କଂଗ୍ରେସ ପକ୍ଷରୁ ଖାଦ୍ୟ ବଣ୍ଟନ

ବାଲେଶ୍ୱର ଅଫିସ, ୧୫।୪-କରୋନା ଭୂତାଣୁ ସଂକ୍ରମଣ ଆଶଙ୍କାକୁ ନେଇ ସମଗ୍ର ବାଲେଶ୍ୱର ସହରରେ ଜିଲା ପ୍ରଶାସନ ପକ୍ଷରୁ ତାଲା ବନ୍ଦ ଘୋଷଣା କରଯାଇଥିବାରୁ ସହରର ଗରିବ ଲୋକଙ୍କ ଦୁର୍ଦ୍ଦଶା ବଢ଼ିଯାଇଛି। ଗରିବ ଲୋକଙ୍କ ଦୁର୍ଦ୍ଦିନ ସମୟରେ ସେମାନଙ୍କୁ ସାହା ହେବା ପାଇଁ ଜିଲା କଂଗ୍ରେସ କମିଟି ୭ ଦିନ ହେଲା ବିଭିନ୍ନ ୱାର୍ଡ଼ରେ ଲୋକମାନଙ୍କ ଶୁଖିଲା ଖାଦ୍ୟ ପ୍ୟାକେଟ୍‌ ଓ ରନ୍ଧା ଖାଦ୍ୟ ବଣ୍ଟନ କରିବା ଆରମ୍ଭ କରିଛି। କଂଗ୍ରେସ କର୍ମକର୍ତ୍ତାମାନେ ପୌରପାଳିକା ଅନ୍ତର୍ଗତ ୭, ୯, ୧୦ ଓ ୧୭ ନମ୍ବର ୱାର୍ଡ଼ରେ ପ୍ରାୟ ୨ହଜାର ଲୋକଙ୍କୁ ରନ୍ଧାଖାଦ୍ୟ ପ୍ୟାକେଟ୍‌ ବଣ୍ଟନ କରିଥିଲେ। ବାଲେଶ୍ୱର ଲୋକସଭା ନିର୍ବାଚନମଣ୍ଡଳୀର ଏମ୍‌ପି ପ୍ରାର୍ଥୀ ନବଜ୍ୟୋତି ପଟ୍ଟନାୟକଙ୍କ ପରାମର୍ଶ ମୁତାବକ ପ୍ରଦେଶ କଂଗ୍ରେସ କମିଟି ପୂର୍ବତନ ସାଧାରଣ ସମ୍ପାଦକ ତଥା ବାଲେଶ୍ୱର ଡିଷ୍ଟ୍ରିକ୍ଟ କଣ୍ଟ୍ରୋଲ ରୁମ୍‌ ଇନଚାର୍ଜ ସଞ୍ଜୀବ ଗିରି, ନଗର ସଭାପତି ପଦ୍ମଲୋଚନ ଲେଙ୍କା, ପୂର୍ବତନ ଉପସଭାପତି ଗୋପୀନାଥ ପାଢୀ, ଅର୍ଚ୍ଚନା ନନ୍ଦୀ, ସୁବ୍ରତ ଦାସ, ତୁଷାରକାନ୍ତ ତପସ୍ବୀ, ଜ୍ଞାନେନ୍ଦ୍ର ମହାନ୍ତି, ରଞ୍ଜନ ଦାସ, ଗୌତମ ସାହୁ, ଜୀବନ ମହାପାତ୍ର, ମୁସ୍ତାଫିକ ଖାନ୍‌, ଶେଖ୍‌ ଅସଗର ଅଲ୍ଲୀ, ଦେବଦତ ଦାସ, ଯୁବନେତା ସରୋଜ ଲେଙ୍କା ପ୍ରମୁଖ କାର୍ଯ୍ୟକ୍ରମରେ ସକ୍ରିୟ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ବେଳେ ହଠାତ ବଢ଼ିଗଲା ପାଣିର ସ୍ରୋତ, ବୁଡ଼ିଯାଉଥିବା ବେଳେ ୨ ଜଣଙ୍କୁ…

କେନ୍ଦୁଝର, ୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାସ୍ଥିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ କେନାଲରେ ଗାଧୋଇବା ସମୟରେ ପ୍ରବଳ ସ୍ରୋତରେ ଭାସି ଯାଉଥିବା ଦୁଇ ଜଣ ବ୍ୟକ୍ତିଙ୍କୁ…

ସାଙ୍ଗମାନଙ୍କ ସହ ଶୋଇଥିଲେ, ସାପ କାମୁଡ଼ାରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଅଞ୍ଚଳରେ…

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତର ବାର୍ଷିକୋଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାପ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri