Posted inଜାତୀୟ

କଂଗ୍ରେସକୁ ମିଳିଲା ବାଚସ୍ପତି ଆସନ

ମୁମ୍ବାଇ,୧।୧୨: ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ଆସନରେ କଂଗ୍ରେସ ନେତା ନାନା ପାଟୋଲେ ବସିଛନ୍ତି। ନିର୍ବିରୋଧରେ ସେ ଏହି ଆସନ ପାଇଛନ୍ତି। ସୂଚନାଯୋଗ୍ୟ, ପ୍ରଇମେ ବାଚସ୍ପତି ପଦ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା)ର କିଶାନ କାଠୋରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ହେଲେ ସର୍ବଦଳୀୟ ବୈଠକର ନିଷ୍ପତ୍ତି କ୍ରମେ ସେ ଏଥିରୁ ଓହରି ଆସିଥିଲେ ବୋଲି ରବିବାର ସକାଳେ ଘୋଷଣା କରିଥିଲେ। ଏହାପରେ ଆଉ କେହି ପ୍ରତିଦ୍ୱନ୍ଦି ନ ଥିବାରୁ କଂଗ୍ରେସ ନେତା ନାନା ପାଟୋଲେ ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ଆସନରେ ବସିଛନ୍ତି। ଏହାପରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କହିଛନ୍ତି ନାନା ଜଣେ କୃଷକ ପରିବାରରୁ ଆସିଥିବାରୁ ମୋର ବିଶ୍ୱାସ ରହିଛି ସେ ସମସ୍ତଙ୍କୁ ନ୍ୟାୟ ପ୍ରଦାନ କରିବେ ଓ ନିଜ କାମକୁ ସୂଚାରୁରୂପେ ତୁଲାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

‘ଦେଶବାସୀଙ୍କୁ Slow Poison ଦେଉଛନ୍ତି ସରକାର’

ନୂଆଦିଲ୍ଲୀ,୨୪। ୫: ଦେଶରେ କ୍ରମାଗତ ଭାବେ ବଢ଼ୁଥିବା ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଆମ ଆଦମୀ ପାର୍ଟି (AAP)ର ଜାତୀୟ…

ମଦ୍ୟପ ପୁଅର ଉନ୍ମକ୍ତ କାଣ୍ଡ, ନିଶାଶକ୍ତ ଅବସ୍ଥାରେ ମା’କୁ ପିଟିପିଟି ମାରିଦେଲେ

ରାଜକନିକା,୨୪।୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳ ବଳରାମପୁର ପଞ୍ଚାୟତ ପାତୁଳି ଗାଁରେ ଶନିବାର ବିଳମ୍ଵିତ ରାତ୍ରିରେ ଘଟିଯାଇଛି ଏକ ଦୁଃଖଦ ଘଟଣା ।…

ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ପାଇଁ ନୂଆ କର୍ମକର୍ତ୍ତା ଚୟନ: ସଭାପତି ହେଲେ…

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ନିମନ୍ତେ ଚଳିତବର୍ଷର ସଭ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ରବିବାର କଣମଣାସ୍ଥିତ ବାତ୍ୟା ଆଶ୍ରୟସ୍ଥଳୀଠାରେ ଅନୁଷ୍ଠିତ ହୋଇଯାଇଛି।…

୪୪ ଡିଗ୍ରୀ ଖରାରେ ଚାଷୀଙ୍କୁ ରାସ୍ତାରେ ଆଣ୍ଠେଇବା ଘଟଣା, ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଚନ୍ଦାହାଣ୍ଡି ଥାନା ଘେରାଉ

ନବରଙ୍ଗପୁର,୨୪।୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଞ୍ଚଳରେ ନିଜ ବଳଦକୁ ନେଇ ଚନ୍ଦାହାଣ୍ଡିରୁ ରାଇଘରକୁ ନେବା ସମୟରେ ବଜରଙ୍ଗ ଦଳ ସଦସ୍ୟ କହୁଥିବା କିଛି ବ୍ୟକ୍ତି…

ଶୁଭେନ୍ଦୁଙ୍କ ବଡ ଆକ୍ସନ, ଖୋଲୁଛନ୍ତି ନୂଆ ‘ଡିଟେନ୍ସନ ସେଣ୍ଟର’, ଜାଣନ୍ତୁ କେଉଁମାନଙ୍କୁ ଏଠି ଅଟକ ରଖାଯିବ

କୋଲକାତା,୨୪।୫: ପଶ୍ଚିମବଙ୍ଗର ଗୃହ ଏବଂ ପାହାଡ଼ି ବ୍ୟାପାର ବିଭାଗ ସମସ୍ତ ଜିଲା ମାଜିଷ୍ଟ୍ରେଟଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ଧରାପଡ଼ିଥିବା ବିଦେଶୀ ନାଗରିକ ଏବଂ ଜେଲରୁ…

ନନ୍ଦିପଦା ଥାନାକୁ ନ ଥିଲା ରାସ୍ତା, ଆଜି ଶିଳାନ୍ୟାସ କଲେ ଥାନାଧିକାରୀ

ହାଟଡିହୀ/ଛେନାପଦୀ,୨୪ା୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନାକୁ ଯାତାୟାତ କରିବା ପାଇଁ ରାସ୍ତା ନିର୍ମାଣ ନିମନ୍ତେ ଥାନାଧିକାରୀ ଧର୍ମେନ୍ଦ୍ର ଶାନ୍ତି ଶିଳାନ୍ୟାସ କରିଛନ୍ତି। ପ୍ରଥମେ ଥାନାଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri