କଏଦୀଙ୍କୁ ବଣ୍ଟାଯିବ ସାନିଟାଇଜର, ମାସ୍କ

ଭୁବନେଶ୍ୱର,୧୭।୩ (ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ପାଇଁ କଏଦୀମାନଙ୍କୁ ଭିଡିଓ କନ୍‌ଫରେନ୍ସରେ ହାଜର କରିବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସବୁ ରାଜ୍ୟକୁ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଏନେଇ ଏକ ଚିଠି କରାଯାଇ ଗାଇଡଲାଇନ୍‌ ଜାରି କରାଯାଇଥିଲା। ହେଲେ ସୋମବାର ଭୁବନେଶ୍ୱର କୋର୍ଟରେ ମାମଲାର ବିଚାର ପାଇଁ ଏକଦୀମାନଙ୍କୁ ବ୍ୟକ୍ତିଗତ ଭାବେ ହାଜର କରାଯାଇଥିଲା। ଭୁବନେଶ୍ୱର ବାର ଆସୋସିଏଶନର ପୂର୍ବତନ ସଭାପତି ଦୁର୍ଗାମାଧବ ମିଶ୍ର କହିଛନ୍ତି ଯେ, ସ୍ଥାନୀୟ କୋର୍ଟରେ ପ୍ରବଳ ଗହଳି ରହିଥିବାରୁ କଏଦୀମାନଙ୍କୁ ବ୍ୟକ୍ତିଗତ ହାଜର କରିବା ଠିକ୍‌ ନୁହେଁ। ସରକାରୀ ଗାଇଡ୍‌ଲାଇନକୁ ନ ମାନି କଏଦୀଙ୍କ ଜୀବନ ସହ ଖେଳ ଖେଳୁଛନ୍ତି ଜେଲ ବିଭାଗ ବୋଲି ମିଶ୍ର କହିଛନ୍ତି। ଜେଲ ଡିଜି ସନ୍ତୋଷ ଉପାଧ୍ୟାୟ କହିଛନ୍ତି, କୋର୍ଟରେ କଏଦୀଙ୍କୁ ବ୍ୟକ୍ତିଗତ ଭାବେ ନା ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ହାଜର କରାଯିବ ସେନେଇ ବିଚାରପତି ମାମଲାର ଗୁରୁତ୍ୱକୁ ଦେଖି ନିଷ୍ପତ୍ତି ନେବେ।
ଜେଲ ବିଭାଗ କଏଦୀଙ୍କ ସ୍ବାସ୍ଥ୍ୟ ଉପରେ ଗୁରୁତ୍ୱ ଦେଇଛି। ରାଜ୍ୟର ୯୦ ଜେଲର କଏଦୀଙ୍କୁ ମାସ୍କ ଏବଂ ସାନିଟାଇଜର ବଣ୍ଟାଯିବ। ବର୍ତ୍ତମାନ ପ୍ରତି କଏଦୀଙ୍କୁ ସାବୁନ ଦିଆଯିବା ସହ ହାତ ଧୋଇବାକୁ କୁହାଯାଇଛି। ଯଦି କୌଣସି ରୋଗୀଙ୍କୁ କରୋନା ହୋଇଥିବା ନେଇ ସଙ୍କେତ ମିଳିବ, ତାଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲ ଆଇସୋଲେଶନ ଓ୍ବାର୍ଡରେ ଭର୍ତ୍ତି କରାଯିବ ବୋଲି ଉପାଧ୍ୟାୟ ସୂଚନା ଦେଇଛନ୍ତି। ସୋମବାର ଭୁବନେଶ୍ୱର କୋର୍ଟରେ ଶତାଧିକ ଲୋକଙ୍କ ଗହଳି ହେବା ସହ ଓକିଲମାନଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ଫଳରେ କରୋନା ସଂକ୍ରମଣ ହେବା ଅଧିକ ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ବାର ଆସୋସିଏଶନ ପକ୍ଷରୁ ଆସନ୍ତା ମାର୍ଚ୍ଚ ୩୧ ପର୍ଯ୍ୟନ୍ତ କୋର୍ଟକୁ ବନ୍ଦ କରାଯାଇଛି। ତେବେ ବିଚାରପତିଙ୍କ ନିର୍ଦ୍ଦେଶକ୍ରମେ ଜରୁରୀ ମାମଲାର ଶୁଣାଣି କରାଯିବ। ହେଲେ କେବଳ ଉଭୟ ପକ୍ଷ ଏବଂ ସେମାନଙ୍କ ଓକିଲ କୋର୍ଟ ଭିତରକୁ ଯାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରକୁ ପର୍ଯ୍ୟଟନ ହବ୍‌ରେ ପରିଣତ କରିବା ପାଇଁ ଉପମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଥୁଆମୂଳ ରାମପୁର,୨୩ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବିଭିନ୍ନ ପର୍ଯ୍ୟଟନସ୍ଥଳୀର ସୌନ୍ଦର୍ଯ୍ୟକରଣ, ଭିତ୍ତିଭୂମିର ଉନ୍ନତି ଓ ସାମଗ୍ରିକ ବିକାଶ ପାଇଁ…

ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ନେଇ ପ୍ରତିବାଦ, ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ର ଏକାଠି ହୋଇ…

କେସିଙ୍ଗା,୨୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା ୟୁଥ ଆସୋସିଏଶନର ସଭାପତି ଶମ୍ଭୁ ବିଶିଙ୍କ ନେତୃତ୍ୱରେ ନିଟ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ନେଇ ୪ଦଫା ଦାବିପତ୍ର,…

Dharmendra Pradhan Love Story: ରାଜନୀତି ପଛରେ ଲୁଚିଥିବା ପ୍ରେମ କାହାଣୀ! ମଞ୍ଚରୁ ଆରମ୍ଭ ହୋଇଥିଲା….

ନୂଆଦିଲ୍ଲୀ,୨୩।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ପ୍ରତି ଜାତୀୟ ରାଜନୀତିରେ ଚର୍ଚ୍ଚାର ବିଷୟ ସାଜିଛନ୍ତି । ତାଙ୍କ ରାଜନୈତିକ ଯାତ୍ରା ସହିତ, ତାଙ୍କ ବ୍ୟକ୍ତିଗତ ଜୀବନର…

ମୋତେ ଚୁମ୍ବନ ଦେଇ… କରଣଙ୍କ ନାଁରେ ଗମ୍ଭୀର ଅଭିଯୋଗ ଆଣିଲେ ଅଭିନେତ୍ରୀ

ଟିଭି ଅଭିନେତ୍ରୀ ସାନଭି ତଲୱାର ଅଭିନେତା କରଣ କୁନ୍ଦ୍ରାଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ‘ୟେ କହାନ ଆ ଗୟେ ହମ’ ଟିଭି ଶୋ’ର ଶୁଟିଂ ସମୟରେ…

ଆରମ୍ଭ ହେବ ଯୁକ୍ତ ୨ ପାଠପଢ଼ା: ନୂଆ ଛାତ୍ରୀଛାତ୍ରଙ୍କୁ ସରକାରଙ୍କ ନୀତି ନିୟମ ଉପରେ ସଚେତନ କରାଇ…

ଭଞ୍ଜନଗର,୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ନିମନ୍ତେ ପ୍ରବେଶ ଉତ୍ସବ ଗୁରୁବାର ଅନୁଷ୍ଠିତ…

ବିଲ ଭିତରକୁ ଓଲଟିଲା ବସ୍‌, ଭିତରେ ଥିଲେ ୫୦ ଯାତ୍ରୀ, ଆର୍ତ୍ତ ଚିତ୍କାର ଶୁଣି…

ନବରଙ୍ଗପୁର,୨୩ା୭(ସଦାଶିବ ପ୍ରହରାଜ): ୫୦ ଯାତ୍ରୀ ଥିବା ଏକ ବସ୍‌ ଗୁରୁବାର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଲ ମଧ୍ୟକୁ ଓଲଟି ପଡ଼ିଛି। ଫଳରେ ୧୫ରୁ ଅଧିକ ଯାତ୍ରୀ…

ଘୋଷଣା କରୁ କରୁ ସକ୍ରିୟ ହୋଇଉଠିଲେ କେନ୍ଦ୍ର ସରକାର: ଏହି ୪ ରାଜ୍ୟରେ ହେବ…

ନୂଆଦିଲ୍ଲୀ,୨୩।୭: ନିଟ୍‌ ପ୍ରଶ୍ନପତ୍ର ଜାଲିଆତି ବା ଲିକ୍‌ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଫାଷ୍ଟ ଟ୍ରାକ୍‌ କୋର୍ଟ ଗଠନ କରିବାର ଘୋଷଣା କରାଯିବା ପରେ କେନ୍ଦ୍ର…

ସରକାରୀ ଔଷଧ ଗୋଦାମ ପାର୍ଶ୍ଵରେ ପଡ଼ିଛି କୁଢ଼ କୁଢ଼ ଔଷଧ, ଏକ୍ସପାୟାରି…

ମୋହନା,୨୩।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଗୋଦାମ ଗୃହ ପାର୍ଶ୍ୱରେ ଥିବା ସରକାରୀ ପରିତ୍ୟକ୍ତ ଘର ଓ ବାହାରେ କୁଢ଼ କୁଢ଼ ଔଷଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri