ଓ୍ବେସ୍କୋ ଡିଭିଜନ ଅଫିସ ସମ୍ମୁଖରେ ଗଣଧାରଣା

ସୁନ୍ଦରଗଡ,୧୭।୧୨(ଡି.ଏନ୍‌.ଏ.): ବେଆଇନ ନିଯୁକ୍ତି ବନ୍ଦ କରିବା, କାର୍ଯ୍ୟରତ କର୍ମଚାରୀଙ୍କୁ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ପଦୋନ୍ନତି ଓ ଅନ୍ୟାନ୍ୟ ୫ ଦଫା ଦାବି ନେଇ ଓଡିଶା ରାଜ୍ୟ କର୍ମଚାରୀ ସଂଘ ରାଉରକେଲା-ସୁନ୍ଦରଗଡ ଶାଖା ତରଫରୁ ସୋମବାର ସ୍ଥାନୀୟ ଓ୍ବେସ୍କୋ ଡିଭିଜନ ଅଫିସ ସମ୍ମୁଖରେ ବିଦ୍ୟୁତ୍‌ କର୍ମଚାରୀମାନେ ଅନିର୍ଦ୍ଦିଷ୍ଟ କାଳ ଗଣଧାରଣା ଆରମ୍ଭ କରିଛନ୍ତି। ସଂଘର ସଭାପତି ରଜନୀକାନ୍ତ ଆଚାର୍ଯ୍ୟଙ୍କ ନିର୍ଦ୍ଦେଶକ୍ରମେ ସୁନ୍ଦରଗଡ ଡିଭିଜନ ଶାଖାର ଜୋନାଲ ସଂପାଦକ ବିଜୟ କୁମାର ପ୍ରଧାନଙ୍କ ନେତୃତ୍ୱରେ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଭାବେ ଏହି ଗଣଧାରଣାରେ ସାମିଲ ହୋଇଛନ୍ତି। ସଂଘ ପକ୍ଷରୁ ଅଭିଯୋଗ କରାଯାଇଛି ଯେ, କାର୍ଯ୍ୟରତ କର୍ମଚାରୀମାନଙ୍କୁ କୌଣସି ସୁରକ୍ଷା ସାମଗ୍ରୀ ପ୍ରଦାନ କରା ନ ଯିବା ଯୋଗୁ କର୍ମଚାରୀମାନେ ଅନେକ ସମୟରେ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ଏଣୁ କର୍ମଚାରୀମାନଙ୍କୁ ସୁରକ୍ଷା ସାମଗ୍ରୀ ପ୍ରଦାନ କରାଯାଉ। ସିକ୍ୟୁରିଟି ଏଜେନ୍ସିର ସମସ୍ତ ବେଆଇନ୍‌ ନିଯୁକ୍ତି ବନ୍ଦ କରାଯାଉ। ସମସ୍ତ ବିଦ୍ୟୁତ୍‌ ସେକ୍ସନରେ ଡ୍ୟୁଟି ଚାର୍ଟ ପ୍ରଦାନ କରାଯାଉ। ଦୀର୍ଘ ଦିନରୁ ପଦୋନ୍ନତିରୁ ବଞ୍ଚିତ ବିଦ୍ୟୁତ କର୍ମଚାରୀମାନଙ୍କୁ ପଦୋନ୍ନତି ଦିଆଯାଉ। ଏହାସହ ଅସାଧୁ ଉପାୟରେ ହେଉଥିବା ନିଯୁକ୍ତିକୁ ବନ୍ଦ କରିବା ଆଦି ଦାବି କରାଯାଇଛି । ଦାବୀ ପୂରଣ ନ ହେବା ପର୍ଯ୍ୟନ୍ତ ଏହି ଗଣଧାରଣା ଚାଲୁ ରହିବ ବୋଲି ସଂଘ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri