କଂଗ୍ରେସ ପକ୍ଷରୁ ମାସ୍କ, ଖାଦ୍ୟ ବଣ୍ଟନ

ବାଲେଶ୍ୱର ଅଫିସ, ୨୮।୪-ବାଲେଶ୍ୱର ଜିଲାରେ କୋଭିଡ଼-୧୯ ଭୂତାଣୁ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଫଳରେ ଲୋକଙ୍କ ମଧ୍ୟରେ ଏକପ୍ରକାର ଭୟର ବାତାବରଣ ସୃଷ୍ଟି ହୋଇଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପରାମର୍ଶକ୍ରମେ ବାଲେଶ୍ୱର ଲୋକସଭା ନିର୍ବାଚନମଣ୍ଡଳୀର କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକଙ୍କ ଆହ୍ବାନକ୍ରମେ ଜିଲାର ସମସ୍ତ ନିର୍ବାଚନମଣ୍ଡଳୀକୁ ଲକ୍‌ଡାଉନ୍‌ ଅଞ୍ଚଳରେ ଲୋକମାନଙ୍କୁ ଖାଦ୍ୟ ଓ ମାସ୍କ ବଣ୍ଟନ କରାଯାଇଥିଲା। ସୋମବାର ମହିଳା କଂଗ୍ରେସ ତରଫରୁ ସହରର ଦାମୋଦରପୁର, ବାରବାଟୀ, ବାଲିଘାଟରାସ୍ତା, ଦୌଡ଼ିଭଙ୍ଗା ପ୍ରମୁଖ ଅଞ୍ଚଳରେ ୧୫ଶହରୁ ଊର୍ଦ୍ଧ୍ୱ ଲୋକଙ୍କୁ ମାସ୍କ ବଣ୍ଟନ କରାଯାଇଛି। ସେହିପରି ରେମୁଣାର ବିଭିନ୍ନ ସ୍ଥାନରେ ୨ହଜାର ଲୋକଙ୍କୁ ଖାଦ୍ୟ ବଣ୍ଟନ କରାଯାଇଛି। ପିସିସିର ପୂର୍ବତନ ସାଧାରଣ ସମ୍ପାଦକ ତଥା ଜିଲା କଣ୍ଟ୍ରୋଲରୁମ୍‌ ଇନଚାର୍ଜ ସଞ୍ଜୀବ ଗିରି, ନଗର କମିଟି ସଭାପତି ପଦ୍ମଲୋଚନ ଲେଙ୍କା, ରାଜ୍ୟମହିଳା କଂଗ୍ରେସ ପୂର୍ବତନ ସାଧାରଣ ସମ୍ପାଦକ ଅର୍ଚ୍ଚନା ନନ୍ଦୀ, ଅପର୍ଣ୍ଣା କର, ମଞ୍ଜୁ ବର୍ଦ୍ଧନ, ବାସନ୍ତୀ ନାୟକ, ପ୍ରତାପ ସେଠୀ, ସୁବ୍ରତ ଦାସ, ତୁଷାରକାନ୍ତ ତପସ୍ବୀ,ଜିଲ୍ଲା ପୂର୍ବତନ ଉପସଭାପତି ଗୋପୀନାଥ ପାଢ଼ୀ, ସମିତିସଭ୍ୟ ରଞ୍ଜନ ଦାସ, ଜ୍ଞାନରଞ୍ଜନ ମହାନ୍ତି, ଗୌତମ ସାହୁ, ଦେବଦତ ଦାସ ପ୍ରମୁଖ ଉପସ୍ଥିତ ରହି ପଥଚାରୀମାନଙ୍କୁ ମାସ୍କ ବଣ୍ଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଶୋଇଥିବାବେଳେ ମାଡ଼ି ଆସିଲା ବିପଦ: ଆକାଶରୁ ଖସିଲା ମୃତ୍ୟୁ, ଗୋଟିଏ ପରିବାରର…

ନୀଳଗିରି,୨୦ା୭(ପ୍ରଶାନ୍ତ କୁମାର ବିଶ୍ୱାଳ): ଘରେ ଶୋଇଥିବା ଅବସ୍ଥାରେ ରବିବାର ରାତିରେ ହଠାତ୍‌ ହେଲା ବଜ୍ରପାତ। ଏହି ବଜ୍ରପାତରେ ଗୋଟିଏ ପରିବାରର ୮ ଜଣଙ୍କ ମଧ୍ୟରୁ ୫ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri