କଡ଼ା ସୁରକ୍ଷା ବଳୟରେ ମହାପୁରୁଷ ଅଚ୍ୟୁତାନନ୍ଦଙ୍କ ପୀଠ: ୧୪୪ ଧାରା ବଳବତ୍ତର, ୩ ପ୍ଲାଟୁନ ଫୋର୍ସ ମୁତୟନ

ନିଶ୍ଚିନ୍ତକୋଇଲି,୫।୬(ସ୍ବ.ପ୍ର.): ଶ୍ରୀଶ୍ରୀ ଅଚ୍ୟୁତାନନ୍ଦ ମହାପୁରୁଷଙ୍କ ଶୂନ୍ୟସମାଧି ଦିବସ ଓ ଦେବସ୍ନାନ ପୂର୍ଣ୍ଣିମା କଡ଼ା ସୁରକ୍ଷା ବଳୟ ମଧ୍ୟରେ ପାରମ୍ପରିକ ରୀତିନୀତି ଅନୁଯାୟୀ ଶୁକ୍ରବାର ଶେଷ ହୋଇଛି। ପ୍ରତିବର୍ଷ ଏଠାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେଉଥିବା ବେଳେ ଚଳିତ ବର୍ଷ କରୋନା ପାଇଁ ସ୍ଥାନୀୟ ପ୍ରଶାସନ ଗତ ୧ ତାରିଖଠାରୁ ୬ ତାରିଖ ପର୍ଯ୍ୟନ୍ତ ପୀଠରେ ୨୦୦ ମିଟର ପରିଧି ମଧ୍ୟରେ ୧୪୪ ଧାରା ଲାଗୁ କରିଛନ୍ତି। ପୀଠର ଚତୁଃପାର୍ଶ୍ୱରେ ଘେରାବନ୍ଦୀ କରାଯିବା ସହ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ଫଳରେ ପୀଠକୁ ଭକ୍ତମାନଙ୍କର ପ୍ରବେଶ ଉପରେ ସମ୍ପୂର୍ଣ୍ଣ ନିଷିଦ୍ଧାଦେଶ ଦେଖିବାକୁ ମିଳିଛି। ଟ୍ରଷ୍ଟବୋର୍ଡର ନିର୍ଦ୍ଦେଶ କ୍ରମେ ସ୍ଥାନୀୟ ସେବାୟତମାନେ ପ୍ରାତଃ ୩ ଘଟିକା ସମୟରେ ବେଢ଼ା ପ୍ରବେଶକରି ପୀଠ ଶୋଧନ କରିବା ସହ ୩.୧୫ରେ ମଙ୍ଗଳ ଆଳତି, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା ପରେ ୩.୨୫ରେ ମହାପୁରୁଷଙ୍କ ସ୍ନାନ ମାର୍ଜନା କରି ୪ଟାରେ ଚନ୍ଦନ ତୁଳସୀ ଲାଗି, ଚିତାଲାଗି, ଅଙ୍ଗଭୂଷଣ ଲାଗି ଓ ରୁପାମୁକୁଟ ଲାଗି କରାଯାଇଥିଲା। ୪.୨୦ରେ ତୁଳସୀ ଚୁଳମାଳ ଲାଗି କରାଯିବା ପରେ ୫ଟା ସମୟରେ ପହିଲି ଭୋଗ ଲାଗି କରାଯାଇଥିଲା। ୫.୩୦ରୁ ୧୨ଟା ସମୟ ପର୍ଯ୍ୟନ୍ତ ପ୍ରଭୁଙ୍କର ଭକ୍ତଙ୍କୁ ଦର୍ଶନ କରିବାର ଅବକାଶ ଥିବା ବେଳେ ଏହି ସମୟରେ ପୀଠ ଏକ ପ୍ରକାର ଶୂନ୍ୟତା ଦେଖିବାକୁ ମିଳିଥିଲା। ୧୨.୨୦ରେ ତୁଳସୀ ଟାହିଆ ଲାଗି କରାଯାଇ ମହାପ୍ରଭୁଙ୍କର ମହାସ୍ନାନ କରାଯାଇ କୋଠଭୋଗ, ଅମୃତମଣୋହି ଭୋଗ, କରପଲ୍ଲଭ ଭୋଗ, ଜଗନ୍ନାଥଙ୍କର ଅନ୍ନଳି ଭୋଗ ଲାଗି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri