କଂଗ୍ରେସର କଟାକ୍ଷ: ଅନ୍ଧ ଭାବେ ବିଜେଡି ନାଗରିକତା ସଂଶୋଧନ ବିଲ୍‌କୁ ସମର୍ଥନ ଦେଉଛି

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଲୋକ ସଭାରେ ନାଗରିକତା ସଂଶୋଧନ ବିଲ୍‌-୨୦୧୯ ପାସ୍‌ ହେବା ପରେ ବୁଧବାର ରାଜ୍ୟ ସଭାରେ ଆଗତ କରାଯାଇଛି। ଏହାକୁ ବିଜେଡି ପକ୍ଷରୁ ସମର୍ଥନ କରାଯିବା ପରେ କଂଗ୍ରେସ ପକ୍ଷରୁ ବିଜେଡିକୁ ସମାଲୋଚନା କରାଯାଇଛି। ଏହି ପରିପ୍ରେକ୍ଷୀରେ କଂଗ୍ରେସର ରାଷ୍ଟ୍ରୀୟ ସମ୍ପାଦକ ଶରତ ରାଉତ ପ୍ରତିକ୍ରିୟା ରଖି କହିଛନ୍ତି ଯେ, ଏହି ବିଲ୍‌ ଦେଶ ବିରୋଧୀ। ବିଲ୍‌କୁ ସରକାର ତୁରନ୍ତ ପ୍ରତ୍ୟାହାର କରିବା ଦରକାର। ଏହି ବିଲ୍‌ ପାସ ହେବା ପରେ ଦେଶର ଏକତା, ଅଖଣ୍ଡତା, ଜାତୀୟତା ଏବଂ ସଂହତି ବ୍ୟାହତ ହେବ। ଅନ୍ଧ ଭାବେ ବିଜେଡି ନାଗରିକତା ସଂଶୋଧନ ବିଲ୍‌କୁ ସମର୍ଥନ ଦେଉଛି। ଧର୍ମନିରପେକ୍ଷତାର ଦ୍ୱାହୀ ଦେଉଥିବା ବିଜେଡିର ମୁଖା ଖୋଲିଯାଇଛି। ବିଲ୍‌ ଆଇନରେ ପରିଣତ ହେଲେ ଅଶାନ୍ତି ଓ ଅରାଜକତା ସୃଷ୍ଟି ହେବ ବୋଲି ସେ କହିଛନ୍ତି। ସେହିଭଳି ଭାଜପାକୁ କଟାକ୍ଷ କରି ସମ୍ବିଧାନର ଆତ୍ମା ସହ ଦଳ ଖେଳୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁମତି ଆବାସିକ, ଚାଲିଛି ବେପାର

ଭୁବନେଶ୍ୱର,୧୬ା୭(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଧୁନିକ ସହର ସ୍ବପ୍ନ ଦେଖୁଛି। ରାଜଧାନୀବାସୀଙ୍କୁ ଉନ୍ନତ ଜୀବନଶୈଳୀ ଯୋଗାଇଦେବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଉଛି। ହେଲେ ବିଏମ୍‌ସି…

ଏସ୍‌ଆଇଆର୍‌ରେ ୨୭ ଲକ୍ଷ ଭୋଟରଙ୍କ ନାମ କଟିଛି: ବିଜେଡି

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଏସ୍‌ଆଇଆର ପ୍ରକ୍ରିୟାକୁ ନେଇ ବିଜେଡି ପକ୍ଷରୁ ଏକ ପ୍ରତିନିଧିମଣ୍ଡଳୀ ବୁଧବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଏଥିରେ ନୂତନ ଭୋଟର…

ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ହେବା ନେଇ ପୁରୀକୁ ହାଇ ଆଲର୍ଟ

ଭୁବନେଶ୍ୱର, ୧୬ା୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବର୍ଷର ଦ୍ୱିତୀୟ ଲଘୁଚାପ। ସକ୍ରିୟ ଥିବା ଘୂର୍ଣ୍ଣିବଳୟଟି ବୁଧବାର ସକାଳ ୫ଟା ୩୦ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର…

ସିଏମ୍‌ଓରୁ ୨ ଫାଇଲ ହଜିବା ଘଟଣା: ମନୋଜ ମିଶ୍ର, ରାଜେଶ ବର୍ମାଙ୍କୁ ସମନ

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରରେ କାର୍ଯ୍ୟରତ ଥିବା ପୂର୍ୱତନ ଆଇଟି ସଚିବ ମନୋଜ ମିଶ୍ର ଏବଂ ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ତଥା ବର୍ତ୍ତମାନ କମିଶନ ଫର୍‌ ଏୟାର…

‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ…

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍‌, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍‌ର ଲମ୍ବା ତାଲିକା

ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍‌.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri