Posted inଜାତୀୟ

କଂଗ୍ରେସରେ ଅନ୍ତଃକନ୍ଦଳ: ନିଜ ପୁଅର ପରାଜୟ ପାଇଁ ପାଇଲଟଙ୍କୁ ଦାୟୀ କଲେ ଗେହଲଟ

ଜୟପୁର,୪।୬: ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ରାଜସ୍ଥାନ କଂଗ୍ରେସରେ ଅନଃକନ୍ଦଳ ଦେଖାଦେଇଛି। କଂଗ୍ରେସ ରାଜସ୍ଥାନରେ ବିଧାନସଭା ଆସନରୁ ବିଜୟ ଲାଭ କରିଥିବା ବେଳେ ଲୋକ ସଭା ପାଇଁ ଗୋଟେ ବି ଆସନ ହାତେଇ ପାରିନାହିଁ। ଯାହାକୁ ନେଇ ଏବେ ପରସ୍ପର ଭିତରେ କାଦୁଅ ଫିଙ୍ଗା ଆରମ୍ଭ ହୋଇଛି। ଏହି କ୍ରମରେ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଓ କଂଗ୍ରେସର ବରିଷ୍ଠ ନେତା ଅଶୋକ ଗେହଲଟ ନିଜ ପୁଅର ପରାଜୟ ପାଇଁ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ତଥା ଉପ ମୁଖ୍ୟମନ୍ତ୍ରୀ ସଚ୍ଚିନ ପାଇଲଟଙ୍କୁ ଦାୟୀ କରିଛନ୍ତି। ଜୋଧପୁର ଲୋକ ସଭା ଆସନରୁ ଗେହଲଟଙ୍କ ପୁଅ ବୈଭବ ଗେହଲଟ ପ୍ରାର୍ଥୀ ଭାବେ ଛିଡ଼ା ହୋଇଥିଲେ। ହେଲେ ଏହି ଆସନରୁ ଭାଜପା ଗଜେନ୍ଦ୍ର ସିଂହ ଶେଖାଓ୍ବତଙ୍କଠାରୁ ସେ ୪ଲକ୍ଷ ଭୋଟ ବ୍ୟବଧାନରେ ପରାଜୟ ହୋଇଛନ୍ତି। ଜୋଧପୁର ଲେକ ସଭା ଆସନ ପାଇଁ ବୈଭବଙ୍କ ନାଁ ପ୍ରସ୍ତାବ ଦେଇଥିଲେ ସଚିନ। ସେ କହିଥିଲେ, ଏହି ଲୋକ ସଭା ଆସନରେ କଂଗ୍ରେସର ୬ ବିଧାୟକ ଥିବାରୁ ଏଠାରୁ ବଡ଼ ଭୋଟ ବ୍ୟବଧାନରେ ନିର୍ବାଚନ ହାସଲ କରିବୁ। ଜୋଧପୁରରେ ନିର୍ବଚନୀ ପ୍ରଚାର ବହୁ ଜୋରସୋରରେ କରାଯିବା ପରେ ବି ଏଥିରେ ଦଳକୁ ପରାଜୟର ସାମ୍‌ନା କରିବାକୁ ପଡ଼ିଛି। ତେଣୁ ଏହି ପରାଜୟର ଦାୟୀତ୍ୱ ମଧ୍ୟ ସଚିନ ଉଠାଇବା ଉଚିତ୍‌ ବୋଲି ଗେହଲଟ କହିଛନ୍ତି। ଅପରପକ୍ଷରେ, ଗେହଲଟଙ୍କ ଏଭଳି ମନ୍ତବ୍ୟରେ ଆଶ୍ଚର୍ଯ୍ୟ ହୋଇପଡ଼ିଛନ୍ତି ସଚିନ୍‌। କିନ୍ତୁ ସେ ଏହାର ଜବାବରେ କିଛି ଉତ୍ତର ଦେବାକୁ ମନା କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri