Posted inଖେଳ

କଟକରେ ହୋଇପାରେ ଇଣ୍ଡିଆ ଓପନ ଟେବୁଲ ଟେନିସ

କଟକ ଅଫିସ,୨୨।୭- ଓଡ଼ିଶା ପୁଣି ଏକ ବିଶ୍ୱସ୍ତରୀୟ ଟେବୁଲ ଟେନିସ ଟୁର୍ନାମେଣ୍ଟ ଆୟୋଜନ କରିବା ସମ୍ଭାବନା ସୃଷ୍ଟି ହୋଇଛି। ଆଗାମୀ ଇଣ୍ଡିଆ ଓପନ ଟେବୁଲ ଟେନିସ ଏଠାରେ ହେବାର ଯୋଜନା ରହିଛି ବୋଲି ଟେବୁଲ ଟେନିସ ଫେଡେରେଶନ ଅଫ ଇଣ୍ଡିଆ(ଟିଟିଏଫ୍‌ଆଇ)ର ପରାମର୍ଶଦାତା ଧନରାଜ ଚୌଧୁରୀ ସୂଚନା ଦେଇଛନ୍ତି । ଏ ନେଇ ରାଜ୍ୟ ସରକାରଙ୍କୁ ଟିଟିଏଫଆଇ ପକ୍ଷରୁ ଖୁବଶୀଘ୍ର ପ୍ରସ୍ତାବ ଦିଆଯିବ । କଟକର ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମକୁ ଭେନ୍ୟୁ ଭାବେ ଏହି ପ୍ରସ୍ତାବରେ ଦର୍ଶାଯିବ ବୋଲି ଧନରାଜ କହିଛନ୍ତି । ଗତ ୧୭ରୁ ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଚାଲିଥିବା ରାଜ୍ୟଗୋଷ୍ଠୀ ଟିଟି ଟୁର୍ନାମେଣ୍ଟ ସୋମବାର ଉଦ୍‌ଯାପିତ ହେବ। ପ୍ରତିଯୋଗିତାରେ ମୋଟ ୧୪ଟି ରାଷ୍ଟ୍ର ଅଂଶ ଗ୍ରହଣ କରିଛନ୍ତି। ଟେବୁଲ ଟେନିସର ଏହି ମେଗା ପ୍ରତିଯୋଗିତାକୁ ଆୟୋଜନ କରିବାରେ ଟିଟିଏଫଆଇ ଓ ଓଡ଼ିଶା ରାଜ୍ୟ ଟେବୁଲ ଟେନିସ ଆସୋସିଏଶନ(ଓଏସ୍‌ଟିଟିଏ) ଗୁରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ଟୁର୍ନାମେଣ୍ଟ ଆୟୋଜନ ନେଇ ଖେଳାଳି ଓ ମ୍ୟାଚ୍‌ ଅଫିସିଆଲ ମାନେ ସନ୍ତୋଷ ପ୍ରକାଶ କରିଛନ୍ତି। ଫଳରେ ଟିଟିଏଫଆଇ ଏଠାରେ ଆଗାମୀ ଇଣ୍ଡିଆନ ଓପନ ଟିଟି ଟୁର୍ନାମେଣ୍ଟ ଆୟୋଜନ ପାଇଁ ଚିନ୍ତା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଣ୍ଟିକ ମୁଡ୍‌ରେ ସୁଇମିଂ ପୁଲ ଫଟୋ ଶେୟାର କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଗର୍ଲ ଫ୍ରେଣ୍ଡକୁ ଜଣାଇଲେ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ,୧୯।୨: ICC T20 World Cup 2026 ମଧ୍ୟରେ, ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର…

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri