କଂଗ୍ରେସ ପକ୍ଷରୁ କୁଷ୍ଠାଶ୍ରମରେ ଶୁଖିଲା ଖାଦ୍ୟ ବଣ୍ଟନ

ବାଲେଶ୍ୱର ଅଫିସ, ୫।୫-ଦେଶରେ ଲକଡାଉନ ଅବଧି ବୃଦ୍ଧି କରାଯାଇଥିଲା ବେଳେ ବାଲେଶ୍ୱର ଜିଲା ବାମପଦାସ୍ଥିତ କୁଷ୍ଠାଶ୍ରମରେ ରହୁଥିବା ଶତାଧିକ ଅନ୍ତେବାସୀଙ୍କ ଦୁଃଖ ବଢ଼ିଯାଇଛି। ସେମାନେ ମୁଖ୍ୟତଃ ଭିକ୍ଷାବୃତ୍ତି କରି ପେଟ ପୋଷୁଥିଲେ। ଏବେ ସେମାନେ ଘରୁ ବାହାରି ପାରୁ ନାହାନ୍ତି। ଏହାକୁ ହୃଦୟଙ୍ଗମ କରି କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକଙ୍କ ପ୍ରୋତ୍ସାହନରେ ପିସିସି ସାଧାରଣ ସମ୍ପାଦକ ସଞ୍ଜୀବ ଗିରିଙ୍କ ନେତୃତ୍ୱରେ ଦଳୀୟ କର୍ମକର୍ତ୍ତା ଓ କର୍ମୀମାନେ ବାମପଦାର କୁଷ୍ଠାଶ୍ରମର ଅନ୍ତେବାସୀଙ୍କୁ ୫ଦିନ ପାଇଁ ଶୁଖିଲାଖାଦ୍ୟ ବଣ୍ଟନ କରିଛନ୍ତି। ଶୁଖିଲା ଖାଦ୍ୟ ମଧ୍ୟରେ ଚାଉଳ, ଡାଲି, ତେଲ, ଆଳୁ, ପିଆଜ, ବିସ୍କୁଟ, ସାବୁନ୍‌, ମାସ୍କ ଏବଂ ପନିପରିବା ଆଦି ରହିଛି। ବଣ୍ଟନ ସମୟରେ ସାମାଜିକ ଦୂରତା ନିୟମକୁ କଡ଼ାକଡ଼ି ଭାବେ ପାଳନ କରାଯାଇଥିଲା। କାର୍ଯ୍ୟକ୍ରମରେ ଜିଲା କଂଗ୍ରେସର ଉପସଭାପତି ଗୋପୀନାଥ ପାଢ଼ୀ, ଜିଲା ଛାତ୍ର କଂଗ୍ରେସର ପୂର୍ବତନ ସଭାପତି ତଥା ଗେଙ୍ଗୁଟି ପଞ୍ଚାୟତ ସମିତିସଭ୍ୟ ରଞ୍ଜନ ଦାସ, ରାଜ୍ୟ ଛାତ୍ର କଂଗ୍ରେସର ଆବାହକ ଗୌତମ ସାହୁ, ଜିଲା ଛାତ୍ର କଂଗ୍ରେସର ଆବାହକ ଜ୍ଞାନରଞ୍ଜନ ମହାନ୍ତି ଓ ଜିଲା ଛାତ୍ର କଂଗ୍ରେସ ଉପସଭାପତି ଜୀବନ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Delhi Accident: ରିଲ ନିଶାରେ ଦୌଡାଇଲେ ସ୍କର୍ପିଓ, ଚାଲିଗଲା ବାଇକ ଚାଳକଙ୍କ ଜୀବନ, ନ୍ୟାୟ ପାଇଁ ଗୁହାରି କରୁଛନ୍ତି ମାଆ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ଦ୍ୱାରକା ଦକ୍ଷିଣ ପୋଲିସ ଷ୍ଟେଶନ ଅଞ୍ଚଳରେ ଫେବୃଆରୀ ୩,୨୦୨୬ ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା, ଯାହା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା

ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି…

ଚାଷୀ, ମହିଳା, ଶିଶୁ ଏବଂ ଓଡ଼ିଆ ଅସ୍ମିତା ପାଇଁ ଜୋରଦାର ଲଢ଼ାଯିବ: ନବୀନ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଚାଲିବ। ରାଜ୍ୟ ସରକାର ଏହି ଅଧିବେଶନରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଗୃହରେ…

ତିନି ଦିନିଆ ଗସ୍ତରେ ଭାରତ ପହଞ୍ଚିଲେ ଫ୍ରାନ୍ସ ରାଷ୍ଟ୍ରପତି; ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମାକ୍ରନ କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ,୧୭।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି (ଫେବୃଆରୀ ୧୭) ଅର୍ଥାତ୍‌ ମଙ୍ଗଳବାର ସକାଳେ ତିନି ଦିନିଆ ଗସ୍ତ ପାଇଁ ଭାରତ ଆସିଛନ୍ତି। ଦାୟିତ୍ୱ ଗ୍ରହଣ କରିବା…

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri