Posted inଜାତୀୟ

କଂଗ୍ରେସ ମଙ୍ଗ ଧରିବାକୁ ପ୍ରିୟଙ୍କା ଅମଙ୍ଗ

ନୂଆଦିଲ୍ଲୀ,୨୫ା୭: କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବୁଧବାର ଦଳର ମଙ୍ଗ ଧରିବା ପାଇଁ ମନାକରିଦେଇଛନ୍ତି। ସେ ଅଧ୍ୟକ୍ଷ ପଦରେ ଆସୀନ ହେବା ପାଇଁ ଦଳର ନେତାମାନଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ବର୍ତ୍ତମାନର ଭୂମିକାରେ ରହିବାକୁ ପସନ୍ଦ କରିଛନ୍ତି।
ମିଳିଥିବା ସୂଚନାନୁସାରେ କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ବରିଷ୍ଠ ନେତାମାନେ ବିଭିନ୍ନ ରାଜ୍ୟ ନେତା, ମୁଖ୍ୟମନ୍ତ୍ରୀ ଓ କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ସଦସ୍ୟଙ୍କୁ ଦିଆଯାଇଥିବା ବନ୍ଦ ଲଫାଫା ଜରିଆରେ ଭୋଟ କରାଇଥିଲେ। ଏଥିରେ ୭ ଜଣଙ୍କ ନାମ ସାମ୍ନାକୁ ଆସିଛି। ସେମାନେ ହେଲେ ମଲ୍ଲିକାର୍ଜୁନ ଖାର୍ଗେ, ସୁଶୀଲ କୁମାର ସିନ୍ଦେ, ଦିଗ୍‌ବିଜୟ ସିଂ, କୁମାରୀ ସେଲ୍‌ଜା, ମୁକୁଲ ଓ୍ବାସ୍‌ନିକ୍‌, ସଚିନ୍‌ ପାଇଲଟ୍‌ ଓ ଜ୍ୟୋତିରାଦିତ୍ୟ ସିନ୍ଧିଆ। ତେବେ କୌଣସି ଗୋଟିଏ ନାମକୁ ନେଇ ସହମତି ପ୍ରକାଶ ପାଇନାହିଁ। ରାହୁଲ ଗାନ୍ଧୀ ଆମେରିକାରୁ ଫେରିବାକୁ ନେଇ ଦଳ ଅପେକ୍ଷା କରିଛି। ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସିଡବ୍ଲୁସି ବୈଠକ ଡାକିଛନ୍ତି, ଯେଉଁଠି ରାହୁଲଙ୍କ ଉତ୍ତରାଧିକାରୀ ଚୟନ କରାଯାଇପାରେ। କଂଗ୍ରେସରେ ପ୍ରଥମେ ଜଣଙ୍କୁ ଅନ୍ତରୀଣ ଅଧ୍ୟକ୍ଷ ବଛାଯାଇ ପରେ ନିର୍ବାଚନ କରାଯାଇପାରେ ବୋଲି କୁହାଯାଉଛି। ସାଧାରଣ ନିର୍ବାଚନରେ କଂଗ୍ରେସର ପରାଜୟ ପରେ ରାହୁଲ ଗାନ୍ଧୀ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ। ସେବେଠୁ କାହାକୁ କଂଗ୍ରେସ ଅଧ୍ୟକ୍ଷ କରାଯିବ ସେନେଇ ଦଳ ମଧ୍ୟରେ ବିଚାର ଚାଲିଛି। ଏହି ପରିପ୍ରେକ୍ଷୀରେ ପ୍ରିୟଙ୍କା ଅଧ୍ୟକ୍ଷ ହୁଅନ୍ତୁ ବୋଲି ନେତାମାନେ କହିଥିଲେ। ଏନେଇ ରାହୁଲ କହିଥିଲେ ଏ ସମ୍ପର୍କିତ ନିଷ୍ପତ୍ତି ପ୍ରିୟଙ୍କାଙ୍କ ଉପରେ ଛାଡ଼ିଦିଆଯାଉ। କିନ୍ତୁ ଏହି ପଦ ଗ୍ରହଣ କରିବାକୁ ପ୍ରିୟଙ୍କା ମନା କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri