କଟକ ବାଲିଯାତ୍ରାକୁ ମିଳିବ ରାଜ୍ୟସ୍ତରୀୟ ମହୋତ୍ସବ ମାନ୍ୟତା

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ଐତିହାସିକ କଟକ ବାଲିଯାତ୍ରାକୁ ମିଳିବ ରାଜ୍ୟସ୍ତରୀୟ ମହୋତ୍ସବ ମାନ୍ୟତା। ଏଥିସହ ଏହି ସର୍ବବୃହତ ମୁକ୍ତାକାଶ ମେଳା କିଭଳି ଜାତୀୟ ସ୍ତରରେ ମାନ୍ୟତା ପାଇବ ସେଥିପାଇଁ ଉଦ୍ୟମ କରାଯିବ ବୋଲି ପଞ୍ଚାୟତିରାଜ, ପାନୀୟଜଳ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି। ଶୁକ୍ରବାର ଲୋକସେବା ଭବନଠାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକରେ ଏନେଇ ନିଷ୍ପତ୍ତି ହୋଇଥିବା ମନ୍ତ୍ରୀ କହିଛନ୍ତି।
ଉତ୍କଳର ଗୌରବମୟ ନୌବାଣିଜ୍ୟ ପରମ୍ପରାର ସ୍ମୃତି ଓ ଐତିହ୍ୟ ବହନ କରୁଥିବା ଏହି ବାଲିଯାତ୍ରା ପ୍ରତିବର୍ଷ କଟକ ମହାନଦୀ କୂଳରେ କାର୍ତ୍ତିକ ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଥାଏ। ଏହି ବାଲିଯାତ୍ରାକୁ ରାଜ୍ୟ ତଥା ଜାତୀୟସ୍ତରୀୟ ମାନ୍ୟତା ପାଇଁ ଦାବି ହୋଇ ଆସୁଥିବାବେଳେ ଏହା ଉପରେ ବୈଠକରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା। ବିଭିନ୍ନ ଦୃଷ୍ଟିକୋଣରୁ ବିଚାରକରି ଏହାକୁ ରାଜ୍ୟସ୍ତରୀୟ ମାନ୍ୟତା ଦେବା ପାଇଁ ସ୍ଥିର ହେବା ସହ ଜାତୀୟ ମେଳାର ମାନ୍ୟତା ସଂକ୍ରାନ୍ତରେ ମଧ୍ୟ ଆଲୋଚନା ହୋଇଛି। ବାଲିଯାତ୍ରାରେ ଦୈନିକ ପ୍ରାୟ ଏକ ଲକ୍ଷରୁ ଊର୍ଦ୍ଧ୍ୱ ଜନସମାଗମ ହେଉଛି। ଚଳିତବର୍ଷ ଏହାକୁ ସୁବ୍ୟବସ୍ଥିତ ଓ ଅଧିକ ସରସସୁନ୍ଦର କରିବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ବୈଠକରେ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଉପସ୍ଥିତ ଥିଲେ। ହୋଇଥିବା ନିଷ୍ପତ୍ତି ଅନୁସାରେ, ମେଳା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ବାର୍ଷିକ ୨୦ଲକ୍ଷ ଟଙ୍କାର ଅନୁଦାନ ଦେବ। ପର୍ଯ୍ୟଟନ ବିଭାଗ ମଧ୍ୟ ଏଥିପାଇଁ ବାର୍ଷିକ ୨୦ ଲକ୍ଷ ଟଙ୍କା ଦେବା ସହ ବିଭାଗୀୟ କ୍ୟାଲେଣ୍ଡରରେ କଟକ ବାଲିଯାତ୍ରାକୁ ସ୍ଥାନିତ କରିବ। ସେହିଭଳି ବାଲିଯାତ୍ରାର ଭିତ୍ତିଭୂମି ବିକାଶ ନିମନ୍ତେ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରତିବର୍ଷ ୫୦ଲକ୍ଷ ଟଙ୍କା ପ୍ରଦାନ କରାଯିବ। ଚଳିତବର୍ଷ ବାଲିଯାତ୍ରାରେ ପାନୀୟଜଳ ଓ ପରିମଳ ବିଭାଗ ପକ୍ଷରୁ ୧୦୦ ଅସ୍ଥାୟୀ ଶୌଚାଳୟ ଓ ବିଶୁଦ୍ଧ ପିଇବା ପାଣିର ବ୍ୟବସ୍ଥା ହେବ। ଏତ୍‌ଦବ୍ୟତୀତ ଜଳସମ୍ପଦ, ପୂର୍ତ୍ତ, ସେସୁ ଓ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ମଧ୍ୟ ସମସ୍ତ ପ୍ରକାର ଆନୁଷଙ୍ଗିକ ସହଯୋଗ ଯୋଗାଇ ଦିଆଯିବ। କଟକ-ଭୁବନେଶ୍ୱର କମିଶନରେଟ ପୋଲିସ ତରଫରୁ ଆଇନଶୃଙ୍ଖଳା, ଟ୍ରାଫିକ ନିୟନ୍ତ୍ରଣ ଏବଂ ଅଗ୍ନିଶମ, ଓଡ୍ରାଫ ଓ ଏନ୍‌ଡିଆରଏଫ୍‌ ପକ୍ଷରୁ ମଧ୍ୟ ସହଯୋଗ ପ୍ରଦାନ କରାଯିବ। ରାଜ୍ୟ ସରକାରଙ୍କ କୃଷି, ପଶୁସମ୍ପଦ, ଶିଳ୍ପ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ, ବୟନଶିଳ୍ପ ବିଭାଗ ଏହି ମେଳାରେ ଅଂଶଗ୍ରହଣ କରିବେ। ବୈଠକରେ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ମନୋରଞ୍ଜନ ପାଣିଗ୍ରାହୀ, ପର୍ଯ୍ୟଟନ ସଚିବ ବିଶାଳ ଦେବ, କେନ୍ଦ୍ରାଞ୍ଚଳ ଆର୍‌ଡିସି ଅନିଲ ସାମଲ, କଟକ ଜିଲାପାଳ ଭବାନୀ ଶଙ୍କର ଚଇନି, ଗୃହ ଓ ନଗର ଉନ୍ନୟନ ବିଭାଗର ସ୍ବତନ୍ତ୍ର ସଚିବ ପ୍ରେମ୍‌ କୁମାର ଝା, ଅଗ୍ନିଶମ ଅଧିକାରୀ, କଟକ ଡିସିପି, ସିଏମ୍‌ସି ଅଧିକାରୀଙ୍କ ସମେତ ବହୁ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ନିର୍ବାଚନରେ ​​ସଫଳତା ପାଇଁ ତ୍ରିପୁରା ଏବଂ ଆସାମ ସୂତ୍ରକୁ ନକଲ କରିବ ଭାଜପା

ଭୁବନେଶ୍ୱର,୨୭ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତାଙ୍କ ସୋନପୁର ରାଲିରେ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ଭାଜପା) ର ନେତା ଓ କର୍ମୀଙ୍କ ମନୋବଳ ବଢ଼ାଇଛନ୍ତି।...

ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ପରିଚାଳନା ପାଇଁ ଓଡ଼ିଶାରେ ମୁତୟନ ହେବେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ

ଭୁବନେଶ୍ୱର,୨୭ା୪: ରାଜ୍ୟରେ ସମ୍ପୂର୍ଣ୍ଣ ଶାନ୍ତିଶୃଙ୍ଖଳା ମଧ୍ୟରେ ଆଗାମୀ ସାଧାରଣ ନିର୍ବାଚନ ପ୍ରକ୍ରିୟା ପରିଚାଳନା ନିମନ୍ତେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ମୁତୟନ କରାଯାଉଛି...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri