Odisha Elections 2024

କଂଗ୍ରେସ ପକ୍ଷରୁ କୁଷ୍ଠାଶ୍ରମରେ ଶୁଖିଲା ଖାଦ୍ୟ ବଣ୍ଟନ

ବାଲେଶ୍ୱର ଅଫିସ, ୫।୫-ଦେଶରେ ଲକଡାଉନ ଅବଧି ବୃଦ୍ଧି କରାଯାଇଥିଲା ବେଳେ ବାଲେଶ୍ୱର ଜିଲା ବାମପଦାସ୍ଥିତ କୁଷ୍ଠାଶ୍ରମରେ ରହୁଥିବା ଶତାଧିକ ଅନ୍ତେବାସୀଙ୍କ ଦୁଃଖ ବଢ଼ିଯାଇଛି। ସେମାନେ ମୁଖ୍ୟତଃ ଭିକ୍ଷାବୃତ୍ତି କରି ପେଟ ପୋଷୁଥିଲେ। ଏବେ ସେମାନେ ଘରୁ ବାହାରି ପାରୁ ନାହାନ୍ତି। ଏହାକୁ ହୃଦୟଙ୍ଗମ କରି କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକଙ୍କ ପ୍ରୋତ୍ସାହନରେ ପିସିସି ସାଧାରଣ ସମ୍ପାଦକ ସଞ୍ଜୀବ ଗିରିଙ୍କ ନେତୃତ୍ୱରେ ଦଳୀୟ କର୍ମକର୍ତ୍ତା ଓ କର୍ମୀମାନେ ବାମପଦାର କୁଷ୍ଠାଶ୍ରମର ଅନ୍ତେବାସୀଙ୍କୁ ୫ଦିନ ପାଇଁ ଶୁଖିଲାଖାଦ୍ୟ ବଣ୍ଟନ କରିଛନ୍ତି। ଶୁଖିଲା ଖାଦ୍ୟ ମଧ୍ୟରେ ଚାଉଳ, ଡାଲି, ତେଲ, ଆଳୁ, ପିଆଜ, ବିସ୍କୁଟ, ସାବୁନ୍‌, ମାସ୍କ ଏବଂ ପନିପରିବା ଆଦି ରହିଛି। ବଣ୍ଟନ ସମୟରେ ସାମାଜିକ ଦୂରତା ନିୟମକୁ କଡ଼ାକଡ଼ି ଭାବେ ପାଳନ କରାଯାଇଥିଲା। କାର୍ଯ୍ୟକ୍ରମରେ ଜିଲା କଂଗ୍ରେସର ଉପସଭାପତି ଗୋପୀନାଥ ପାଢ଼ୀ, ଜିଲା ଛାତ୍ର କଂଗ୍ରେସର ପୂର୍ବତନ ସଭାପତି ତଥା ଗେଙ୍ଗୁଟି ପଞ୍ଚାୟତ ସମିତିସଭ୍ୟ ରଞ୍ଜନ ଦାସ, ରାଜ୍ୟ ଛାତ୍ର କଂଗ୍ରେସର ଆବାହକ ଗୌତମ ସାହୁ, ଜିଲା ଛାତ୍ର କଂଗ୍ରେସର ଆବାହକ ଜ୍ଞାନରଞ୍ଜନ ମହାନ୍ତି ଓ ଜିଲା ଛାତ୍ର କଂଗ୍ରେସ ଉପସଭାପତି ଜୀବନ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଟ୍ରିକ ପରୀକ୍ଷାରେ ଦେବଗଡ଼ ଜିଲା ଟପ୍ପର ହେଲେ ସାଇପ୍ରଜ୍ଞା

ଦେବଗଡ଼,୨୬ା୫(ଶେଖର ଝାଙ୍କର): ଚଳିତବର୍ଷର ମାଟ୍ରିକ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଦେବଗଡ଼ ଜିଲାର ସହର ଶିଶୁମନ୍ଦିର ଛାତ୍ରୀ ଓ୍ବାର୍ଡନମ୍ବର ୩ ମଠ ସାହିର ମା’...

ମାଟ୍ରିକ ପରୀକ୍ଷାରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରୀଛାତ୍ରଙ୍କ ସଫଳତା

ବାଲିଗୁଡ଼ା,୨୬ା୫(ସଞ୍ଜୟ କୁମାର ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ଦାରା ପରିଚାଳିତ ଦଶମ ମାଟ୍ରିକ ପରୀକ୍ଷା ଫଳାଫଳ ରବିବାର ପ୍ରକାଶ ପାଇଛି। ଚଳିତ ବର୍ଷର ପାସ୍‌...

ଗଞ୍ଜାମର କିଆ ସମ୍ପଦ…

ଆମ ଦେଶର ଉପକୂଳବର୍ତ୍ତୀ ବିଭିନ୍ନ ଅଞ୍ଚଳରେ କିଆଗଛ ଦେଖିବାକୁ ମିଳିଥାଏ। ଓଡ଼ିଶାର ଗଞ୍ଜାମ ଜିଲାର ଉପକୂଳବର୍ତ୍ତୀ ଅଞ୍ଚଳରେ ସର୍ବାଧିକ କିଆ ଜଙ୍ଗଲ ରହିଥିବାବେଳେ ଏଠାରେ କିଆଚାଷ...

ନିମାପଡ଼ା ରାଜନୀତିରେ ହଟଚମଟ: ଆସନ ହାତେଇବା ପାଇଁ ୮ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି

ନିମାପଡ଼ା,୨୬।୫: ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଲାଗି ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛି ବିଜେଡି। ପୂର୍ବତନ ବିଧାୟକ ସମୀର ରଞ୍ଜନ ଦାଶ ଭାଜପାକୁ ଯିବା ପରେ ଦଳ...

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ, ବାଜିମାରିଲେ ଛାତ୍ରୀ

କଟକ,୨୬ା୫(କାର୍ତ୍ତିକ ସାହୁ): ରବିବାର ପୂର୍ବାହ୍ନରେ ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ।  ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। ଚଳିତବର୍ଷ ପାସ୍‌ ହାର ୯୬.୦୭%...

କଟକଣାକୁ ବେଖାତିର, ଭୋଟଦେବା ସମୟର ଭିଡିଓ ଭାଇରାଲ

ଖୋର୍ଦ୍ଧା,୨୬ା୫(ପ୍ରଭାତ ପାଣିଗ୍ରାହୀ): ମତଦାନ କେନ୍ଦ୍ରରେ ମୋବାଇଲ ବ୍ୟବହାର ଉପରେ ନିର୍ବାଚନ ଆୟୋଗ କଟକଣା ଜାରି କରିଥିଲେ। କୌଣସି ମତଦାତା ଯେପରି ବୁଥ୍‌ ଭିତରକୁ ମୋବାଇଲ ନେଇପାରିବେ...

ଆସିପାରିଲାନି ଆମ୍ବୁଲାନ୍ସ: ଆଖିବୁଜିଲେ ପ୍ରସୂତି, ନବଜାତ ଗୁରୁତର

ଦଶପଲ୍ଲା,୨୬ା୫: ନୟାଗଡ଼ ଜିଲା ଦଶପଲ୍ଲାର ବାଣୀଗୋଚ୍ଛା ଥାନା କଣପାଜୁ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଆମ୍ବୁଲାନ୍ସ ଆସି ନ ପାରିବାରୁ ମହିଳା ଜଣକ ଘରେ...

ନିର୍ବାଚନ କାହା ପାଇଁ ଦୁଃଖ ତ କାହାର ସୁଖ

ପଟ୍ଟାମୁଣ୍ଡାଇ,୨୬ା୫ (କଳ୍ପତରୁ ନାୟକ): ସାଧାରଣ ନିର୍ବାଚନ ଚାଲିଥିବା ବେଳେ କେନ୍ଦ୍ରାପଡ଼ା ଲୋକ ସଭା କ୍ଷେତ୍ରରେ ଜୁନ ୧ରେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ଏଥିନେଇ ରାଜନଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri