କଟକଣା ମାନିଲେନି, ୩ ବ୍ୟବସାୟୀ ଅଟକ

ଅନୁଗୋଳ ଅଫିସ୍‌, ୨୨।୩ – କରୋନା ସଂକ୍ରମଣକୁ ରୋକିବା ପାଇଁ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସ୍କୁଲ, କଲେଜ, ଶପିଂମଲ୍‌, ଫିଲ୍ମ ହଲ୍‌, ଧର୍ମାନୁଷ୍ଠାନ ଆଦି ଜିଲା ପ୍ରଶାସନ ପକ୍ଷରୁ ବନ୍ଦ ରଖାଯିବାକୁ କୁହାଯାଇଛି। କିନ୍ତୁ ଏହି କଟକଣା ସତ୍ତ୍ୱେ ସହରରେ କେତେକ ଦୋକାନ ଖୋଲାଯାଇଥିବା ବେଳେ ଏକ ମନ୍ଦିରରେ ଅନ୍ନପ୍ରସାଦ ଜଣେ ବ୍ୟବସାୟୀ ବିକ୍ରି କରୁଥିବା ଅଭିଯୋଗ ହୋଇଛି। ଏ ନେଇ ୩ ଜଣଙ୍କୁ ଥାନାରେ ଅଟକ ରଖାଯାଇଥିଲା। ହେଲେ କଟକଣା ମାନିବାକୁ ପ୍ରତିଶ୍ରୁତି ଦେବା ପରେ ୨ଜଣଙ୍କୁ ଛାଡ଼ି ଦିଆଯାଇଥିବା ସୂଚନା ମିଳିଛି।
ପ୍ରଶାସନ ପକ୍ଷରୁ ଶନିବାର ଅନୁଗୋଳ ସହରରେ ଦୋକାନ ବଜାର ବନ୍ଦ କରାଯାଇଥିଲା। ଉପଜିଲାପାଳ ବାସୁଦେବ ଶତପଥୀଙ୍କ ନେତୃତ୍ୱରେ ପୌରନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା, ଏସ୍‌ଡିପିଓ ଅଶ୍ୱିନୀ କୁମାର ସାହୁ, ତହସିଲଦାର ନେହେରୁ ମାଝି, ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇ ପ୍ରମୁଖ ସହର ପରିକ୍ରମା କରିଥିଲେ। ଏହି ସମୟରେ ପ୍ରଶାସନର ଆଡଭାଇଜରି ଅମାନ୍ୟ କରି ଗୋଟିଏ ମଲ୍‌, ଗୋଟିଏ ସୁନା ଦୋକାନ ଓ ଏକ ମନ୍ଦିରରେ ଅନ୍ନପ୍ରସାଦ ଖୋଲାଯାଇଥିବା ଦେଖିବାକୁ ମିଳିଥିଲା। ପରେ ଅନୁଗୋଳ ପୋଲିସ ସମ୍ପୃକ୍ତ ୩ ବ୍ୟବସାୟୀଙ୍କୁ ଥାନାକୁ ଉଠାଇଆଣି ପଚରାଉଚରା କରିଥିଲା। ସେପଟେ ରବିବାର ଜନତା କର୍ଫ୍ୟୁ ପାଇଁ ରବିବାର ଜିଲାରେ ବସ୍‌ ଚଳାଚଳ ବନ୍ଦ ରହିବ ବୋଲି ଜିଲା ବସ୍‌ ମାଲିକ ସଂଘ ସଭାପତି ମାନସ ରଞ୍ଜନ ସାମଲ ସୂଚନା ଦେଇଛନ୍ତି। ସୋମବାର ବୈଠକ ପରେ ବସ୍‌ ଚଳାଚଳ ନେଇ ନିଷ୍ପତ୍ତି ନିଆଯିବ ବୋଲି ମଧ୍ୟ ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri