କଏଦୀଙ୍କୁ କରୋନା ଭୟ: ମୁକୁଳିଲେ ୩୫ଶହ

କଟକ ଅଫିସ୍‌,୧୮ା୪: ରାଜ୍ୟରେ ଥିବା ଜେଲ୍‌ଗୁଡ଼ିକରେ ଅନ୍ତେବାସୀମାନେ କରୋନା ଭୂତାଣୁରେ ଆକ୍ରାନ୍ତ ହେବାର ଆଶଙ୍କା ସୃଷ୍ଟି ହୋଇଥିଲା। ଏଣୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଉଚ୍ଚସ୍ତରୀୟ କମିଟି ଜେଲ୍‌ଗୁଡ଼ିକର ସ୍ଥିତି ସମୀକ୍ଷାପରେ କଏଦୀଙ୍କୁ ମୁକୁଳାଇବା ପାଇଁ ନିଷ୍ପତ୍ତି ନେଇଥିଲା। ଏହି ନିଷ୍ପତ୍ତି ଅନୁଯାୟୀ ମାର୍ଚ୍ଚ ୨୦ରୁ ଏପ୍ରିଲ୍‌ ୧୫ତାରିଖ ମଧ୍ୟରେ ବିଭିନ୍ନ ଜେଲ୍‌ରୁ ପ୍ରାୟ ୩୫ଶହ କଏଦୀ ମୁକୁଳିଛନ୍ତି। ସେମାନଙ୍କ ମଧ୍ୟରୁ ୩୧୯୦ଜଣ ଜାମିନ୍‌ ପାଇଥିବାବେଳେ ୧୦ଜଣ ପାରୋଲ୍‌ ଏବଂ ୨୮୧ଜଣଙ୍କୁ ସାମୟିକ ଛୁଟି ପ୍ରଦାନ କରାଯାଇଛି। ଏମାନଙ୍କ ମଧ୍ୟରେ ଅଧିକାଂଶ ଏମିତି ଅନ୍ତେବାସୀ ରହିଛନ୍ତି, ଯେଉଁମାନେ ୭ବର୍ଷରୁ କମ୍‌ ଦଣ୍ଡ ପାଇଛନ୍ତି। ଏପରି କି ଯେଉଁ ମାମଲାରେ ଦଣ୍ଡ ବ୍ୟବସ୍ଥା ୭ବର୍ଷରୁ କମ୍‌ ଥିବ । ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ତଥା ଓଡ଼ିଶା ରାଜ୍ୟ ଆଇନ୍‌ ସେବା ପ୍ରାଧିକରଣ (ଓଏସ୍‌ଏଲ୍‌ଏସ୍‌ଏ)ର କାର୍ଯ୍ୟକାରୀ ଅଧ୍ୟକ୍ଷା ଜଷ୍ଟିସ୍‌ ସଞ୍ଜୁ ପଣ୍ଡାଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚ କ୍ଷମତା ସମ୍ପନ୍ନ କମିଟିର ବୈଠକରେ ଡିଜି(ଜେଲ୍‌) ସନ୍ତୋଷ ଉପାଧ୍ୟାୟ ଏହି ତଥ୍ୟ ରଖିଛନ୍ତି । ବୈଠକରେ ଗୃହ ବିଭାଗର ପ୍ରମୁଖ ସଚିବ ସଞ୍ଜୀବ ଚୋପ୍ରା ମଧ୍ୟ ଉପସ୍ଥିତ ଥିଲେ। ସେହିଭଳି ବୈଠକରେ ସମସ୍ତ ୩୦ଟି ଜିଲାର ବିଚାରାଧୀନ କଏଦୀ ସମୀକ୍ଷା କମିଟିର ତଥ୍ୟ ହସ୍ତଗତ ହୋଇଛି। ରାଜ୍ୟରେ ମୋଟ ୨୨୩୯ଜଣ କଏଦୀ ଅସୁସ୍ଥ ଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ୧୬୮୨ଜଣଙ୍କୁ ଚିକିତ୍ସା ସେବା ଯୋଗାଇ ଦିଆଯାଇଛି। ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, କରୋନା ଭୂତାଣୁରେ ଆକ୍ରାନ୍ତ କୌଣସି କଏଦୀଙ୍କୁ ମୁକୁଳିବା ପାଇଁ ଅନୁମତି ଦିଆଯିବ ନାହିଁ। ଯେଉଁ କଏଦୀମାନେ ଜେଲ୍‌ରୁ ମୁକୁଳିଛନ୍ତି ଏବଂ ପରବର୍ତ୍ତି ସମୟରେ କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଛନ୍ତି, ତେବେ ତାଙ୍କ ଚିକିତ୍ସା ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ। ଏଥିସହ କଏଦୀଙ୍କୁ ମୁକୁଳାଇବା ପାଇଁ ସୁପ୍ରିମ୍‌କୋର୍ଟଙ୍କ ସମସ୍ତ ଅଦେଶକୁ ପାଳନ କରିବା ନେଇ ବୈଠକରେ ଆଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri