କଟକଣା ସତ୍ତ୍ୱେ କାର୍ଯ୍ୟକ୍ରମ

ବନ୍ତ,୧୪।୩(ଡି.ଏନ.ଏ.): ସମଗ୍ର ବିଶ୍ୱରେ ଏବେ କରୋନା ଭୟ ଲାଗି ରହିଥିବାବେଳେ ରାଜ୍ୟ ସରକାର ଏହି ମହାମାରୀକୁ ରାଜ୍ୟ ବିପତ୍ତି ଭାବେ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ସ୍କୁଲ, କଲେଜକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିବା ସହିତ ସିନେମା ହଲ, ସୁଇମିଂ ପୁଲ୍‌ ଓ ସମସ୍ତ କାର୍ଯ୍ୟକ୍ରମକୁ ବାରଣ କରାଯାଇଛି। ଏପରି କି ଗୋଟିଏ ସ୍ଥାନରେ ଜନଗହଳି ନ ହେବା ପାଇଁ ସରକାରୀ ଭାବେ କଡ଼ା ନିର୍ଦ୍ଦେଶ ଜାରି ହୋଇଛି। ଏଭଳି କଟକଣା ସତ୍ତ୍ୱେ ଶନିବାର ବନ୍ତ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟକ୍ରମ ଦେଖିବାକୁ ମିଳିଥିଲା। ଆଧାର କାର୍ଡ ପାଇଁ ସମ୍ପୃକ୍ତ ସଂସ୍ଥାର କର୍ମଚାରୀମାନେ ମହିଳାମାନଙ୍କୁ ଏକତ୍ର କରି ଫଟୋ ଉଠାଉଥିବା ଅଭିଯୋଗ ହୋଇଥିଲା। ଆଧାର ଫଟୋ ଉଠାଇବାକୁ ପୂର୍ବାହ୍ନ ୧୦ଟାଠାରୁ ଅପରାହ୍ନ ପର୍ଯ୍ୟନ୍ତ ଏଠାରେ ଶତାଧିକ ମହିଳାଙ୍କ ଭିଡ଼ ଜମିଥିଲା। ଏ ନେଇ ସ୍ଥାନୀୟ ଲୋକେ ଅଭିଯୋଗ କରିବାରୁ ସରପଞ୍ଚ ଓ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଏହି କାର୍ଯ୍ୟକ୍ରମକୁ ବନ୍ଦ କରିବା ପାଇଁ ସମ୍ପୃକ୍ତ ସଂସ୍ଥାର କର୍ମଚାରୀଙ୍କୁ କହିଥିଲେ। କର୍ମଚାରୀଙ୍କ ଏତାଦୃଶ କାର୍ଯ୍ୟରେ ସ୍ଥାନୀୟ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଅଭିଯୋଗ ପରେ ଆଧାର ଫଟୋ ଉଠା କାର୍ଯ୍ୟକ୍ରମକୁ ବନ୍ଦ କରାଯାଇଥିବା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ବିଭୁପ୍ରସାଦ ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ବୃଦ୍ଧ, କଚାଡ଼ି ମାରିଦେଲା

ମୋରଡା,୧୪।୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ବର୍ଷ ତମାମ ହାତୀ ଉପଦ୍ରଵ ଲାଗି ରହିଥିବା ବେଳେ ଦିନକୁ ଦିନ ଧନଜୀବନ କ୍ଷୟକ୍ଷତି ବୃଦ୍ଧି ପାଉଥିବାର ଦେଖିବାକୁ…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

କୁଆଁରମୁଣ୍ଡା,୧୪।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଦୁମକିଶିହିରିଆ ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

‘ମୋତେ ମୋ ପ୍ରେମିକର କର୍ତ୍ତବ୍ୟ ମଧ୍ୟ ପାଳନ କରିବାକୁ ପଡିବ…’ କାହିଁକି ଏମିତି କହିଲେ ଜଷ୍ଟିନ ଟ୍ରୁଡୋ? ଜାଣନ୍ତୁ ଏହା ପଛର ରହସ୍ୟ

ଓଟାଓ୍ବା,୧୪।୬: ପୂର୍ବତନ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବର୍ତ୍ତମାନ ତାଙ୍କ ପ୍ରେମ ଜୀବନ ଏବଂ ଫିଫା ବିଶ୍ୱକପ 2026 ପାଇଁ ଖବରରେ ଅଛନ୍ତି। ବିଶ୍ୱକପ ଉଦଘାଟନୀ ଦିନରେ…

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା, ହେଜବୋଲା ଉପରେ ଆକ୍ରମଣ କଲା ଇସ୍ରାଏଲ

ଜେରୁଜେଲମ,୧୪।୬: ଯେତେବେଳେ ଆମେରିକା ଏବଂ ଇରାନ ଶାନ୍ତି ଆଲୋଚନା ବିଷୟରେ ଦାବି କରୁଛନ୍ତି, ସେତେବେଳେ ମଧ୍ୟପ୍ରାଚ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଇସ୍ରାଏଲ ହେଜବୋଲା ପଦାଧିକାରୀମାନଙ୍କ ଉପରେ…

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ…

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

ରଜରେ ବଡ଼ ଅଘଟଣ; ୨ ଘଣ୍ଟା ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri