କଟକଣା ମାନୁନାହାନ୍ତି ଭାରିଯାନ: ଗାଡ଼ି ଅଟକାଇ ପ୍ରତିବାଦ

ଭୁବନ, ୧୬।୧୧(ଡି.ଏନ୍‌.ଏ.) – ଭୁବନ ଏନ୍‌ଏସି ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାରେ ଭାରିଯାନ ଚଳାଚଳକୁ ନେଇ ଲାଗି ରହିଥିବା ଅସନ୍ତୋଷ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ବାଲିବୋଝେଇ ଟ୍ରକ୍‌, ହାଇଓ୍ବା କଟକଣା ଭାଙ୍ଗି ଉକ୍ତ ରାସ୍ତାରେ ଯାତାୟାତ କରୁଥିବାରୁ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ଏହାକୁ ନେଇ ଶୁକ୍ରବାର ତାତିଛନ୍ତି ଅଞ୍ଚଳବାସୀ। ପ୍ରତିବାଦ ସ୍ବରୂପ ସେମାନେ ଗାଡ଼ି ଅଟକାଇ ଏହାର ପ୍ରତିବାଦ କରିଛନ୍ତି।
ପୂର୍ତ୍ତ ବିଭାଗ ରାସ୍ତା ଦେଇ ଦୈନିକ ଶତାଧିକ ବାଲିବୋଝେଇ ଟ୍ରକ୍‌, ହାଇଓ୍ବା ଚଳାଚଳ କରୁଛି। ଏହି ରାସ୍ତାରେ ଅଙ୍ଗନଓ୍ବାଡି କେନ୍ଦ୍ର, ସ୍କୁଲ ଥିବାରୁ କୋମଳମତି ପିଲାଙ୍କ ଜୀବନ ପ୍ରତି ବିପଦ ରହୁଛି। ରାସ୍ତାରେ ଭାରିଯାନ ଚଳାଚଳ ବନ୍ଦ କରିବାକୁ ଓ୍ବାର୍ଡବାସୀ ଏବଂ ବଣିକ ସଂଘର କର୍ମକର୍ତ୍ତାମାନେ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ। ଅଭିଯୋଗ ଶୁଣିବା ପରେ ଜିଲାପାଳ ସେହି ରାସ୍ତାରେ ଭାରିଯାନ, ବାଲିବୋଝେଇ ଗାଡ଼ି ଚଳାଚଳ ନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହା ସତ୍ତ୍ୱେ ପୁନର୍ବାର ଗାଡ଼ିଗୁଡ଼ିକ ପୂର୍ତ୍ତ ବିଭାଗ ରାସ୍ତାରେ ଯାତାୟାତ କରୁଛି। ଏହାକୁ ଅଞ୍ଚଳର କେତେଜଣ ବ୍ୟକ୍ତି ପ୍ରତିବାଦ କରିବା ସହ ଯାନବାହନ ଅଟକାଇଥିଲେ। ଫଳରେ ଘଣ୍ଟାଏ ଧରି ଯାତାୟାତ ଠପ୍‌ ହୋଇଯାଇଥିଲା। ପୋଲିସ ପହଞ୍ଚତ୍ ଭାରିଯାନ ଚଳାଚଳ ବନ୍ଦ କରିବାକୁ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନକାରୀମାନେ ଶାନ୍ତ ପଡ଼ିଥିଲେ। ପ୍ରଶାସନ ପକ୍ଷରୁ ସମସ୍ୟାକୁ ଅଣଦେଖା କରାଗଲେ ଆନ୍ଦୋଳନକୁ ତୀବ୍ର କରାଯିବ ବୋଲି ସହରବାସୀ ଚେତାବନୀ ଦେଇଛନ୍ତି। ଏ ନେଇ ତହସିଲଦାର ଶକ୍ତିକାନ୍ତ ରାୟ କୁହନ୍ତି, ଅଞ୍ଚଳବାସୀଙ୍କ ଦାବିକୁ ସମ୍ମାନ ଜଣାଇ ଉକ୍ତ ରାସ୍ତାରେ ଭାରିଯାନ ଚଳାଚଳ ବନ୍ଦ କରାଯିବ। ଆଇନ ଅବମାନନା କରୁଥିବା ଗାଡ଼ି ମାଲିକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

ଟ୍ରମ୍ପଙ୍କ ଧମକ ପରେ ହର୍ମୁଜ ଖୋଲିବାକୁ ନେଇ ସର୍ତ୍ତ ରଖିଲା ଇରାନ, ବଢିବ ଭାରତର ଟେନସନ!

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକ ସମୟସୀମା ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ ମଙ୍ଗଳବାର ସା…

ନୀରବତା ଏକ ମୃଗତୃଷ୍ଣା

ଜଡ! ତୁମେ ନିଷ୍କ୍ରିୟ ହୋଇ ପଡ଼ିରହିଛ। ତୁମକୁ ମଣିଷ ହୋଇ ବଞ୍ଚି ରହିବାର କୌଣସି ଅଧିକାର ନାହିଁ। ଅତିଶୟ ଅନ୍ୟାୟର ବଳୟରେ ସୁପ୍ତପ୍ରାୟ ତୁମ ଜୀବନ ଧିକ୍‌…

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।…

ଝିଅଙ୍କୁ ଠାବ କରିବାରେ ପୋଲିସ ସହାୟତା କରିଥିବା ମାନିଲେ ବାପା

ବିଜୟଓ୍ବାଡ଼ା,୬ା୪: ଆନ୍ଧ୍ରପ୍ରଦେଶର ମାଚେର୍ଲାରେ ଜଣେ ୨୩ ବର୍ଷୀୟା ଯୁବତୀ ବାପାଙ୍କ ଇଚ୍ଛା ବିରୋଧରେ ବିବାହ କରିବାରୁ ତାଙ୍କୁ ମାରିଦିଆଯାଇଛି। ଟଙ୍କା ନେଇ ଝିଅଙ୍କୁ ଖୋଜି ବାହାର କରିବାରେ…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଯୁଦ୍ଧ ପ୍ରଭାବ: ଆମେରିକାରେ ଗ୍ୟାସ୍‌, ପରିବହନ ମହଙ୍ଗା

ଓ୍ବାଶିଂଟନ,୬ା୪(ପି.ଟି.): ଇରାନ ବିରୋଧରେ ଯୁଦ୍ଧ ଆମେରିକୀୟମାନଙ୍କ ଉପରେ ପ୍ରଭାବ ପକାଇବା ଆରମ୍ଭ କରିଛି। ଆମାଜନ ଏହାର ଇ-କମର୍ସ ଡେଲିଭରି ପାଇଁ ଇନ୍ଧନ ଶୁଳ୍କ ଘୋଷଣା କରିଥିବାବେଳେ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri