Posted inଜାତୀୟ

କଂଗ୍ରେସ କାର୍ଯ୍ୟାଳୟରେ ମାଡ଼ପିଟ୍‌: ପୋଲିସ ସୁରକ୍ଷାରେ ବୈଠକ କରିଲେ ପ୍ରଦେଶ ଅଧ୍ୟକ୍ଷ

ରାଞ୍ଚି,୨।୮: ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ କଂଗ୍ରେସ ଦଳ ଏବେ ନେତୃତ୍ୱହୀନ ହୋଇପଡ଼ିଛି। ନିର୍ବାଚନର ଫଳାଫଳ ପାଇଁ ପରସ୍ପର ଉପରେ କାଦୁଅଫିଙ୍ଗା ଚାଲିଥିବା ବେଳେ ଝାଡ଼ଖଣ୍ଡ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ଅଜୟ କୁମାରଙ୍କୁ ଦାୟୀ କରି ପ୍ରଦେଶ କାର୍ଯ୍ୟାଳୟରେ ଗୁରୁବାର ସନ୍ଧ୍ୟାରେ କଂଗ୍ରେସର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ହୋହାଲ୍ଲା ହେବା ସହ ମାଡ଼ପିଟ୍‌ ହୋଇଛି। ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଠେଲାପେଲା ହେବା ସହ କର୍ମକର୍ତ୍ତାମାନେ ଅଜୟଙ୍କୁ ନିଜ ପଦରୁ ଇସ୍ତଫା ଦେବା ପାଇଁ ଦାବି କରିଥିଲେ। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ପରିସ୍ଥିତିକୁ ଆୟତ୍ତ କରିଥିଲା। ଏହାପରେ ପୋଲିସ ସୁରକ୍ଷାବଳୟରେ କାର୍ଯ୍ୟାଳୟରେ ପ୍ରଦେଶ ଅଧ୍ୟକ୍ଷ ଅଜୟ କୁମାର ବୈଠକ କରିଥିଲେ। ଅପରପକ୍ଷରେ ଏନେଇ ପ୍ରଦେଶ କଂଗ୍ରେସର ମୁଖପାତ୍ର କିଶୋର ନାଥ ଶହଦେବ ଘଟଣାର ଯାଞ୍ଚ କରିବା ସହ କହିଛନ୍ତି, ଏଭଳି ଘଟଣା ପ୍ରଦେଶ କଂଗ୍ରେସର ଇତିହାସରେ ପ୍ରଥମ। ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରଦେଶ କାର୍ଯ୍ୟାଳୟରେ ଏଭଳି ଘଟଣା ହେବା ଦଳକୁ ଏକ ଶକ୍ତ ଝଟ୍‌କା ଲାଗିଛି ବୋଲି କିଶୋର ନାଥ କହିଛନ୍ତି। ସେହିପରି ଏହି ମାମଲାର ବିଚାର ପାଇଁ ୩ ଅଗଷ୍ଟରେ ଦିଲ୍ଲୀର କଂଗ୍ରେସ ମୁଖ୍ୟାଳୟକୁ ସମସ୍ତ ବରିଷ୍ଠ ନେତାଙ୍କ ଏକ ବୈଠକ ଡକାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୧୨ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଦାରପଟା ଗ୍ରାମର କନକ ବେହେରା (୪୫)ଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ଅପରାହ୍ନ ସାଢେ…

ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ

ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ…

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

ଭାରତ ପାଇଁ ବାହାରିଲେ ଟ୍ରମ୍ପ, ଇରାନକୁ ସିଧା କହିଦେଲେ…

ଓ୍ୱାଶିଂଟନ,୧୨ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ୱାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ ସୂତ୍ର…

ଧରିତ୍ରୀ ପ୍ରଭାବ: କାଳବୈଶାଖୀ ବିପନ୍ନ ଗଜେନ୍ଦ୍ରଙ୍କୁ ମିଳିଲା ସରକାରୀ ଗୃହ କାର୍ଯ୍ୟାଦେଶ

ଥୁଆମୂଳ ରାମପୁର, ୧୨/୦୬ (କୀର୍ତ୍ତି ଚନ୍ଦ୍ର ଦୁର୍ଗା): ଗରିବର ଅଶ୍ରୁ ପୋଛିଲା ପ୍ରଶାସନ, ସାର୍ଥକ ହେଲା ‘ଧରିତ୍ରୀ’ର ସମ୍ବାଦ। କାଳବୈଶାଖୀ ଝଡ଼ରେ ଭାଙ୍ଗି ଚୁରମାର୍ ହୋଇଯାଇଥିବା ଗୁଣୁପୁର…

ଦିଗପହଣ୍ଡି କୋର୍ଟରେ ଆଇନ ସଚେତନତା

ଦିଗପହଣ୍ଡି, ୧୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବୃଦ୍ଧ ମାତା ପିତା ଓ ବରିଷ୍ଠ ନାଗରିକଙ୍କ ପାଇଁ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri