କଡ଼ାକଡ଼ି ହେବ ଯାଞ୍ଚ: ପ୍ରଥମ ଦିନରେ ମାସ୍କ ବାଣ୍ଟିଲା, ବୁଝାଇଲା ପୋଲିସ

ଭୁବନେଶ୍ୱର,୯ା୪(ବ୍ୟୁରୋ)- ବାୟୁ ଦ୍ୱାରା ମଧ୍ୟ ଘାତକ ଭୂତାଣୁ କୋଭିଡ୍‌-୧୯ ଅନ୍ୟକୁ ସଂକ୍ରମଣ ହେବାର ସମ୍ଭାବନା ରହିଛି। ତେଣୁ ଗୁରୁବାରଠାରୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର। ଏହାକୁ କଡାକଡି ପାଳନ କରିବା ପାଇଁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ପ୍ରଥମ ଦିନରେ ଏହି ନିୟମକୁ କିଛି ମାନିଥିବାବେଳେ ଆଉକିିଛି ଅମାନିଆ ହୋଇଥିଲେ। କିନ୍ତୁ ପୂର୍ବଦିନ ଅପେକ୍ଷା ଅଧିକାଂଶ ମାସ୍କ, ରୁମାଲ କିମ୍ବା କପଡ଼ାରେ ମୁହଁକୁ ଢାଙ୍କି ଯିବାଆସିବା କରୁଥିବା ଦେଖିବାକୁ ମିଳିଥିଲା। ଅନ୍ୟପକ୍ଷରେ କମିଶନରେଟ ପୋଲିସ ପକ୍ଷରୁ ସହରର ବିଭିନ୍ନ ଛକରେ ଯାଞ୍ଚ କରାଯାଇଥିଲା। ରାଜମହଲ, ଶିଶୁଭବନ, ଏଜି, ଜୟଦେବ ବିହାର, କଳ୍ପନା, ପଟିଆ ଆଦି ପ୍ରମୁଖ ଛକରେ ବହୁଲୋକ ଧରାପଡିଥିଲେ। ଯେଉଁମାନେ ମାସ୍କ ପିନ୍ଧି ନ ଥିଲେ ସେମାନଙ୍କୁ ପୋଲିସ ଅଟକାଇଥିଲା। ଅଧିକାଂଶ ଏ ବିଷୟରେ ଜାଣି ନ ଥିବା କହିବାରୁ ପୋଲିସ ମାସ୍କ ପିନ୍ଧିବାର ଆବଶ୍ୟକତା ଓ ଉପକାରିତା ସମ୍ପର୍କରେ ବୁଝାଇ ଛାଡ଼ିଥିଲା। ନିୟମ ଲାଗୁ ହେବାର ପ୍ରଥମ ଦିନ ହୋଇଥିବାରୁ ପୋଲିସ କୌଣସି ଆଖି ଦୁଷ୍ଟିଆ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିଲା। ଏଣିକି କିନ୍ତୁ ଆଉ ଖସି ପାରିବେନି ଉଲ୍ଲଂଘନକାରୀ। ଶୁକ୍ରବାରଠାରୁ ଯାଞ୍ଚକୁ କଡାକଡି କରାଯିବ। ଯେଉଁମାନେ ମାସ୍କ ପିନ୍ଧି ନ ଥିବେ ଜରିମାନା ଗଣିବେ। ୩ଥର ପର୍ଯ୍ୟନ୍ତ ୨ଶହ ଟଙ୍କା ଓ ଏହାପରଠାରୁ ୫ଶହ ଟଙ୍କା ଲେଖାଏ ଜରିମାନା ଆଦାୟ କରାଯିବ। ଉଲ୍ଲଂଘନକାରୀଙ୍କ ସମସ୍ତ ତଥ୍ୟ ବିଭାଗୀୟ ଇଲେକ୍ଟ୍ରୋନିକ୍ସ ଡିଭାଇସ୍‌ରେ ଉପଲବ୍ଧ ରହିବ। କିଏ କେତେଥର ନିୟମ ଉଲ୍ଲଂଘନ କରିଛି ତାହା ସଙ୍ଗେ ସଙ୍ଗେ ଜଣାପଡିବ ବୋଲି କମିଶନରେଟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସବୁଠୁ ବଡ଼ କଥା ହେଲା ପ୍ରଥମ ଦିନ ହୋଇଥିବାରୁ ପୋଲିସ ବୁଲି ବୁଲି ପରିବା ବେପାରି ଓ ଅନ୍ୟ ଲୋକଙ୍କୁ ମାସ୍କ ପିନ୍ଧିବା ପାଇଁ ନିବେଦନ କରିବା ସହ କରୋନା ସମ୍ପର୍କରେ ସଚେତନ କରିଥିଲଶ। ଏପରି କି ବିଭିନ୍ନ ସ୍ଥାନରେ ପୋଲିସ ଲୋକଙ୍କୁ ମାଗଣାରେ ମାସ୍କ ବାଣ୍ଟୁଥିବା ଦେଖିବାକୁ ମିଳିଥିଲା। ପୋଲିସର ଏଭଳି କାର୍ଯ୍ୟକୁ ଅନେକେ ସ୍ବାଗତ ସହ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri