ୍ୟତୀତ ଅଲରାଉଣ୍ଡ ରବମାନ ପାଓ୍ବେଲ ସ୍ଥାନ ପାଇଥିବାବେଳେ ନିୟମିତ ଅଧିନାୟକ ଜାସନ ହୋଲ୍ଡରଙ୍କୁ ବିଶ୍ରାମ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

ମ୍ୟାଚ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଚେତାଇଲେ ଇଂଲଣ୍ଡ ଖେଳାଳି, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୧୧।୭: ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ହରାଇ ସାରିଛି, କିନ୍ତୁ ଆଜି ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ଇଂଲଣ୍ଡ ଗସ୍ତ ସହ ଶେଷ ହେଲା ଏହି ୩ ଖେଳାଳିଙ୍କ T20 କ୍ୟାରିୟର! ଲଗାତାର ଫ୍ଲପ୍‌ ପରେ…

ନୂଆଦିଲ୍ଲୀ,୧୦।୭: ବ୍ୟାକ-ଟୁ-ବ୍ୟାକ ବିଶ୍ୱବିଜେତା ହେବା ପରେ ଟିମ ଇଣ୍ଡିଆ ଏବେ କ୍ରମାଗତ ୨ଟି ଟି-୨୦ ସିରିଜ ହାରିଛି। ପ୍ରଥମେ ଆୟରଲ୍ୟାଣ୍ଡ ଏବଂ ଏବେ ଇଂଲଣ୍ଡ, ଦୁଇ ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri