କଟକଣା କୋହଳ ନେଇ ସର୍ତ୍ତ ରଖିଲେ ରାଜ୍ୟ ସରକାର: ସହରାଞ୍ଚଳରେ ଖୋଲିବନି ମଲ୍‌, ଦୋକାନରେ ରହିବେ ୫୦% କର୍ମଚାରୀ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ସାରା ଦେଶରେ କରୋନା ମୁକାବିଲାକୁ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ କଟକଣା ଲଗାଯାଇଥିଲା। ହେଲେ ଶନିବାର ଏହାକୁ କିଛି ମାତ୍ରାରେ କୋହଳ କରାଯାଇଛି। ତେବେ ଏହି ସମ୍ପର୍କରେ ରାଜ୍ୟ ସରକାର କିଛି ସର୍ତ୍ତ ରଖି ଆଉ ଏକ ବିଜ୍ଞପ୍ତି ଜାରି କରିଛନ୍ତି। ତଦନୁଯାୟୀ, କେବଳ ରାଜ୍ୟ ସରକାରଙ୍କ ଦ୍ୱାରା ପଞ୍ଜିକୃତ ଦୋକାନ ଖୋଲିବାକୁ ଅନୁମତି ଦିଆଯାଇଛି। ଗ୍ରାମାଞ୍ଚଳରେ ରେସିଡେନ୍‌ସିଆଲ କଂପ୍ଲେକ୍ସ, ମାର୍କେଟ କମ୍ପ୍ଲେକ୍ସ ଖୋଲାଯାଇପାରିବ। ହେଲେ ମଲ୍‌ଡି ବ୍ରାଣ୍ଡ କିମ୍ବା ସିଙ୍ଗଲ ବ୍ରାଣ୍ଡ ମଲ୍‌ ଖୋଲା ଯାଇପାରିବ ନାହିଁ। ସେହିଭଳି ସହରାଞ୍ଚଳରେ ଗୋଟିଗୋଟିକିଆ ଦୋକାନ ଖୋଲାଯାଇପାରିବ। ବିଶେଷକରି ସାହି, ଗଳିରେ ଥିବା ଦୋକାନ, ରେସିଡେନ୍ସିଆଲ କମ୍ଲେକ୍ସ ଖୋଲାଯିବ। ହେଲେ କୌଣସି ମଲ୍‌ ଖୋଲାଯାଇପାରିବ ନାହିଁ। ଦୋକାନଗୁଡ଼ିକରେ ୫୦% କର୍ମଚାରୀ ରହିବେ, ମାସ୍କ ପିନ୍ଧିବା ବାଧ୍ୟତାମୂଳକ ରହିବ। ଏହାଛଡ଼ା ସାମାଜିକ ଦୂରତା ଅବଲମ୍ବନ କରିବା ବାଧ୍ୟତାମୂଳକ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି।

ପ୍ରକାଶ ଯେ, ଗ୍ରାମାଞ୍ଚଳର ସପିଂ ମଲ୍‌କୁ ଛାଡ଼ି ଅନ୍ୟସବୁ ଦୋକାନ ଖୋଲିବ। ସେହିପରି ସହରାଞ୍ଚଳ ମାର୍କେଟ କମ୍ପ୍ଲେକ୍ସ ଓ ସପିଂ ମଲ୍କୁ ଛାଡି ଅନ୍ୟ ସମସ୍ତ ଦୋକାନ ଖୋଲିବ। ପୂର୍ବଭଳି ଇ-କମର୍ସ କମ୍ପାନୀଗୁଡିକ ଜରୁରୀ ସାମଗ୍ରୀ ବିକ୍ରି କରିପାରିବେ। ତେବେ ମଦ ବିକ୍ରି ଉପରେ ପୂର୍ବଭଳି କଟକଣା ଜାରି ରହିବ। ହଟ୍ସ୍ପଟ କିମ୍ବା ମଣ୍ଟେନମେଣ୍ଟ ଜୋନ୍ରେ କୌଣସି ଦୋକାନ ଖୋଲିବ ନାହିଁ। ଏ ନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri