Posted inଜାତୀୟ

କଂଗ୍ରେସ ସହ ମେଣ୍ଟକୁ ନେଇ ପ୍ରତିକ୍ରିୟା ରଖିଲେ କୁମାରସ୍ବାମୀ: କହିଲେ, ‘ପ୍ରତିଟି ମୁହୂର୍ତ୍ତ ଯନ୍ତ୍ରଣାରେ ବିତୁଛି’

ବେଙ୍ଗାଲୁର,୧୯।୬: କର୍ନାଟକରେ କଂଗ୍ରେସ ଓ ଜେଡିଏସ୍‌ ମଧ୍ୟରେ ଲାଗି ରହିଥିବା ବିବାଦ ବୁଧବାର ପୁଣି ଥରେ ସାମ୍ନାକୁ ଆସିଛି। ଏହାକୁ ନେଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ‘ମୋର ପ୍ରତିଟି ମୁହୂର୍ତ୍ତ ଯନ୍ତ୍ରଣାରେ ବିତୁଛି। ମୋର ଏହି କଷ୍ଟ ସର୍ବସମ୍ମୁଖରେ କହିବାକୁ ଇଚ୍ଛା ପ୍ରକାଶ କଲେ ମଧ୍ୟ ମୁଁ ବ୍ୟକ୍ତ କରିପାରିବ ନାହିଁ।’ ତେବେ ସୁଚାରୁ ରୂପେ ସରକାର ଚଳାଇବା ପାଇଁ ତାଙ୍କ ଉପରେ ଦାୟିତ୍ୱ ରହିଥିବା ବେଳେ ଜନସାଧାରଣଙ୍କ ସମସ୍ତ ଆଶା ପୂରଣ କରିବାକୁ ସେ ପ୍ରତିଶ୍ରୁତି ଦେଇଛନ୍ତି। ମରୁଡ଼ି ସ୍ଥିତିକୁ ନେଇ ଆନ୍ଦୋଳନ ଓ ପ୍ରଦର୍ଶନ ବନ୍ଦ କରି ବିଧାନସଭାରେ ଆଲୋଚନା କରିବାକୁ ଭାଜପାକୁ କୁମାରସ୍ବାମୀ ପ୍ରସ୍ତାବ ଦେଇଛନ୍ତି। ଜିନ୍ଦଲ ଷ୍ଟିଲ ନିମନ୍ତେ ଜମି ଅଧିଗ୍ରହଣ ଚୁକ୍ତି ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ଜିନ୍ଦଲ କମ୍ପାନୀଠାରୁ ୨୦ କୋଟି ଟଙ୍କାର ଲାଞ୍ଚ ନେଇଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି। ଅପରପକ୍ଷରେ କୁମାରସ୍ବାମୀଙ୍କ ଏହି ବୟାନ ପରେ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଦାରମେୟା ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କର୍ନାଟକ ସରକାରରେ କୌଣସି ବିପଦ ନାହିଁ। ଏଠାରେ ମେଣ୍ଟ ସରକାରକୁ ଭାଙ୍ଗିବା ପାଇଁ ଭାଜପା ଚେଷ୍ଟା କରୁଛି। ହେଲେ ଭାଜପାର ଏହି ଚେଷ୍ଟା ବିଫଳ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?