କଂଗ୍ରେସ ବିଧାୟକ ପ୍ରାର୍ଥୀଙ୍କୁ ଗୁଳି

ବ୍ରହ୍ମପୁର ଅଫିସ,୨୩ା୫: କିଛିଦିନର ନୀରବତା ପରେ ପୁଣି ଥରେ ବ୍ରହ୍ମପୁରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି। ଗୁରୁବାର ସାଧାରଣ ନିର୍ବାଚନର ଭୋଟ ଗଣତି ହେବାକୁ ଥିବାବେଳେ ବୁଧବାର ରାତି ପ୍ରାୟ ୯ଟାବେଳେ ଆସିକା କଂଗ୍ରେସ ବିଧାୟକ ପ୍ରାର୍ଥୀ ମନୋଜ ଜେନାଙ୍କୁ ମରଣାନ୍ତକ ଆକ୍ରମଣ ସହ ଗୁଳିମାଡ଼ ହୋଇଛି। ଦୁର୍ବୃତ୍ତମାନେ ପ୍ରଥମେ ମନୋଜଙ୍କ ଗଳା କାଟିବା ପରେ ୨ ରାଉଣ୍ଡ ଗୁଳି ଚଳାଇଥିଲେ। ଗୋଟିଏ ଗୁଳି ତାଙ୍କ ପେଟରେ ବାଜିଥିବାବେଳେ ଅନ୍ୟଟି ପିଚାରେ ବାଜିଥିଲା। ଅବସ୍ଥା ସଙ୍କଟାପନ୍ନ ଥିବାରୁ ପ୍ରଥମେ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ରାତି ସାଢେ ୧୦ଟାରେ ମନୋଜଙ୍କ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ବ୍ରହ୍ମପୁର ଏସ୍‌ଡିପିଓ ବିଷ୍ଣୁ ପ୍ରସାଦ ପତି ସୂଚନା ଦେଇଛନ୍ତି। ମନୋଜଙ୍କ ସହ ଥିବା ଅନୀଲ ସ୍ବାଇଁ ନାମକ ଜଣେ ଯୁବକ ମଧ୍ୟ ଆକ୍ରମଣର ଶିକାର ହୋଇଛନ୍ତି। ସେ ମଧ୍ୟ ବ୍ରହ୍ମପୁର ବଡମେଡିକାଲରେ ଚିକିତ୍ସାଧୀନ ଥିବା ଏସ୍‌ପି ପିନାକ ମିଶ୍ର ସୂଚନା ଦେଇଛନ୍ତି। ଆକ୍ରମଣ ପରେ ଦୁର୍ବୃତ୍ତମାନେ ବାଇକରେ ଖସି ପଳାଉଥିବାବେଳେ ଗୋଳନ୍ଥରା ଗଁା ନିକଟରେ ଟ୍ୟୁସନରୁ ଫେରୁଥିବା ୨ ଜଣ ଛାତ୍ରଙ୍କୁ ଧକ୍କା ଦେଇଥିଲେ। ୨ଛାତ୍ର ପାଟି କରିବାରୁ ସ୍ଥାନୀୟ ଲୋକେ ପହଞ୍ଚତ୍ଥିଲେ। ଫଳରେ ଭୟରେ ଦୁର୍ବୃତ୍ତମାନେ ଗାଡ଼ି ଛାଡି ବିଲମାଳକୁ ଦୌଡି ପଳାଇଥିଲେ। ସେଠାରେ ସେମାନଙ୍କ ଗୁଳି ଭର୍ତ୍ତି ଏକ ବନ୍ଧୁକ ଖସି ପଡିଥିଲା। ଗୋଳନ୍ଥରା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ବାଇକ୍‌ (ନଂ-ଓଡି୩୨ଏ-୨୮୭୪) ଓ ବନ୍ଧୁକ ଜବତ କରିଛି। ଅପରାଧୀଙ୍କୁ ଧରିବା ପାଇଁ ୨ଟି ସ୍ବତନ୍ତ୍ର ଟିମ୍‌ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଥିବା ଏସ୍‌ପି ମିଶ୍ର କହିଛନ୍ତି। ପ୍ରକାଶ ଯେ, ବୁଧବାର ମନୋଜ ଓ ଅଶ୍ୱିନୀ କୌଣସି କାମରେ ଭୁବନେଶ୍ୱର ଯାଇ କାରରେ ବ୍ରହ୍ମପୁର ଦେଇ ଆସିକା ଫେରୁଥିଲେ। ରାତି ପ୍ରାୟ ୯ଟାବେଳେ ବାବାଜି ଢାବା ନିକଟରେ ଗାଡି ରଖି ପରିସ୍ରା କରିବାକୁ ବାହାରକୁ ଓହ୍ଲାଇଥିଲେ। ସେମାନଙ୍କ କାର୍‌କୁ ପିଛା କରୁଥିବା ୨ଟି ବାଇକ୍‌ରେ ୪ଜଣ ଦୁର୍ବୃତ୍ତ ଅତର୍କିତ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri