ଜୋର ଧରିଲା ପିସିସି ସଭାପତି ହଟାଅ ରାଜନୀତି: ପାନ୍ଥନିବାସରେ କଂଗ୍ରେସ ନେତାଙ୍କ ମେଳି, ମୋକିମ୍‌ଙ୍କୁ ଦାୟିତ୍ୱ ଦେବା ନେଇ ଯୋଜନା

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ପିସିସି ସଭାପତି ପଦରୁ ନିରଞ୍ଜନ ପଟ୍ଟନାୟକଙ୍କୁ ହଟାଇ ମହମ୍ମଦ ମୋକିମ୍‌ଙ୍କୁ ଦାୟିତ୍ୱ ଦିଆଯିବା ନେଇ ଆରମ୍ଭ ହୋଇଛି ରଣନୀତି। କଂଗ୍ରେସ ନେତା ବାପି ସର୍କେଲଙ୍କ ନେତୃତ୍ୱରେ ସ୍ଥାନୀୟ ପାନ୍ଥନିବାସ ପରିସରରେ ବୁଧବାର ବସିଥିବା ବୈଠକରେ ସଭାପତି ହଟାଅ ଅଭିଯାନ ତିବ୍ର ହୋଇଥିବା ନେଇ ସୂଚନା ମିଳିଛି।

ରାଜ୍ୟରେ ହୋଇଥିବା ୨ଟି ଉପନିର୍ବାଚନରେ କଂଗ୍ରେସ ଶୋଚନୀୟ ଭାବେ ପରାସ୍ତ ହୋଇଛି। ଏପରିକି ଦଳ ବିରୋଧୀ ଦଳ ହେବାର ମାନ୍ୟତା ହରାଇଛି। ଏଥିଯୋଗୁ ପିସିସିରେ ନବକଳେବର ହେବା ଜରୁରୀ। ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ସଭାପତି ଦାୟିତ୍ୱ ଦିଆଯିବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି। ଆସନ୍ତା ସପ୍ତାହରେ ଏକ ଟିମ୍‌ ଦିଲ୍ଲୀ ଯାଇ ଏଆଇସିସି ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟି ଦାବି ଜଣାଇବ ବୋଲି ଚର୍ଚ୍ଚା ହେଉଥିବା ବେଳେ ମହମ୍ମଦ ମୋକିମ୍‌ ଏହି ସଭା ବିଷୟରେ କିଛି ଜାଣି ନ ଥିବା ସୂଚନା ମିଳିଛି।

ଦୀପାବଳି ପରେ ନିରଞ୍ଜନ ପିସିସି ପୁର୍ନଗଠନ କରିବେ ବୋଲି ଯୋଜନା କରିଥିଲେ। ହେଲେ ଏବେ ସେପରି ହେବା ଭଳି ମନେ ହେଉନାହିଁ। ଏହାକୁ ପଣ୍ଡ କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ନିରଞ୍ଜନ ଦଳକୁ ସଠିକ୍‌ ନେତୃତ୍ୱ ଦେଇପାରୁ ନ ଥିବା ନେତାମାନେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri