କଟକରେ ଚାଞ୍ଚଲ୍ୟ: ୨୪ ଘଣ୍ଟାରେ ୩ ଜଣଙ୍କୁ ଗଳାକାଟି ହତ୍ୟା

କଟକ ଅଫିସ,୨୫।୭: କଟକରେ ଗତ ୨୪ ଘଣ୍ଟା ମଧ୍ୟରେ ଘଟିଛି ୩ ହତ୍ୟାକାଣ୍ଡ। ମଙ୍ଗଳବାର ସକାଳେ ଜଣେ ବ୍ୟକ୍ତିଙ୍କ ଗଳା କାଟି ହତ୍ୟା କରାଯାଇଥିବାବେଳେ ବୁଧବାର ସମାନ ଢଙ୍ଗରେ ଆଉ ଦୁଇଜଣ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଛି। ତେବେ ହତ୍ୟାର ଶିକାର ହୋଇଥିବା ତିନିଜଣ ବ୍ୟକ୍ତି ହେଉଛନ୍ତି ଦିନମଜୁରିଆ। ସ୍ଥାନୀୟ ଅଞ୍ଚଳରେ କାର୍ଯ୍ୟ କରୁଥିବାବେଳେ ରାତିରେ ଫୁଟ୍‌ପାଥରେ ରାତ୍ରି ଯାପନ କରନ୍ତି। କେହି ଜଣେ ଦୁର୍ବୃତ୍ତ ଏହି ତିନୋଟି ହତ୍ୟାକାଣ୍ଡର ଅଭିଯୁକ୍ତ ବୋଲି ପୋଲିସ ଅନୁମାନ କରି ତଦନ୍ତ ଜାରି ରଖିଛି। ୩ ମୃତକଙ୍କ ମଧ୍ୟରୁ ୨ ଜଣଙ୍କ ପରିଚୟ ମିଳିପାରିନାହିଁ। କମିଶନରେଟ ପୋଲିସର ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ କରିଛି।
ବୁଧବାର ପୋଲିସ କମିଶନର ସତ୍ୟଜିତ୍‌ ମହାନ୍ତି ହତ୍ୟାକାଣ୍ଡ ଘଟିଥିବା ୩ଟି ସ୍ଥାନ ବୁଲି ଦେଖିବା ପରେ କହିଛନ୍ତି, କେହି ଜଣେ ବ୍ୟକ୍ତି ଏକ ଧାରୁଆ ଅସ୍ତ୍ରରେ ଏହି ହତ୍ୟାକାଣ୍ଡଗୁଡିକ ଘଟାଇଛନ୍ତି। ହତ୍ୟା କରିଥିବା ବ୍ୟକ୍ତି ଜଣକ ମାନସିକ ବିକୃତ ହୋଇଥାଇପାରନ୍ତି। ହତ୍ୟାକାରୀ ଫୁଟ୍‌ପାଥ୍‌ରେ ଶୋଉଥିବା ବ୍ୟକ୍ତିଙ୍କୁ ଟର୍ଗେଟ୍‌ କରୁଥିବାରୁ ସେମାନଙ୍କୁ ସଜାଗ ରହିବାକୁ କୁହାଯାଇଛି। ବୁଧବାର ଫୁଟ୍‌ପାଥ୍‌ରେ ଶୋଉଥିବା ଲୋକମାନଙ୍କୁ ଗୋଟିଏ ସ୍ଥାନରେ ଆଣି ରଖାଯିବ ବୋଲି କମିଶନର କହିଛନ୍ତି।
ମଙ୍ଗଳାବାଗ ଥାନା ଅନ୍ତର୍ଗତ ଏସ୍‌ସିବି ମେଡିକାଲ ହୃଦ୍‌ରୋଗ ବିଭାଗ ସମ୍ମୁଖରେ ବୁଧବାର ଭୋର ସାଢେ ୫ଟାରେ ଜଣେ ବ୍ୟକ୍ତି ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡିଥିଲେ। କେହି ଦୁର୍ବୃତ୍ତ ତାଙ୍କ ଗଳାକୁ ଧାରୁଆ ଅସ୍ତ୍ରରେ କାଟି ଦେଇଥିଲେ। ଲୋକେ ଏହା ଦେଖିବା ପରେ ତାଙ୍କୁ ଉଦ୍ଧାର କରି ମେଡିକାଲ ନେଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସକାଳ ୮ଟାରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତକଙ୍କ ପରିଚୟ ମିଳିପାରି ନ ଥିବାବେଳେ ବୟସ ପ୍ରାୟ ୫୦ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ଏସ୍‌ସିବି ମେଡିକାଲ ପଠାଇଛି। ପରିଚୟ ପାଇବା ପାଇଁ ମୃତଦେହକୁ ଏସ୍‌ସିବି ମେଡିକାଲ ଶବ ସଂରକ୍ଷଣ ଗୃହରେ ରଖାଯିବ। ଏ ନେଇ ପୋଲିସ ଆଇପିସି ଦଫା ୩୦୨ ଅନୁଯାୟୀ ଏକ ହତ୍ୟା ମାମଲା(ନଂ.୧୭୨/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ମୃତକ ଜଣକ ଏଠାରେ ୫ ବର୍ଷ ହେବ ରହୁଥିଲେ। ସେ ମଙ୍ଗଳାବାଗ, ରାଣୀହାଟ ଅଞ୍ଚଳରେ ଜରି ଗୋଟାଇବା ପରେ ତାହାକୁ ବିକ୍ରି କରି ପେଟ ପୋଷୁଥିଲେ। କିନ୍ତୁ ତାଙ୍କ ଘର କେଉଁଠି, ରହୁଥିଲେ କେଉଁଠି ସେ ସମ୍ପର୍କରେ ଏ ପର୍ଯ୍ୟନ୍ତ କିଛି ସୂଚନା ମିଳିପାରିନାହିଁ। ଏ ସମ୍ପର୍କରେ ଜାଣିବା ପାଇଁ ପୋଲିସ ସ୍ଥାନୀୟ ଅଞ୍ଚଳରେ ପଚରାଉଚରା ଜାରି ରଖିଛି।
ସେହିପରି ବୁଧବାର ସକାଳ ୭ଟାରେ ଚାଉଳିଆଗଞ୍ଜ ଥାନା ଅନ୍ତର୍ଗତ ଓଏମ୍‌ପି ଶିଶୁଉଦ୍ୟାନ ସମ୍ମୁଖରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡିଥିଲା। କେହି ଦୁର୍ବୃତ୍ତ ତାଙ୍କ ଗଳା କାଟି ହତ୍ୟା କରିବା ପରେ ସେଠାରେ ପକାଇ ଦେଇଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ପୋଲିସକୁ ଖବର ଦେଇଥିଲେ। ଚାଉଳିଆଗଞ୍ଜ ପୋଲିସ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଏସ୍‌ସିବି ମେଡିକାଲ ପଠାଇଥିଲା। ଏଥିସହ ପୋଲିସ ଆଇପିସି ଦଫା ୩୦୨ ଅନୁଯାୟୀ ଏକ ହତ୍ୟା ମାମଲା(ନଂ.୨୨୭/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ପରିଚୟ ମିଳିପାରି ନ ଥିବାବେଳେ ସ୍ଥାନୀୟ ଅଞ୍ଚଳର ଲୋକମାନେ ତାଙ୍କୁ ପଣ୍ଡା ବୋଲି ଡାକୁଥିବା ଆଇଆଇସି ଦୀପକ ମିଶ୍ର କହିଛନ୍ତି। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ମୃତବ୍ୟକ୍ତି ଜଣକ ୫ ବର୍ଷ ହେବ ଓଏମ୍‌ପି ଅଞ୍ଚଳରେ ଥିବା କେତେକ ହୋଟେଲ ଓ ଦୋକାନରେ ପାଣି ଯୋଗାଉଥିଲେ। ରାତିରେ ବେଳେବେଳେ କୌଣସି ହୋଟେଲରେ ଆଶ୍ରୟ ନେଉଥିବାବେଳେ ଅଧିକାଂଶ ସମୟରେ ଫୁଟ୍‌ପାଥ୍‌ରେ ରହୁଥିଲେ। ବୁଧବାର କମିଶନରେଟ୍‌ ପୋଲିସର ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ରକ୍ତ ନମୁନା, କପଡା ଓ ଅନ୍ୟାନ୍ୟ ସାମଗ୍ରୀ ସଂଗ୍ରହ କରିଛି।
ସୂଚନାଯୋଗ୍ୟ, ମଙ୍ଗଳାବାଗ ଥାନା ଅନ୍ତର୍ଗତ ରାଣୀହାଟ ଦୁର୍ଗାମଣ୍ଡପ ପାଖ ଗଳିରୁ ମଙ୍ଗଳବାର ସକାଳେ ପୋଲିସ ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ବଉଳପୁର ଅଞ୍ଚଳର କୋଦଣ୍ଡ ରାଉତ ଓରଫ କାଳିଆ (୫୫)ଙ୍କ ମୃତଦେହ ଜବତ କରିଥିଲା। କେହି ଦୁର୍ବୃତ୍ତ ଏକ ଧାରୁଆ ଅସ୍ତ୍ରରେ ତାଙ୍କ ଗଳା କାଟି ସେଠାରେ ପକାଇ ଦେଇଥିବା ଦେଖିବାକୁ ମିଳିଥିଲା। ଏ ନେଇ ପୋଲିସ ଆଇପିସି ଦଫା ୩୦୨ ଅନୁଯାୟୀ ଏକ ହତ୍ୟା ମାମଲା (ନଂ.୧୭୧/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଛି। କାଳିଆ ଏଠାରେ ୫ ବର୍ଷ ହେବ ରହି ଦିନମଜୁରିଆ ଭାବେ କାର୍ଯ୍ୟ କରୁଥିଲେ ବୋଲି ସ୍ଥାନୀୟ ଲୋକେ କହିଥିଲେ। ଏଭଳି ଘଟଣା ପରେ କଟକ ବାସିନ୍ଦାଙ୍କ ମନରେ ଏକ ପ୍ରକାର ଭୟ ସୃଷ୍ଟି ହୋଇଛି। ରାତିରେ ଲୋକେ ଘରୁ ବାହାରିବାକୁ ଭୟ କରୁଛନ୍ତି। ଏପରିସ୍ଥଳେ ପାଟ୍ରୋଲିଂ ବ୍ୟବସ୍ଥା କଡାକଡି କରିବାକୁ ପୋଲିସ କମିଶନର ମହାନ୍ତି ନିର୍ଦ୍ଦେଶ ଦେଇଛନ୍ତି। ସ୍ଥାନୀୟ ପୂଜା କମିଟି ଏବଂ ଯୁବକ ସଂଘର କର୍ମକର୍ତ୍ତାମାନେ ପାଟ୍ରୋଲିଂରେ ପୋଲିସକୁ ସହଯୋଗ କରିବାକୁ କମିଶନର ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri