କଚ୍ଚା ଘର ଭୁଶୁଡ଼ି ବୃଦ୍ଧ ଗୁରୁତର

କେନ୍ଦୁଝର, ୨୩ା୫(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝରଗଡ ପୌରପାଳିକା ୧୫ନମ୍ବର ୱାର୍ଡ ଅନ୍ତର୍ଗତ ମାଧପୁର କୃଷି ବିଭାଗ ଫାର୍ମ ପୋଖରୀ ନିକଟରେ ଥିବା ଏକ କଚ୍ଚା ଘର ଭୁଶୁଡି ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ବାତ୍ୟା ଅମ୍ଫନ୍‌ ପ୍ରଭାବରେ ୨ଦିନ ତଳେ କେନ୍ଦୁଝରରେ ଅବିଶ୍ରାନ୍ତ ବର୍ଷା ଯୋଗୁ କଚ୍ଚା ଘର ଦୁର୍ବଳ ହୋଇପଡିଥିଲା। ଶନିବାର ଅପରାହ୍ନ ୧ଟା ସମୟରେ ଘର ସମ୍ମୁଖରେ ଶିବପ୍ରସାଦ ମହାନ୍ତି(୮୬) ବସିଥିବା ବେଳେ ହଠାତ୍‌ କାନ୍ଥ ଭୁଶୁଡି ପଡିଥିଲା। ଚାଳ ଛପର ମାଟି କାନ୍ଥ ପଡିଯିବାରୁ ସେ ଗୁରୁତର ଆହତ ହୋଇଛନ୍ତି। ଘର ଲୋକେ ଏବଂ ପଡ଼ୋଶୀ ତାଙ୍କୁ ଉଦ୍ଧାର କରିବାରେ ସକ୍ଷମ ହୋଇଥିବା ବେଳେ ଘର ଭିତରେ ଥିବା ସମସ୍ତ ଆସବାବପତ୍ର ଭାଙ୍ଗିରୁଜି ଯାଇଛି। ଅଗ୍ନିଶମ ବିଭାଗ ଗୁରୁତର ବୃଦ୍ଧଙ୍କୁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲା। ତାଙ୍କ ପରିବାର ରହିବା ପାଇଁ ଘର ନାହିଁ। ଏହି ଘରର ଗୋଟିଏ କୋଠରିରେ ପରିବାରର ୬ଜଣ ସଦସ୍ୟ ରୁହନ୍ତି। ଶିବପ୍ରସାଦଙ୍କ ପରିବାର ଗରିବ ଓ ବିପିଏଲ୍‌ ବର୍ଗର ହୋଇଥିବାରୁ ତାଙ୍କୁ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତା ଯୋଗାଇ ଦେବାକୁ ପ୍ରଶାସନ ନିକଟରେ ଦାବି ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

Shubman Gill: ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି, ପ୍ଲେଇଂ ଇଲେଭେନରୁ ବିଦା ହେଲେ ଶୁଭମନ ଗିଲ୍

ନୂଆଦିଲ୍ଲୀ,୧୭ା୧୨: ଭାରତୀୟ କ୍ରିକେଟ୍ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଟି-୨୦ ପାଇଁ ଶୁଭମନ ଗିଲଙ୍କୁ ପ୍ଲେଇଂ ଇଲେଭେନରୁ...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ

ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ...

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri