ଓୟୁଏଟିରେ କୁକୁଡ଼ା ମରା ଅଭିଯାନ ଆରମ୍ଭ

ଭୁବନେଶ୍ୱର, ୨୮।୧(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) କୁକୁଡ଼ା ଫାର୍ମରେ ବାର୍ଡ ଫ୍ଲୁ ସ୍ପଷ୍ଟ ହେବା ପରେ ଆତଙ୍କ ଖେଳିଯାଇଛି। ମଙ୍ଗଳବାର ସେଠାରେ କୁକୁଡ଼ା ମରା ଅଭିଯାନ ଆରମ୍ଭ ହୋଇଛି। ୧୨ ତ୍ୱରିତ କାର୍ଯ୍ୟକାରୀ ଦଳ ଏହି କୁକୁଡ଼ା ମରା ଅଭିଯାନରେ ସାମିଲ ହୋଇଛନ୍ତି। ବାର୍ଡ ଫ୍ଲୁ ଚିହ୍ନଟ ହୋଇଥିବା ୧ କିଲୋମିଟର ବ୍ୟାସାର୍ଦ୍ଧ ଅଞ୍ଚଳକୁ ସଂକ୍ରମିତ ଅଞ୍ଚଳ ଓ ୧୦ କିଲୋମିଟର ବ୍ୟାସାର୍ଦ୍ଧ ଅଞ୍ଚଳ ମଧ୍ୟରେ ଥିବା ସମସ୍ତ କୁକୁଡ଼ାଙ୍କୁ ମରାଯାଇ ଗଭୀର ଗାତରେ ପୋତି ଦିଆଯିବ। ମାଟି ଘୋଡ଼ାଇବା ପୂର୍ବରୁ ସେଥିରେ ଚୂନ ଓ ବ୍ଲିଚିଂ ପାଉଡର ପରି ବିଶୋଧକ ପ୍ରୟୋଗ କରାଯିବ। ସଂକ୍ରମିତ ଅଞ୍ଚଳର ରାସ୍ତାଘାଟ ଓ ଅନ୍ୟାନ୍ୟ ସର୍ବସାଧାରଣ ସ୍ଥାନକୁ ମଧ୍ୟ ବ୍ଲିଚିଂ ପାଉଡର ଦ୍ୱାରା ବିଶୋଧନ କରାଯିବାର ବ୍ୟବସ୍ଥା ହୋଇଛି। କୁକୁଡ଼ାମରା ଅଭିଯାନ ଓ ସଂକ୍ରମଣ ନିୟନ୍ତ୍ରଣ ପାଇଁ ସରକାରଙ୍କ ପକ୍ଷରୁ ୧୨ ତ୍ୱରିତ କାର୍ଯ୍ୟକାରୀ ଦଳ (ରାପିଡ ରେସ୍ପନ୍ସ ଟିମ) ନିଯୁକ୍ତ କରାଯାଇଛି। ଏଥିମଧ୍ୟରୁ ୭ ଟିମକୁ କୁକୁଡ଼ା ମରା ଓ ପୋତିବା ଦାୟିତ୍ୱ ଦିଆଯାଇଛି। ସେମାନେ ଓୟୁଏଟି କୁକୁଡ଼ା ଫାର୍ମର କୁକୁଡ଼ା ମାରିବା ସହିତ ୧ କି.ମି. ବ୍ୟାସର୍ଦ୍ଧ ଅଞ୍ଚଳରେ ରହିଥିବା ମାଂସ ଦୋକାନ ଏବଂ ଅନ୍ୟାନ୍ୟ ଫାର୍ମରେ ଥିବା କୁକୁଡ଼ାଙ୍କୁ ମାରି ପୋତିବେ। ଏଥିସହିତ ଘର ଘର ବୁଲି ପାଳିତ କୁକୁଡ଼ାକୁ ମାରିବା ବ୍ୟବସ୍ଥା କରିବେ। ସେହିପରି ୫ ଟିମ ନିରୀକ୍ଷଣ ଅଞ୍ଚଳରେ ରୋଗ ନିୟନ୍ତ୍ରଣ କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ଏହି ଟିମକୁଡ଼ିକ ନିୟମିତ ବ୍ୟବଧାନରେ ସନ୍ଦିଗ୍ଧ କୁକୁଡ଼ାଙ୍କଠାରୁ ରକ୍ତ, ଲାଳ ଓ ମଳ ଆଦି ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇବାର ବ୍ୟବସ୍ଥା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri