Posted inଜାତୀୟ

କଂଗ୍ରେସ ପ୍ରତିଷ୍ଠା ଦିବସରେ ସରକାରଙ୍କୁ ରାହୁଲଙ୍କ ଟାର୍ଗେଟ : ଏନ୍‌ପିଆର୍‌, ଏନ୍‌ଆର୍‌ସି ଦ୍ୱିତୀୟ ବିମୁଦ୍ରୀକରଣ

ନୂଆଦିଲ୍ଲୀ/ ଗୁଆହାଟୀ,୨୯ା୧୨(ପି.ଟି.): କଂଗ୍ରେସର ୧୩୫ତମ ପ୍ରତିଷ୍ଠା ଦିବସ ଅବସରରେ ଦଳର ନେତା ରାହୁଲ ଗାନ୍ଧୀ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌) ଏବଂ ପ୍ରସ୍ତାବିତ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)କୁ ସମାଲୋଚନା କରି ଏହାକୁ ସେ ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱିତୀୟ ନୋଟବନ୍ଦୀ ବୋଲି କହିଛନ୍ତି। ଏହା କାର୍ଯ୍ୟକାରୀ ହେଲେ ବିମୁଦ୍ରୀକରଣଠାରୁ ଆହୁରି ଭୟାବହ ସ୍ଥିତି ସୃଷ୍ଟିହେବ ବୋଲି ସେ ସତର୍କ କରାଇଦେଇଛନ୍ତି।
ଏନ୍‌ପିଆର୍‌ ଏବଂ ଏନ୍‌ଆର୍‌ସି ବିରୋଧରେ କଂଗ୍ରେସ ପକ୍ଷରୁ ଶନିବାର ଦେଶବ୍ୟାପୀ ‘ସମ୍ବିଧାନ ବଞ୍ଚାଅ, ଭାରତ ବଞ୍ଚାଅ’ ବାର୍ତ୍ତା ନେଇ ଫ୍ଲାଗ୍‌ମାର୍ଚ୍ଚ କରାଯାଇଥିଲା। ଦିଲ୍ଲୀ, ମୁମ୍ବାଇ, କୋଲକାତା, ଜୟପୁରଠାରୁ ଆରମ୍ଭ କରି ବିଭିନ୍ନ ସହରରେ ହଜାର ହଜାର କଂଗ୍ରେସ କର୍ମୀ ଓ ନେତା ସରକାରଙ୍କ ଜନବିରୋଧୀ ନୀତିକୁ ବିରୋଧ କରି ରାସ୍ତାକୁ ଓହ୍ଲାଇଥିଲେ। ସରକାରଙ୍କ ସଂଶୋଧିତ ନାଗରିକତ୍ୱ ଆଇନ, ଏନ୍‌ପିଆର୍‌ ଏବଂ ଏନ୍‌ଆର୍‌ସିକୁ କଂଗ୍ରେସ ନେତାମାନେ ଜୋର୍‌ଦାର ସମାଲୋଚନା କରିଥିଲେ। ଦେଶର ସମସ୍ତ ଗରିବ ଭାରତୀୟ କି ନୁହନ୍ତି ପଚାରିବା କଂଗ୍ରେସ ଫ୍ଲାଗ୍‌ମାର୍ଚ୍ଚର ମୂଳ ଉଦ୍ଦେଶ୍ୟ। ବିମୁଦ୍ରୀକରଣକୁ ନେଇ ସାରା ଦେଶର ଜନସାଧାରଣ ହଇରାଣ ହେଉଥିବାବେଳେ ମୋଦିଙ୍କର କେତେଜଣ ଘନିଷ୍ଠ ବ୍ୟବସାୟୀ ଏହାର ଫାଇଦା ଉଠାଇଥିଲେ। ଏନ୍‌ପିଆର୍‌ ଏବଂ ଏନ୍‌ଆର୍‌ସି କାର୍ଯ୍ୟକାରୀ ହେଲେ ସ୍ଥିତି ଆହୁରି ଭୟାବହ ହୋଇପଡ଼ିବ ବୋଲି ରାହୁଲ କହିଛନ୍ତି। କେନ୍ଦ୍ର ସରକାର ଅଳ୍ପ କେତେଜଣ ପୁଞ୍ଜିପତିଙ୍କ ପାଇଁ କାର୍ଯ୍ୟ କରୁଥିବା ସେ ଅଭିଯୋଗ କରିଛନ୍ତି। ସେହିପରି ଗୁଆହାଟୀଠାରେ ଏକ ସଭାକୁ ସମ୍ବୋଧିତ କରି ରାହୁଲ ଭାଜପା ସରକାରଙ୍କ ନୀତିକୁ ସମାଲୋଚନା କରିଥିଲେ। ଭାଜପାର ନୀତି ପାଇଁ ଆସାମ ପୁଣିଥରେ ହିଂସା ପଥକୁ ଫେରିପାରେ ବୋଲି ସେ ଆଶଙ୍କା ବ୍ୟକ୍ତ କରିଥିଲେ। ତେବେ ଆସାମ ଓ ଉତ୍ତରପୂର୍ବାଞ୍ଚଳର ଲୋକମାନଙ୍କ ପରିଚୟ, ସଂସ୍କୃତି ଓ ଭାଷା ଉପରେ ଆକ୍ରମଣ ପାଇଁ ଭାଜପା ଏବଂ ଆର୍‌ଏସ୍‌ଏସ୍‌କୁ ଅନୁମତି ଦିଆଯିବ ନାହିଁ ବୋଲି କଂଗ୍ରେସ ନେତା କହିଥିଲେ।
ପ୍ରତିଷ୍ଠା ଦିବସ ଅବସରରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ୨୪ ଆକବର ରୋଡ୍‌ସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ଦଳୀୟ ପତାକା ଉତ୍ତୋଳନ କରିଥିଲେ। କଂଗ୍ରେସ ପ୍ରତିଷ୍ଠା ହେବା ଦିନଠାରୁ ଆଜି ପର୍ଯ୍ୟନ୍ତ ଦେଶକୁ ପ୍ରାଧାନ୍ୟ ଦେଇଆସିଛି। ରାଷ୍ଟ୍ର ପାଇଁ ବଳିଦାନକୁ ଦଳ ସର୍ବାଗ୍ରେ ରଖିଆସିଛି ବୋଲି କଂଗ୍ରେସ ପକ୍ଷରୁ ଟୁଇଟ୍‌ କରାଯାଇଛି। ଏହି କାର୍ଯ୍ୟକ୍ରମରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ବରିଷ୍ଠ ନେତା ଏ.କେ. ଆଣ୍ଟୋନି, ମୋତିଲାଲ ଭୋରା, ଆନନ୍ଦ ଶର୍ମା ପ୍ରମୁଖ ଯୋଗ ଦେଇଥିଲେ। ସେଠାରେ ଉପସ୍ଥିତ ପିଲାମାନଙ୍କୁ ସୋନିଆ ମିଠା ବାଣ୍ଟିଥିଲେ। ଦଳ ପାଇଁ ଲକ୍ଷ ଲକ୍ଷ କଂଗ୍ରେସ କର୍ମୀ ବର୍ଷ ବର୍ଷ ଧରି ନିଃସ୍ବାର୍ଥପର ଭାବେ କାର୍ଯ୍ୟ କରିଆସିଥିବା ରାହୁଲ ଗାନ୍ଧୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri