କଟକ ପାଇବ ନୂଆ ରୂପ

କଟକ ଅଫିସ, ୨୪।୧ :ନୂଆ ରୂପ ନେବ କଟକ। ଅନେକ ଐତିହାସିକ ସ୍ମୃତି ବହନ କରୁଛି ଏହି ସହର। ତେଣୁ ଏହାର ସମୁଚିତ ବିକାଶ ସମସ୍ତଙ୍କର ମିଳିତ ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। କଟକ ସହରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସହରବାସୀଙ୍କ ସହଯୋଗ କାମନା କରିଛନ୍ତି। ସହର ପାଇଁ ଏକ ବିଧିବଦ୍ଧ ପ୍ଲାନ୍‌ କରାଯିବ। ଏଥିରେ ରାସ୍ତାଘାଟର ପ୍ରଶସ୍ତୀକରଣ, ମୁକ୍ତ ପରିବେଶ, ଉଦ୍ୟାନ ଏବଂ ସବୁଜିମା ସହିତ ଅତ୍ୟାଧୁନିକ ଭିତ୍ତିଭୂମିର ବିକାଶ କରାଯାଇ କଟକ ସହରକୁ ନୂଆ ରୂପ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଗୁରୁବାର ମୁଖ୍ୟମନ୍ତ୍ରୀ କଟକ ଗସ୍ତରେ ଆସି ମାତାମଠ ନିକଟରେ ମହାନଦୀ କୂଳ (ହାଡ଼ିଆପଠା) ବୁଲି ଦେଖିବା ସହିତ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ସହରର ଟ୍ରାଫିକ ସମସ୍ୟା ଦୂର ପାଇଁ ରିଂ ରୋଡ୍‌କୁ ୬ ଲେନ୍‌ ବିଶିଷ୍ଟ କରାଯିବା ସହ ଏସ୍‌ସିବି ମେଡିକାଲ କଲେଜର ଉନ୍ନତୀକରଣ ଓ ସମ୍ପ୍ରସାରଣ କାର୍ଯ୍ୟ ଆସନ୍ତା ମାର୍ଚ୍ଚରୁ ଆରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେ କହିଛନ୍ତି, କଟକ ସହର ଦେଇ ମହାନଦୀ ପ୍ରବାହିତ ହେଉଛି। ମହାନଦୀ ହେଉଛି ଓଡ଼ିଶାର ଜୀବନରେଖା। ମହାନଦୀର ପୁନରୁଦ୍ଧାର ଜମିରୁ କଟକ ସହରରେ ମୁକ୍ତ ପରିବେଶ ସହିତ ରିଭର ଫ୍ରଣ୍ଟର ବିକାଶ କରାଯାଇ ପର୍ଯ୍ୟଟନ ପାଇଁ ସୁଯୋଗ ସୃଷ୍ଟି କରାଯିବ। ପୁନରୁଦ୍ଧାର ହୋଇଥିବା ୪୨୧ ଏକର ପରିମିତ ଜମିର ପ୍ରତିଟି ଇଞ୍ଚକୁ ସହରବାସୀଙ୍କ ସୁବିଧା ଓ ମୌଳିକ ଆବଶ୍ୟକତା ପୂରଣ ପାଇଁ ବିନିଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। କ୍ରୀଡ଼ାଠାରୁ ଆରମ୍ଭକରି ସାଂସ୍କୃତିକ ତଥା ଅବସର ବିନୋଦନ ଏବଂ ପରିବେଶର ଉନ୍ନତି ନିମନ୍ତେ ଏଠାରେ ପଦକ୍ଷେପ ନିଆଯିବ। ଏହି ଜମିର ଅଧିକାଂଶ ଅଞ୍ଚଳ ସବୁଜିମା ସୃଷ୍ଟି ପାଇଁ ବିନିଯୋଗ କରାଯିବ। କଟକ ସହର ପାଇଁ ଏହିସବୁ ଯୋଜନା ନିମନ୍ତେ ଅଭିଜ୍ଞ ସହରାଞ୍ଚଳ ପ୍ରସ୍ତୁତିକାରୀଙ୍କୁ ନିୟୋଜିତ କରାଯିବ। ସହରର ବିକାଶରେ ଜନସାଧାରଣଙ୍କ ଅବଦାନକୁ ଗୁରୁତ୍ୱ ଦେବା ନିମନ୍ତେ ଜନସାଧାରଣଙ୍କ ମତାମତକୁ ଗ୍ରହଣ କରାଯାଇ ଚୂଡ଼ାନ୍ତ ଯୋଜନା ପ୍ରସ୍ତୁତ କରାଯିବ। କଟକ ସହରର ବିକାଶ ପ୍ରକଳ୍ପ ପାଇଁ ରାଜ୍ୟ ସରକାର ଆବଶ୍ୟକ ଆର୍ଥିକ ସମ୍ବଳ ଯୋଗାଇ ଦେବେ। ସୂଚନାଥାଉ କି, ମହାନଦୀର ହାଡିଆପଠାରୁ ଚିହ୍ନଟ ୪୨୧ ଏକର ଜମିରେ ଗୁଜରାଟର ସାବରମତି ଢାଞ୍ଚାରେ ବାଲିଯାତ୍ରା ରିଭର
ଫ୍ରଣ୍ଟ (ବର୍‌ଫି) ପ୍ରକଳ୍ପ କରାଯିବ। ଏଥିନିମନ୍ତେ ନକ୍ସା ପ୍ରସ୍ତୁତ ହୋଇସାରିଛି। ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ପ୍ରତାପ ଜେନା, ୫-ଟି ସଚିବ ଭି.କେ. ପାଣ୍ଡିଆନ, ପୂର୍ତ୍ତ ସଚିବ କ୍ରିଷନ କୁମାର, ଆର୍‌ଡିସି ଅନିଲ କୁମାର ସାମଲ ଓ ଜିଲାପାଳ ଭବାନୀ ଶଙ୍କର ଚୟନୀ ପ୍ରମୁଖ ଉପସ୍ଥିତ ଥିଲେ।
ଏଥିରେ କଟକ ଜିଲାର ବିଧାୟକ ଓ ସରକାରୀ ଅଧିକାରୀମାନେ ମଧ୍ୟ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିଲେ ବନ୍ଧାପଡ଼ିଥିବା ୨୨ ଶ୍ରମିକ

ଭବାନୀପାଟଣା,୬।୫(ଉତ୍ତମ କୁମାର ଦାଶ): ହାଇଦ୍ରାବାଦକୁ କାମ କରିବାକୁ ଯାଇ ବନ୍ଧାପଡିଥିବା କଳାହାଣ୍ଡି ଜିଲା ଜୁନାଗଡ଼ ସହରର ୨୨ ଶ୍ରମିକ ସୋମବାର ଘରକୁ ଫେରିଛନ୍ତି। କଳାହାଣ୍ଡି ଜିଲା...

ଗିଫ୍ଟ ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ପଟ୍ଟାଙ୍ଗୀ,୬।୫(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାସ୍ଥିତ ଜାତୀୟ ରାଜପଥ ପାର୍ଶ୍ୱରେ ରହିଥିବା ଏକ ଗିଫ୍ଟ ଦୋକାନରେ ସୋମବାର ରାତିରେ ନିଆଁ ଲାଗି...

ବାରବାଟୀ-କଟକ ବିଧାନସଭା ଆସନରୁ ନାମାଙ୍କନ ଭରିଲେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୬।୫: ବାରବାଟୀ-କଟକ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଟକ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଶାଳ...

ପୋଷ୍ଟାଲ ବାଲଟରେ ନିଜ ପସନ୍ଦର ନେତାଙ୍କୁ ଦେଲେ ଭୋଟ

ରାୟଗଡ଼ା,୬।୫(ଆଶିଷ ରଞ୍ଜନ ପଣ୍ଡା)-୨୦୨୪ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ ୭ଟି ବିଧାନସଭା ଆସନ...

ସମୀର ଦାଶଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୬।୫: ଟିକେଟ୍‌ କାଟିବା ପରେ ନିମାପଡା ବିଜେଡି ବିଧାୟକ ସମୀର ଦାଶଙ୍କୁ ସନ୍ତୁଷ୍ଟ କଲା ଦଳ । ୨୦୨୪ ନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ନବୀନ...

ସାଲେପୁର ନାବାଳିକା ବଳାତ୍କାର-ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡରେ ବଦଳାଇଲେ ହାଇକୋର୍ଟ 

କଟକ,୬ା୫(କାର୍ତ୍ତିକ ସାହୁ): ସାଲେପୁର ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ବଳାତ୍କାର ହତ୍ୟା ମାମଲାରେ ତଳକୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ଦଣ୍ଡକୁ ହାଇକୋର୍ଟ କୋହଳ...

କାଳ ବୈଶାଖୀରେ ଭାଙ୍ଗିଲା ଗଛ: ରାଜପଥରେ ଯାତାୟାତ ବାଧାପ୍ରାପ୍ତ

ମୋରଡ଼ା,୬।୫(ସ୍ମାରକ ମାଜୀ): କାଳ ବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଚିତ୍ରଡାରେ ଅଞ୍ଚଳରେ ସୋମବାର ରାତି ପ୍ରାୟ ୮ଟାରେ ପ୍ରବଳ ବେଗରେ ପବନ...

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri