କଟକଣା କୋହଳ ପରେ ଟ୍ରାଫିକ ଜାମ୍‌

ବାଙ୍ଗାଲୋର,୨୫ା୪: କର୍ନାଟକ ସରକାର ରାଜ୍ୟରୁ କୋଭିଡ-୧୯ ମୁକାବିଲା ପାଇଁ ଜାରି କରିଥିବା କଟକଣାକୁ କେତେକ ସ୍ଥାନରେ ଗୁରୁବାରଠାରୁ ଆଂଶିକ ଭାବେ କୋହଳ କରିବା ପରେ ଶୁକ୍ରବାର ସକାଳେ ବହୁ ସଂଖ୍ୟାରେ ଗାଡ଼ି ରାସ୍ତାରେ ଦେଖିବାକୁ ମିଳିଥିଲା। ଏଥିଯୋଗୁ କିଛି ସ୍ଥାନରେ ଟ୍ରାଫିକ ଜାମ୍‌ ହୋଇଥିବା ମଧ୍ୟ ଜଣାଯାଇଥିଲା। ଏହାକୁ ନେଇ କର୍ନାଟକ କଂଗ୍ରେସ ପକ୍ଷରୁ ସରକାରଙ୍କୁ ସମାଲୋଚନା କରାଯାଇଛି। ସରକାରଙ୍କ ଅବ୍ୟବସ୍ଥା ଯୋଗୁ ଏପରି ହୋଇଥିବା ରାଜ୍ୟ କଂଗ୍ରେସ ଟୁଇଟ୍‌ କରି ଅଭିଯୋଗ କରିଛି।
ଆଇଟି ଏବଂ ଆଇଟି ସମ୍ପର୍କିତ ସେବାକୁ ଅତ୍ୟାବଶ୍ୟକ ତଥା ସର୍ବନିମ୍ନ କର୍ମଚାରୀଙ୍କ ଦ୍ୱାରା ଚାଲୁକରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁମତି ଦିଆଯାଇଛି। ସେହିପରି କେତେକ ନିର୍ମାଣ କାର୍ଯ୍ୟ, ପ୍ୟାକେଜିଂ ସାମଗ୍ରୀ ଉତ୍ପାଦନ, କୋରିୟର ସର୍ଭିସ ଆଦି ପାଇଁ ମଧ୍ୟ କର୍ନାଟକ ସରକାର ଅନୁମତି ଦେଇଛନ୍ତି। ଜନସାଧାରଣଙ୍କ ଅସୁବିଧାକୁ ହ୍ରାସ କରିବାକୁ କେତେକ ଅତିରିକ୍ତ ସେବା ତଥା କାର୍ଯ୍ୟକୁ ଅନୁମତି ଦିଆଯିବା ନେଇ ରାଜ୍ୟର ମୁଖ୍ୟ ଶାସନ ସଚିବ ଟିଏମ୍‌ ବିଜୟ ଭାସ୍କର ଏକ ନିର୍ଦ୍ଦେଶନାମା ମାଧ୍ୟମରେ ସୂଚନା ଦେଇଥିଲେ। ଏହି ସେବାଗୁଡିକ ସରକାରଙ୍କ ଦ୍ୱାରା ଧାର୍ଯ୍ୟ ନିୟମାବଳୀ ଆଧାରରେ ଆବଦ୍ଧାଞ୍ଚଳ ମୁକ୍ତ ଭାବେ ଘୋଷିତ ସ୍ଥାନଗୁଡିକରେ ଉପଲବ୍ଧ ହେବ ବୋଲି କୁହାଯାଇଛି। ଏଥିସହ ସାମାଜିକ ଦୂରତା ରକ୍ଷାକୁ ବାଧ୍ୟତାମୂଳକ କରାଯାଇଛି। ତେବେ ଏହି କଟକଣାକୁ ସାମାନ୍ୟ କୋହଳ ନେଇ ଘୋଷଣା ହେବା ପରେ ସେଠାରେ ପୂର୍ବଭଳି ବହୁମାତ୍ରାରେ ଯାନବାହନ ଚଳାଚଳ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡି ରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?