କଟକରେ ପୁଣି ବ୍ୟାପିଲା ଜଣ୍ଡିସ

କଟକ ଅଫିସ, ୩୧ା୭: କଟକ ସହରରେ ପୁଣି ଜଣ୍ଡିସ ବ୍ୟାପିଛି। ୨୫ନମ୍ବର ୱାର୍ଡ ଅଧୀନ ଆଖଡ଼ାଗଳିର ଏ.ଜମାଦଙ୍କ ସମେତ କେଶରପୁର ଅଞ୍ଚଳରେ ଅନେକ ଲୋକ ଜଣ୍ଡିସରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଦୂଷିତ ପରିବେଶ, ଦୂଷିତ ପାଣି ପ୍ରଭାବରେ ଜଣ୍ଡିସ ବ୍ୟାପୁଛି। ସିଏମ୍‌ସି କିମ୍ବା ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ ବୋଲି ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ବିଭିନ୍ନ ଅଞ୍ଚଳରେ ବର୍ଷାପାଣି ଜମିରହି ମଶା, ମାଛିଙ୍କ ପ୍ରାଦୁର୍ଭାବ ବଢୁଛି। ସିଏମ୍‌ସି ପକ୍ଷରୁ ମଶାତେଲ କିମ୍ବା ଧୂଅଁା ବ୍ୟବସ୍ଥା କରାଯାଉନାହିଁ। ଜନସ୍ବାସ୍ଥ୍ୟ ବିଭାଗର ପାଇପଲାଇନ ଫାଟିଯାଇଥିଲେ ମଧ୍ୟ ତାହାକୁ ବଦଳା ଯାଇନାହିଁ। ଫଳରେ ଅଞ୍ଚଳବାସୀ ଦୂଷିତ ପାଣି ପିଇ ଜଣ୍ଡିସରେ ଆକ୍ରାନ୍ତ ହେଉଥିବା କୁହାଯାଉଛି। ପୂର୍ବରୁ ସହରରେ ୨୩ଜଣ ଲୋକ ଜଣ୍ଡିସରେ ଆକ୍ରାନ୍ତ ହୋଇଥିଲେ। ଗଙ୍ଗାମନ୍ଦିର, ଓଡ଼ିଆ ବଜାର, ସୂତାହାଟ, ଦର୍ଜିସାହି ଅଞ୍ଚଳରେ ଜଣ୍ଡିସ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିଲା। ଏ ନେଇ ସିଏମ୍‌ସି ସ୍ବାସ୍ଥ୍ୟ ବିଭାଗ ଅଧିକାରୀ ଉମେଶ ପାଣିଗ୍ରାହୀଙ୍କୁ ପଚାରିବାରେ ଆଖଡ଼ାଗଳିରେ ଜଣ୍ଡିସ ଚିହ୍ନଟ ଘଟଣାକୁ ସ୍ବୀକାର କରିବା ସହ ସେହି ଅଞ୍ଚଳରେ ସିଏମ୍‌ସି ପକ୍ଷରୁ ସମସ୍ତ ପ୍ରକାର ନିରାକରଣ ବ୍ୟବସ୍ଥା ଗ୍ରହଣ କରାଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri