କଡ଼ା ଚେତାବନୀ ଦେଲେ ସରକାର: ବିଦେଶ ଫେରନ୍ତା ଫୋନ୍‌ ନ ଉଠାଇଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୭।୬(ବ୍ୟୁରୋ): ବିଦେଶ ଫେରନ୍ତାକୁ ରାଜ୍ୟ ସରକାର କଡ଼ା ଚେତାବନୀ ଦେଇଛନ୍ତି। ୧୦୪ କିମ୍ବା ରାଜ୍ୟ କଲ୍‌ ସେଣ୍ଟରରୁ ଯାଉଥିବା ଫୋନ୍‌ ନ ଉଠାଇଲେ କାର୍ଯ୍ୟାନୁଷ୍ଠାନ ହେବ। ୧୦୪ ନମ୍ବରରେ ପଞ୍ଜୀକରଣ କରିଥିବା ଫୋନ୍‌ ନମ୍ବର ସୁଇଚ୍‌ ଅଫ୍‌ ଥିଲେ କିମ୍ବା ଫୋନ୍‌ କଲ୍‌ ଗ୍ରହଣ ନ କଲେ ସମ୍ପୃକ୍ତ ଫେରନ୍ତା ଜଣକ ହୋମ୍‌ କ୍ୱାରାଣ୍ଟାଇନ ନିୟମ ମାନୁ ନ ଥିବା ଧରାଯିବ। ତେଣୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ଜରୁରିକାଳୀନ ୧୦୪ ନମ୍ବରକୁ ବ୍ୟାପକ କରିଛନ୍ତି। ଯେଉଁମାନେ ଫେରୁଛନ୍ତି ସେମାନେ ଏହି ନମ୍ବରରେ ନିଜ ନାମ ପଞ୍ଜୀକରଣ କରିବା ସହିତ ସମ୍ପୂର୍ଣ୍ଣ ତଥ୍ୟ ଦେଇଥାନ୍ତି। ସେହି ନମ୍ବରରେ ବିଦେଶ ଫେରନ୍ତାଙ୍କ ସ୍ଥିତି ସମ୍ପର୍କରେ ରାଜ୍ୟ ସରକାର ସବୁବେଳେ ଅବଗତ ରହୁଛନ୍ତି। କିନ୍ତୁ ଅନେକ ବିଦେଶ ଫେରନ୍ତା ପଞ୍ଜୀକୃତ କରିଥିବା ଉକ୍ତ ଫୋନ୍‌ ନମ୍ବରକୁ ଫୋନ୍‌ କଲେ ଉଠାଉ ନାହାନ୍ତି। ତେଣୁ ବିଦେଶ ଫେରନ୍ତା ଏଥିରେ ସହଯୋଗ କରିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

ମହାନଦୀରେ ଭାସିଗଲେ ବାଳକ, ଅଗ୍ନିଶମ ବିଭାଗର ଖୋଜାଖୋଜି ଜାରି

କଟକ ସଦର, ୨୬।୫ (ସୁଶାନ୍ତ କୁମାର ଜେନା): କନ୍ଦରପୁର ଥାନା ଅନ୍ତର୍ଗତ ଦାମୋଦରପୁର ନିକଟରେ ମହାନଦୀରେ ଗାଧୋଇବା ବେଳେ ମଙ୍ଗଳବାର ଅପରାହ୍ନରେ ଜଣେ ବାଳକ ପାଣିର ପ୍ରବଳ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ

ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri