କ’ଣ ଖୋଲିବ, କ’ଣ ବନ୍ଦ ରହିବ: ସ୍ପଷ୍ଟ କଲା ସିଏମ୍‌ସି

କଟକ ଅଫିସ୍‌,୨୭।୪: ଲକ୍‌ଡାଉନ୍‌ ଯୋଗୁ କଟକ ସହରର ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ଦୀର୍ଘ ଦିନ ହେଲା ବନ୍ଦ ରହିଛି। ତେବେ ଦୋକାନ ବଜାର ଖୋଲିବା ନେଇ ଶୁକ୍ରବାର ବିଳମ୍ବିତ ରାତିରେ ପ୍ରଥମେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଏବଂ ପରେ ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। କିନ୍ତୁ ଚୂଡ଼ାନ୍ତ ନିଷ୍ପତ୍ତି ସ୍ଥାନୀୟ ପ୍ରଶାସନ ନେବ ବୋଲି କୁହାଯାଇଛି। ରବିବାର କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଏ ସମ୍ପର୍କରେ ସ୍ପଷ୍ଟ ନିର୍ଦ୍ଦେଶନାମା ପ୍ରକାଶ ପାଇଛି। ଜାରି ନିର୍ଦ୍ଦେଶରେ କୁହାଯାଇଛି, କଟକର ସ୍ଥିତି ନେଇ ସମୀକ୍ଷା କରାଯାଇଛି। ଅଣ-ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି କରୁଥିବା ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ସମ୍ପର୍କରେ ନିଷ୍ପତ୍ତି ନିଆଯାଇଛି । ଓଡ଼ିଶା ଶପ୍‌ ଆଣ୍ଡ କମର୍ସିଆଲ୍‌ ଏଷ୍ଟାବ୍ଲିଶମେଣ୍ଟ ଆକ୍ଟ-୧୯୫୬ରେ ପଞ୍ଜୀକୃତ ତଥା ଏକକ ଦୋକାନ, ଆବାସିକ କମ୍ପ୍ଲ୍ଳେକ୍ସରେ ଥିବା ଦୋକାନ ଖୋଲା ରହିବ। କିନ୍ତୁ ଏକ କିମ୍ବା ବହୁ ବ୍ରାଣ୍ଡ ବିକ୍ରି କରୁଥିବା ବଲ୍‌ ଏବଂ ମାର୍କେଟ୍‌ କମ୍ପ୍ଲ୍ଳେକ୍ସ ବନ୍ଦ ରହିବ। ରେଷ୍ଟୁରାଣ୍ଟରୁ କେବଳ ପାର୍ସଲ୍‌ ପାଇଁ ହିଁ ଅନୁମତି ଦିଆଯିବ। ଗ୍ରାହକମାନେ ସେଠାରେ ଖାଇପାରିବେ ନାହିଁ । ସେହିଭଳି ଅଳଙ୍କାର ଦୋକାନ ଏବଂ ଶୋ’ରୁମ୍‌, ସୁଇମିଂପୁଲ୍‌, ସେଲୁନ୍‌ ଏବଂ ଜିମ୍‌କୁ ବନ୍ଦ ରଖାଯିବ। ଇ-କମର୍ସ ବ୍ୟବସ୍ଥା ଚାଲୁ ରହିବ। କିନ୍ତୁ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ହିଁ ବିକ୍ରି ହୋଇପାରିବ । ମାଦକ ଦ୍ରବ୍ୟ, ତମାଖୁ, ପାନ, ସୁପାରି ବିକ୍ରି କରୁଥିବା ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକୁ ବନ୍ଦ ରଖାଯିବ ବୋଲି ସିଏମ୍‌ସି ତରଫରୁ କୁହାଯାଇଛି ।
ଅପରପକ୍ଷେ ଅଣ-ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି କରୁଥିବା ତଥା ଉପରୋକ୍ତ ରିଟେଲ୍‌ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ପୂର୍ବାହ୍ନ ୧୧ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଖୋଲା ରହିବ। କିନ୍ତୁ ହୋଲ୍‌ସେଲ୍‌ ଦୋକାନଗୁଡ଼ିକ ସକାଳ ୬ରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ଖୋଲାଯିବ। ଯେଉଁ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକରେ ଉଭୟ ହୋଲ୍‌ସେଲ୍‌ ଏବଂ ରିଟେଲ୍‌ ରହୁଛି, ସେଗୁଡ଼ିକୁ ସକାଳ ୬ରୁ ପୂର୍ବାହ୍ନ ୧୧ଟା କିମ୍ବା ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ, ଗୋଟିଏ ସମୟରେ ହିଁ ଖୋଲା ରହିବ। ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ ୫୦ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରିବ। ସାମାଜିକ ଦୂରତା ପାଳନ କରାଯିବ। କର୍ମଚାରୀମାନେ ମାସ୍କ ପିନ୍ଧିବାକୁ ବାଧ୍ୟ ହେବେ। ଦୋକାନଗୁଡ଼ିକୁ ନିୟମିତ ସାନିଟାଇଜ୍‌ ଉପରେ ଗୁରୁତ୍ୱ ଦିଆଯିବ। ତେବେ ଟ୍ରାଫିକ କଟକଣା ବଳବତ୍ତର ରହୁଥିବା ଯୋଗୁ ଦୋକାନୀ ଏବଂ କର୍ମଚାରୀମାନେ ବୈଧ ପରିଚୟପତ୍ର ଯଥା ଟ୍ରେଡ୍‌ ଲାଇସେନ୍ସ, ହୋଲ୍‌ଡିଂ ଟ୍ୟାକ୍ସ ରସିଦ୍‌ କିମ୍ବା ପଞ୍ଜୀକରଣ ଫର୍ମ ଧରିବାକୁ ସିଏମ୍‌ସି ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri