କଚ୍ଚା ଘର ଭୁଶୁଡ଼ି ବୃଦ୍ଧ ଗୁରୁତର

କେନ୍ଦୁଝର, ୨୩ା୫(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝରଗଡ ପୌରପାଳିକା ୧୫ନମ୍ବର ୱାର୍ଡ ଅନ୍ତର୍ଗତ ମାଧପୁର କୃଷି ବିଭାଗ ଫାର୍ମ ପୋଖରୀ ନିକଟରେ ଥିବା ଏକ କଚ୍ଚା ଘର ଭୁଶୁଡି ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ବାତ୍ୟା ଅମ୍ଫନ୍‌ ପ୍ରଭାବରେ ୨ଦିନ ତଳେ କେନ୍ଦୁଝରରେ ଅବିଶ୍ରାନ୍ତ ବର୍ଷା ଯୋଗୁ କଚ୍ଚା ଘର ଦୁର୍ବଳ ହୋଇପଡିଥିଲା। ଶନିବାର ଅପରାହ୍ନ ୧ଟା ସମୟରେ ଘର ସମ୍ମୁଖରେ ଶିବପ୍ରସାଦ ମହାନ୍ତି(୮୬) ବସିଥିବା ବେଳେ ହଠାତ୍‌ କାନ୍ଥ ଭୁଶୁଡି ପଡିଥିଲା। ଚାଳ ଛପର ମାଟି କାନ୍ଥ ପଡିଯିବାରୁ ସେ ଗୁରୁତର ଆହତ ହୋଇଛନ୍ତି। ଘର ଲୋକେ ଏବଂ ପଡ଼ୋଶୀ ତାଙ୍କୁ ଉଦ୍ଧାର କରିବାରେ ସକ୍ଷମ ହୋଇଥିବା ବେଳେ ଘର ଭିତରେ ଥିବା ସମସ୍ତ ଆସବାବପତ୍ର ଭାଙ୍ଗିରୁଜି ଯାଇଛି। ଅଗ୍ନିଶମ ବିଭାଗ ଗୁରୁତର ବୃଦ୍ଧଙ୍କୁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲା। ତାଙ୍କ ପରିବାର ରହିବା ପାଇଁ ଘର ନାହିଁ। ଏହି ଘରର ଗୋଟିଏ କୋଠରିରେ ପରିବାରର ୬ଜଣ ସଦସ୍ୟ ରୁହନ୍ତି। ଶିବପ୍ରସାଦଙ୍କ ପରିବାର ଗରିବ ଓ ବିପିଏଲ୍‌ ବର୍ଗର ହୋଇଥିବାରୁ ତାଙ୍କୁ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତା ଯୋଗାଇ ଦେବାକୁ ପ୍ରଶାସନ ନିକଟରେ ଦାବି ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri