କଂଗ୍ରେସର ଭାରତ ବଞ୍ଚାଓ ସମାବେଶ: ଆଜି ଦିଲ୍ଲୀ ଯିବେ ଓଡ଼ିଶା ନେତା, କର୍ମୀ

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ବିରୋଧରେ ଦଳର ଗୋଟିଏ ବଡ଼ ଗୋଷ୍ଠୀ ବର୍ତ୍ତମାନ ସକ୍ରିୟ ହୋଇଯାଇଥିବା ଜଣାପଡ଼ିଛି। ସୋମବାର ଗୋଟିଏ ବଡ଼ ଗୋଷ୍ଠୀ ସୋନିଆଙ୍କୁ ଭେଟି ପିସିସି ସଭାପତି ବିରୋଧୀ ମନ୍ତବ୍ୟ ରଖିଥିବା ଜଣାପଡିଛି। ନିଜ ଆସନକୁ ସୁରକ୍ଷିତ ରଖିବା ପାଇଁ ନିରଞ୍ଜନ ମଧ୍ୟ ପ୍ରସ୍ତୁତ ହେଉଥିବା କୁହାଯାଉଛି। ଏ ପରିସ୍ଥିତିରେ ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ପକ୍ଷରୁ ଦିଲ୍ଲୀର ରାମଲୀଳା ମଇଦାନରେ ଭାରତ ବଞ୍ଚାଓ ସମାବେଶ ଆସନ୍ତା ୧୪ ତାରିଖରେ ଆୟୋଜନ ହେବାକୁ ଯାଉଛି। ଏହି ସମାବେଶରେ ପ୍ରାୟ ୧୦୦୦ରୁ ଅଧିକ ଲୋକଙ୍କୁ ସାଙ୍ଗରେ ନେବା ପାଇଁ ନିରଞ୍ଜନ ଯୋଜନା ରଖିଛନ୍ତି। ହେଲେ ନିଜ ହାତରୁ ଯିବାଆସିବା ଭଡ଼ା ଦେଇ ଦିଲ୍ଲୀ ଯିବା ସକାଶେ ପିସିସି ସଭାପତି ଏକ ବ୍ୟବସ୍ଥା କରିଛନ୍ତି। ୧ ହଜାର ଟଙ୍କା ଲେଖାଁଏ କଂଗ୍ରେସ କାର୍ଯ୍ୟାଳୟରେ ଦାଖଲ କରିବା ଲାଗି ଦଳୀୟ ନେତା ଓ କର୍ମୀଙ୍କୁ କୁହାଯାଇଛି। ଏହି ଟଙ୍କା ଆଦାୟ ପଦ୍ଧତିକୁ କଂଗ୍ରେସ ନେତା ଓ କର୍ମୀ ନିନ୍ଦା କରୁଛନ୍ତି। ଅପରପକ୍ଷରେ ବୁଧବାର ଓଡ଼ିଶାରୁ ନେତାମାନେ ନିଜ ନିଜ କର୍ମୀଙ୍କୁ ସାଙ୍ଗରେ ଧରି ଦିଲ୍ଲୀ ଗସ୍ତ କରିବେ। ଆଗୁଆ ପିସିସି ସଭାପତି ଦିଲ୍ଲୀ ଯାଇ ନିଜ କର୍ମୀଙ୍କ ରହିବା ବ୍ୟବସ୍ଥା କରୁଥିବା ଚର୍ଚ୍ଚା ହେଉଛି। ଅପରପକ୍ଷରେ ଏହି ମଉକାରେ ନିରଞ୍ଜନ ନିଜର ଗୋଟିଏ ଗୋଷ୍ଠୀକୁ ସାଙ୍ଗରେ ଧରି ତାଙ୍କ ବିରୋଧରେ ଯାଇଥିବା ଗୋଷ୍ଠୀର କାଉଣ୍ଟର ଦେବେ ବୋଲି ଚାରିଆଡ଼େ ଚର୍ଚ୍ଚା ଆରମ୍ଭ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋ-ଭୋଲଟେଜ ଓ ଅଘୋଷିତ ବିଦ୍ୟୁତ କାଟ ବିରୋଧରେ ଦଶପଲ୍ଲାରେ ଗଣଶୋଭାଯାତ୍ରା: ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ନୟାଗଡ଼/ଦଶପଲ୍ଲା, ୧୦/୬ (ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି):ଦଶପଲ୍ଲାର ଟାକରାସ୍ଥିତ ଗ୍ରୀଡ୍‌କୁ ତୁରନ୍ତ କାର୍ଯ୍ୟକ୍ଷମ କରିବା, ଅଘୋଷିତ ବିଦ୍ୟୁତ କାଟ ବନ୍ଦ କରିବା, ଲୋ-ଭୋଲଟେଜ ସମସ୍ୟାର ସମାଧାନ, ଟିପିସିଓଡିଏଲର…

ସୁଧୁରୁନି ପାକିସ୍ତାନ: ଆଫଗାନିସ୍ତାନ ଉପରେ କଲା ବଡ଼ ଆକ୍ରମଣ

ଇସଲାମାବାଦ୍‌,୧୦।୬: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନରେ ବିମାନ ଆକ୍ରମଣ କରିଛି। ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୪ ଜଣ ଆହତ ହୋଇଛନ୍ତି। ତାଲିବାନର ମୁଖ୍ୟ…

ସରକାରଙ୍କ ବଡ଼ ପଦକ୍ଷେପ, ଶେଷ ହେବ ‘ଦୁଇ ସନ୍ତାନ’ ନିୟମ

ଇନ୍ଦୋର,୧୦।୬: ମଧ୍ୟପ୍ରଦେଶ ସରକାର ଚାକିରି ଆଶାୟୀ ଏବଂ ବର୍ତ୍ତମାନର ସରକାରୀ କର୍ମଚାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ମୋହନ ଯାଦବ ପ୍ରଶାସନ ୨୩ ବର୍ଷ ପୁରୁଣା ‘ଦୁଇ…

ଟିମ ଇଣ୍ଡିଆରେ ସ୍ଥାନ ପାଇବା ପରେ ପ୍ରଥମଥର ଏମିତି କାରନାମା କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୦।୬: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତ ଏ ଦଳ ସହିତ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ସେଠାରେ ଏକ ଦିନିକିଆ ସିରିଜ ଚାଲିଛି। ଏଥିରେ ଭାରତ ଏ, ଶ୍ରୀଲଙ୍କା…

ସରକାରଙ୍କ ବଡ଼ ଘୋଷଣା: ମେଟ୍ରୋ, ବସ୍‌ରେ ଅଫିସ ଯିବାଆସିବା କରୁଥିବା କର୍ମଚାରୀଙ୍କୁ ମିଳିବ ଅଧିକ ଦରମା

ନୂଆଦିଲ୍ଲୀ,୧୦।୬: ଦିଲ୍ଲୀ ସରକାର ନିଜ କର୍ମଚାରୀଙ୍କ ହିତ ପାଇଁ ଏବଂ ବଢୁଥିବା ଇନ୍ଧନ (ଫ୍ୟୁଏଲ) ସଙ୍କଟର ମୁକାବିଲା କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର…

ମୀନାକ୍ଷୀ ନଟରାଜନଙ୍କ ନାମାଙ୍କନପତ୍ର ଖାରଜ, ଆଜି ହୋଇପାରେ ଆଲୋଚନା

ଭୋପାଳ,୧୦ା୬: ମଧ୍ୟପ୍ରଦେଶରୁ ରାଜ୍ୟ ସଭାରେ ଖାଲି ପଡ଼ିବାକୁ ଥିବା ୩ଟି ଆସନ ଲାଗି ନିର୍ବାଚନ ହେବାକୁ ଯାଉଥିବାବେଳେ ଭାଜପାର ଏକ ଅଭିଯୋଗ ଆଧାରରେ କଂଗ୍ରେସ ପ୍ରାର୍ଥୀ ମୀନାକ୍ଷୀ…

ଆମେରିକା-ଇରାନ ଡିଲ୍‌ ଫାଇଲ କ୍ଲୋଜ? ଆମେରିକାର ବିମାନ ଆକ୍ରମଣରେ ୮ ସହର ଧୂଆଁରେ ଆଚ୍ଛାଦିତ

ତେହରାନ,୧୦।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ସ୍ଥଗିତ ଥିବା ପରି ମନେ ହେଉଛି। ଏକ ଆମେରିକୀୟ ଆପାଚେ ହେଲିକପ୍ଟରକୁ ଖସାଇ ଦେବା…

ବିଦେଶରେ ଫସି ରହିଛନ୍ତି ଆନନ୍ଦପୁରର ଯୁବକ, ଉଦ୍ଧାର ପାଇଁ ପ୍ରଶାସନକୁ ନିବେଦନ କଲେ…

ବଞ୍ଚୋ,୧୦।୬(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳର ଯୁବକ ସତ୍ୟଦୀପ ସାହୁ ତାଞ୍ଜାନିଆରେ ଫସି ରହିଥିବା ନେଇ ଚିନ୍ତା ପ୍ରକାଶ ପାଇଛି। ତାଙ୍କୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri