କଟକଣା ମାନୁନାହାନ୍ତି ଭାରିଯାନ: ଗାଡ଼ି ଅଟକାଇ ପ୍ରତିବାଦ

ଭୁବନ, ୧୬।୧୧(ଡି.ଏନ୍‌.ଏ.) – ଭୁବନ ଏନ୍‌ଏସି ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାରେ ଭାରିଯାନ ଚଳାଚଳକୁ ନେଇ ଲାଗି ରହିଥିବା ଅସନ୍ତୋଷ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ବାଲିବୋଝେଇ ଟ୍ରକ୍‌, ହାଇଓ୍ବା କଟକଣା ଭାଙ୍ଗି ଉକ୍ତ ରାସ୍ତାରେ ଯାତାୟାତ କରୁଥିବାରୁ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ଏହାକୁ ନେଇ ଶୁକ୍ରବାର ତାତିଛନ୍ତି ଅଞ୍ଚଳବାସୀ। ପ୍ରତିବାଦ ସ୍ବରୂପ ସେମାନେ ଗାଡ଼ି ଅଟକାଇ ଏହାର ପ୍ରତିବାଦ କରିଛନ୍ତି।
ପୂର୍ତ୍ତ ବିଭାଗ ରାସ୍ତା ଦେଇ ଦୈନିକ ଶତାଧିକ ବାଲିବୋଝେଇ ଟ୍ରକ୍‌, ହାଇଓ୍ବା ଚଳାଚଳ କରୁଛି। ଏହି ରାସ୍ତାରେ ଅଙ୍ଗନଓ୍ବାଡି କେନ୍ଦ୍ର, ସ୍କୁଲ ଥିବାରୁ କୋମଳମତି ପିଲାଙ୍କ ଜୀବନ ପ୍ରତି ବିପଦ ରହୁଛି। ରାସ୍ତାରେ ଭାରିଯାନ ଚଳାଚଳ ବନ୍ଦ କରିବାକୁ ଓ୍ବାର୍ଡବାସୀ ଏବଂ ବଣିକ ସଂଘର କର୍ମକର୍ତ୍ତାମାନେ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ। ଅଭିଯୋଗ ଶୁଣିବା ପରେ ଜିଲାପାଳ ସେହି ରାସ୍ତାରେ ଭାରିଯାନ, ବାଲିବୋଝେଇ ଗାଡ଼ି ଚଳାଚଳ ନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହା ସତ୍ତ୍ୱେ ପୁନର୍ବାର ଗାଡ଼ିଗୁଡ଼ିକ ପୂର୍ତ୍ତ ବିଭାଗ ରାସ୍ତାରେ ଯାତାୟାତ କରୁଛି। ଏହାକୁ ଅଞ୍ଚଳର କେତେଜଣ ବ୍ୟକ୍ତି ପ୍ରତିବାଦ କରିବା ସହ ଯାନବାହନ ଅଟକାଇଥିଲେ। ଫଳରେ ଘଣ୍ଟାଏ ଧରି ଯାତାୟାତ ଠପ୍‌ ହୋଇଯାଇଥିଲା। ପୋଲିସ ପହଞ୍ଚତ୍ ଭାରିଯାନ ଚଳାଚଳ ବନ୍ଦ କରିବାକୁ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନକାରୀମାନେ ଶାନ୍ତ ପଡ଼ିଥିଲେ। ପ୍ରଶାସନ ପକ୍ଷରୁ ସମସ୍ୟାକୁ ଅଣଦେଖା କରାଗଲେ ଆନ୍ଦୋଳନକୁ ତୀବ୍ର କରାଯିବ ବୋଲି ସହରବାସୀ ଚେତାବନୀ ଦେଇଛନ୍ତି। ଏ ନେଇ ତହସିଲଦାର ଶକ୍ତିକାନ୍ତ ରାୟ କୁହନ୍ତି, ଅଞ୍ଚଳବାସୀଙ୍କ ଦାବିକୁ ସମ୍ମାନ ଜଣାଇ ଉକ୍ତ ରାସ୍ତାରେ ଭାରିଯାନ ଚଳାଚଳ ବନ୍ଦ କରାଯିବ। ଆଇନ ଅବମାନନା କରୁଥିବା ଗାଡ଼ି ମାଲିକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri