Posted inଜାତୀୟ

କଂଗ୍ରେସ କୋର୍‌ କମିଟି ଭାଙ୍ଗିଲା

ନୂଆଦିଲ୍ଲୀ,୧୩ା୬(ଆଇଏଏନ୍‌ଏସ୍‌): ରାହୁଲ ଗାନ୍ଧୀ କଂଗ୍ରେସ ଦଳର ଅଧ୍ୟକ୍ଷ ରହିବେ ବୋଲି ଦଳ ପକ୍ଷରୁ ବୁଧବାର କୁହାଯାଇଛି। ଲୋକ ସଭା ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଦଳର କୋର୍‌ କମିଟିକୁ ଭାଙ୍ଗିଦିଆଯାଇଛି। ବୁଧବାର କୋର୍‌ କମିଟି ସଦସ୍ୟମାନଙ୍କ ବୈଠକରେ ଝାଡଖଣ୍ଡ, ମହାରାଷ୍ଟ୍ର, ହରିୟାଣା ଏବଂ ଜମ୍ମୁ-କଶ୍ମୀରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ହୋଇଥିଲା। ରାହୁଲ ଦଳର ଅଧ୍ୟକ୍ଷ ଥିଲେ, ଅଛନ୍ତି ଓ ରହିବେ ବୋଲି ଖବରଦାତାମାନଙ୍କ ପ୍ରଶ୍ନର ଉତ୍ତରରେ କଂଗ୍ରେସ ମୁଖପାତ୍ର ରଣଦୀପ୍‌ ସିଂ ସୁର୍ଜଓ୍ବୋଲା କହିଛନ୍ତି। ସୂଚନାଯୋଗ୍ୟ ନିର୍ବାଚନରେ ଦଳର ପରାଜୟ ପରେ ଅଧ୍ୟକ୍ଷ ପଦ ଛାଡିବା ପାଇଁ ରାହୁଲ ଇଚ୍ଛା ପ୍ରକାଶ କରିଥିଲେ। କୋର୍‌ କମିଟି ବୈଠକରେ ମଧ୍ୟ ସେ ଯୋଗ ଦେଇନାହାନ୍ତି। ଏପରିକି ତାଙ୍କ ମାଆ ତଥା ଉପା ଅଧ୍ୟକ୍ଷ ସୋନିଆ ଗାନ୍ଧୀ ନିଜ ନିର୍ବାଚନ ମଣ୍ଡଳୀ ରାଏବରେଲି ଗସ୍ତରେ ଯାଇଥିବାରୁ ସେ ମଧ୍ୟ କୋର୍‌ କମିଟି ବୈଠକରେ ଯୋଗଦେଇ ନ ଥିଲେ। ବୁଧବାରର ବୈଠକରେ ବରିଷ୍ଠ ନେତା ତଥା କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଏ.କେ. ଆଣ୍ଟୋନୀ ଅଧ୍ୟକ୍ଷତା କରିଥିଲେ।
ଲୋକ ସଭା ନିର୍ବାଚନରେ ଦଳର ପରାଜୟ ଲାଗି ନିଜକୁ ଦାୟୀ କରି ରାହୁଲ ଗାନ୍ଧୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବାକୁ ଚାହିଁଥିଲେ ହେଁ କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ଉକ୍ତ ପ୍ରସ୍ତାବକୁ ଅଗ୍ରାହ୍ୟ କରିଦେଇଥିଲା। ନିର୍ବାଚନ ପୂର୍ବରୁ ଗଠନ ହୋଇଥିବା ସମସ୍ତ କମିଟିର କାର୍ଯ୍ୟକାଳ ଫଳାଫଳ ବାହାରିବା ସହ ଶେଷ ହୋଇଯାଇଛି। ଏବେ ଦଳରେ କୌଣସି କୋର୍‌ ଗ୍ରୁପ୍‌ ନାହିଁ ବୋଲି ସୁର୍ଜଓ୍ବୋଲା କହିଛନ୍ତି। ପୂର୍ବ କୋର୍‌ ଗ୍ରୁପ୍‌ର ସଦସ୍ୟମାନେ ବୁଧବାର ଅଣଆନୁଷ୍ଠାନିକ ବୈଠକ କରି ଆଗାମୀ ବିଧାନସଭା ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରିଥିଲେ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri