କଟକ ଦେବୀଗଡ଼ା ଲୋକାରଣ୍ୟ

କଟକ ଅଫିସ,୧୦ା୧୦: ଶାନ୍ତିଶୃଙ୍ଖଳାରେ ସରିଛି ଦୁର୍ଗାପୂଜା। ବିଭିନ୍ନ ମଣ୍ଡପରେ ପୂଜା ପାଉଥିବା ଦୁର୍ଗାଙ୍କ ମୃଣ୍ମୟୀ ପ୍ରତିମା ଭସାଣି ମାଧ୍ୟମରେ ମେଲାଣି ନେଇଛନ୍ତି। ଦେବୀଗଡ଼ା ନିକଟରେ ହୋଇଥିବା ତିନୋଟି ଅସ୍ଥାୟୀ ପୋଖରୀରେ ମୂର୍ତ୍ତିଗୁଡ଼ିକ ବିସର୍ଜନ କରାଯାଇଛି। ଭସାଣି ଶୋଭାଯାତ୍ରା ଦେଖିବା ପାଇଁ ବହୁସଂଖ୍ୟାରେ ଜନସମାଗମ ହୋଇଥିଲା। ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ସହରରେ ୫୭ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। ଭସାଣି ପାଇଁ ସହରର ଅନେକ ରାସ୍ତା ୱାନ ୱେ ଟ୍ରାଫିକ ମଧ୍ୟରେ ରହିଛି। ବିଳମ୍ବିତ ରାତି ସୁଦ୍ଧା ୫୦ରୁ ଊର୍ଦ୍ଧ୍ୱ ମେଢ଼ ବିସର୍ଜନ ହୋଇଥିବା ଜଣାପଡ଼ିଛି। ଚଳିତବର୍ଷ ସହରରେ ମୋଟ୍‌ ୧୬୭ ମେଢ଼ ହୋଇଥିବା ବେଳେ ଏଥିରେ ଚାନ୍ଦିମେଢ଼ ସଂଖ୍ୟା ରହିଛି ୨୭। ମଙ୍ଗଳବାର ମଧ୍ୟ ରାତ୍ରିରୁ ଭସାଣି ନିମନ୍ତେ ସହରର ପ୍ରାୟ କମିଟି କର୍ମକର୍ତ୍ତା ପ୍ରସ୍ତୁତି ଆରମ୍ଭ କରି ସାରିଥିଲେ। ପୋଲିସ ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ ରୁଟ୍‌ ମ୍ୟାପ ଅନୁଯାୟୀ ସକାଳେ ମେଢ଼ଗୁଡ଼ିକ ଶୋଭାଯାତ୍ରାରେ ଯାଇଥିଲା। ଦେବୀଗଡ଼ା ନିକଟରେ ୩-୧ ନିୟମ ବଳରେ ମେଢ ବିସର୍ଜନ କରାଯାଉଛି। ଯେଉଁ ରାସ୍ତା ଦେଇ ଅଧିକ ମେଢ଼ ଆସୁଛି ସେ ରାସ୍ତାରୁ ୩ଟି ମେଢ଼କୁ ଦେବୀଗଡ଼ା ଦିଗକୁ ଛଡ଼ାଯାଉଥିବାବେଳେ ଅନ୍ୟ ପାର୍ଶ୍ୱରୁ ଗୋଟିଏ ମେଢ଼ ଦେବୀଗଡ଼ା ଆଡକୁ ଆସୁଛି। ଚାନ୍ଦିମେଢ଼ ନିକଟରେ ପୋଲିସ ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। କେତେକ ସ୍ଥାନରେ ମୁରବିଙ୍କ ବିୟୋଗ ଯୋଗୁଁ ଭସାଣି ଯାତ୍ରା ନିରାଡମ୍ବର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri